Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୮ ହଜାରରୁ ଅଧିକ କରୋନା ପଜିଟିଭ୍, ୨୬୭ ମୃତ
  • ||
  • ଆସୁଛି ବାତ୍ୟା: ପ୍ରଭାବିତ ହେବ ଓଡ଼ିଶା, ୩ ରାତିରୁ ଉପକୂଳରେ ପ୍ରବଳ ବର୍ଷିବ ଓ ପବନ ବୋହିବ
  • ||
  • ୨୦୧୭ ହତ୍ୟା ଘଟଣାର ଖୋଳତାଡ କରିବ କ୍ରାଇମବ୍ରାଞ୍ଚ, ୪ ପୋଲିସ ଅଧିକାରୀଙ୍କ ବିରୋଧରେ ହତ୍ୟା ମାମଲା ରୁଜୁ
  • ||
  • ମିଚିଗାନ ସ୍କୁଲରେ ୧୫ ବର୍ଷର ଛାତ୍ରର ଉନ୍ମତ୍ତକାଣ୍ଡ, ଆଖିବୁଜା ଗୁଳିମାଡ଼ରେ ୩ ମୃତ
  • ||
  • ଭଦ୍ରକ ବରପଦା ନିକଟରେ ଦୁଇ ଅପରାଧୀଙ୍କୁ ଏନକାଉଣ୍ଟର
  • ||

ଆଜି କୁମାର ପୂର୍ଣ୍ଣିମା : ମା’ ବୃନ୍ଦାବତୀଙ୍କ ନିକଟରେ ଆଞ୍ଜୁଳି ଟେକିଲେ କୁମାରୀ,ସଂଧ୍ୟାରେ ଚାନ୍ଦ ପୂଜା

20/10/2021 at 7:59 AM

ଭୁବନେଶ୍ୱର ୨୦।୧୦:  ଆଜି କୁମାର ପୂର୍ଣ୍ଣିମା । ସକାଳୁ ସକାଳୁ ଚଉରା ପାଖରେ ମା’ ବୃନ୍ଦାବତୀଙ୍କୁ ସ୍ମରଣ କରି କୁମାରୀମାନେ ପୂଜାର୍ଚ୍ଚନା କରିଛନ୍ତି । ଆଞ୍ଜୁଳି ଟେକିଛନ୍ତି । ନୂଆ ବସ୍ତ୍ର ପରିଧାନ କରିବା ସହ କୁଙ୍କୁମ ଚନ୍ଦନରେ ନିଜକୁ ସଜେଇ ଝିଅମାନେ କୁମାର ଉତ୍ସବ ପାଳନ କରନ୍ତି ।

ତେବେ କୁମାର ପୂର୍ଣ୍ଣିମାରେ ଭୋରୁ କୁମାରୀମାନେ ଉଠି ବୃନ୍ଦାବତୀଙ୍କ ପୂଜା ପାଇଁ ଲାଗି ପ଼ଡିଛନ୍ତି । ଆଜିର ଦିନରେ ବୃନ୍ଦାବତୀଙ୍କ ନିକଟରେ ଘର ପରିବାରର ମଙ୍ଗଳ ମନାସି ପୁଜାଚର୍ଚ୍ଚନା କରାଯାଏ। ନିଜ ଆରାଧ୍ୟ ଦେବତାଙ୍କ ଉଦ୍ଦେଶ୍ୟରେ ଖଇ ଥାଳି ଟେକି ଦେଇ ଝିଅମାନେ ପ୍ରିୟଜନଙ୍କ ସୁଖ ଓ ସମୃଦ୍ଧି କାମନା କରନ୍ତି । ସଂଧ୍ୟାରେ ଚାନ୍ଦ ପୂଜା କରିବାର ପରମ୍ପରା ମଧ୍ୟ ରହିଛି । କୁମାର ପୂର୍ଣ୍ଣିମାରେ ଝିଅମାନେ ବିଭିନ୍ନ ପ୍ରକାର ଖେଳକୁଦରେ ମାତି ଯାଆନ୍ତି । ପୁଚି, ବୋହୁ ବେହାକୁ ଆଉ କବାଡି ଖେଳରେ କମ୍ପି ଉଠେ ଗାଁ ଦାଣ୍ଡ। ଚଳିତ ବର୍ଷ କରୋନା କଟକଣା ପାଇଁ ବିଭିନ୍ନ ଅଂଚଳରେ କୁମାର ଉତ୍ସବ ଫିକା ପଡି ଯାଇଥିଲେ ସୁଦ୍ଧା ପରମ୍ପରା ରକ୍ଷା କରିବାକୁ ଭୁଲି ନାହାନ୍ତି ।

   Related Posts