Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ICC ଟି-୨୦ ରାଙ୍କିଂ : ୪ର୍ଥ ସ୍ଥାନରେ ପାକିସ୍ତାନ ବ୍ୟାଟ୍ସମ୍ୟାନ୍‌ ମହମ୍ମଦ ରିଜଓ୍ବାନ, ବିରାଟ କୋହଲି (୫) ଏବଂ ଲୋକେସ ରାହୁଲ (୮) ଖସିଲେ
  • ||
  • କରଞ୍ଜିଆ : ନଭେମ୍ବର ପହିଲାରୁ ଖୋଲିବ ଶିମିଳିପାଳ ଜାତୀୟ ଉଦ୍ୟାନ
  • ||
  • ସୋର : ଭଙ୍ଗା ଘରୁ ମିଳିଲା ପୁଳା ପୁଳା ରାସନ କାର୍ଡ, ଲୋକଙ୍କୁ ଦିଆନଯାଇ ଲୁଚାଇ ରଖାଯାଇଥିଲା କାହିଁକି ?
  • ||
  • ଆନନ୍ଦପୁର : କଣ୍ଡକ୍ଟରଙ୍କ ଭୁଲ୍, ଯାତ୍ରୀଙ୍କ ଗୋଡ ଉପରେ ଚଢିଗଲା ବସ୍
  • ||
  • କୋଣାର୍କ : ବାଇକ୍ ଚୋରି ରାକେଟ୍ ଠାବ : ୮ ବାଇକ୍ ସହ ୪ ଅଭିଯୁକ୍ତ ଗିରଫ
  • ||
  • ତେଲକୋଇ : କାଞ୍ଜିପାଣି ଘାଟିରେ ଭାରସ୍ୟାମ ହରାଇ ଓଲଟିଲା ଅଟୋ, ୫ବର୍ଷର ଶିଶୁ ସମେତ ୩ ଗୁରୁତର
  • ||
  • ଚାନ୍ଦବାଲି : ଅଘୋଷିତ ବିଦ୍ୟୁତ କାଟ୍ : ଦୀର୍ଘ ୧୨ଘଣ୍ଟା ଧରି ଅନ୍ଧାରରେ ରହିଲା ଆଖଣ୍ଡଳମଣୀ ପୀଠ
  • ||
  • ଭୁବନେଶ୍ବର : ନଭେମ୍ବର ୧ରୁ ଯୁକ୍ତ ୩ ପ୍ରଥମ ବର୍ଷ ଏବଂ ୧୫ରୁ ପିଜି ପ୍ରଥମ ବର୍ଷ କ୍ଲାସ୍ ଖୋଲିବ
  • ||
  • ଖୋର୍ଦ୍ଧା : ୩ ଦିନ ହେବ ଚିଲିକା ମଝିରେ ଫସିଥିଲା ଡଙ୍ଗା, ୨ ମତ୍ସ୍ୟଜୀବୀଙ୍କ ସହ ୧୦ବର୍ଷର ଛୁଆ ଉଦ୍ଧାର
  • ||
  • ଭୁବନେଶ୍ବର : ମମିତା ମେହେର ହତ୍ୟା ଘଟଣାରେ ନୀରବତାକୁ ବରଦାସ୍ତ କରାଯିବନି : କଂଗ୍ରେସ
  • ||

କରୋନା ନେଲା ଆଉ ଜଣେ ଯୋଦ୍ଧାଙ୍କ ଜୀବନ, କୋରାପୁଟ ଟାଉନ ଥାନା ଆଇଆଇସିଙ୍କ ମୃତ୍ୟୁ

1/10/2020 at 3:11 PM

ଲକ୍ଷ୍ମୀପୁର ୧।୧୦:  କୋରାପୁଟ ଟାଉନ ଥାନାରେ କାର୍ଯ୍ୟରତ ଆଇଆଇସି ପୀତବାସ ଧାରୁଆଙ୍କର ଆଜି ସକାଳେ ମୃତ୍ୟୁ ହୋଇଯାଇଛି । ଗତ ୨୦ ଦିନ ତଳେ ସେ କରୋନାରେ ଆକ୍ରାନ୍ତ ହେବା ପରେ କୋରାପୁଟରେ ଚିକିତ୍ସାଧିନ ଥିଲେ ।

କିଛି ଦିନ ତଳେ ତାଙ୍କ ସ୍ବାସ୍ଥ୍ୟାବସ୍ଥାରେ ଉନ୍ନତି ଆସିଥିଲା । କିନ୍ତୁ ଚାରି ଦିନ ତଳେ ସେ ପୁଣି ଅସୁସ୍ଥତା ଅନୁଭବ କରିବା ପରେ ତାଙ୍କୁ ଭୁବନେଶ୍ବରକୁ ସ୍ଥାନାନ୍ତର କରାଯାଇଥିଲା । ଚିକିତ୍ସାଧୀନ ଅବସ୍ଥାରେ ଆଜି ତାଙ୍କର ମୃତ୍ୟୁ ହୋଇଛି ।

ପୋଲିସ ବିଭାଗର ଜଣେ ବରିଷ୍ଠ କରୋନା ଯୋଦ୍ଧାଙ୍କୁ ହରାଇବା ପରେ କୋରାପୁଟ ଜିଲ୍ଲା ପୋଲିସ ବିଭାଗରେ ଶୋକର ଛାୟା ଖେଳିଯାଇଛି । ଆଇଆଇସି ପୀତବାସ ଧାରୁଆଙ୍କ ଗାଁ ନବରଙ୍ଗପୁର ଜିଲ୍ଲା କୋଡିଙ୍ଗା ନିକଟସ୍ଥ ଶଙ୍କରଡାରେ ବୋଲି ଜଣାପଡିଛି ।

   Related Posts