Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କଳାହାଣ୍ଡି : ମମିତା ମେହେର ହତ୍ୟା ଘଟଣା : ମହାଲିଙ୍ଗ୍ ଷ୍ଟାଡିୟମ୍‌ରେ ଅନୁଧ୍ୟାନ କଲେ ମହିଳା କମିଶନ ଅଧ୍ୟକ୍ଷା
  • ||
  • ଭୁବନେଶ୍ବର : ପୁରୀ ନୀଳାଚଳ ହୋଟେଲ ବିକ୍ରି ପାଇଁ ଚାଲିଥିଲା ଯୋଜନା, ୫୦ଲକ୍ଷ ଟଙ୍କା ହେରଫେର ଅଭିଯୋଗରେ ଜଣେ ଗିରଫ
  • ||
  • ଭୁବନେଶ୍ବର : ଶସ୍ତା ରାଜନୀତି କରୁଛି ବିଜେପି, ମମିତା ମେହେର ପ୍ରସଙ୍ଗକୁ ରାଜନୀତିର ରୂପ ଦିଆଯାଉଛି : ବିଜେଡି
  • ||
  • ଭଦ୍ରକ : ଏକତରଫା ପ୍ରେମ : ନାବାଳିକା ଯାଉଥିବା ବାଇକ୍‌କୁ ଗୋଇଠା ମାରି ଗଡାଇଦେଲେ ଯୁବକ, ଏସ୍‌ପିଙ୍କ ଦ୍ବାରସ୍ଥ ହେଲେ ମା’
  • ||
  • ବାରଙ୍ଗ : ନନ୍ଦନକାନନରେ ବିରଳ ହିମାଳୟ ଅଣ୍ଡିରା ଭାଲୁ ‘ମୋତି’ର ମୃତ୍ୟୁ, ୫କୁ ଖସିଲା ସଂଖ୍ୟା
  • ||
  • ଫୁଲବାଣୀ : କନ୍ଧମାଳକୁ ଛୁଇଁଲା ପହିଲି ଶୀତ, କୁହୁଡି ଚାଦରରେ ଢାଙ୍କି ହେଲାଣି ସହର
  • ||
  • କେନ୍ଦୁଝର : ଶିଶୁ କନ୍ୟାର ଉଲଗ୍ନ ମୃତଦେହ ଉଦ୍ଧାର, ବୁଧବାରଠୁ ଝୁମର ନାଚ ଦେଖିବାକୁ ଯାଇ ନିଖୋଜ ଥିଲେ
  • ||
  • ପାକିସ୍ତାନ ବିପକ୍ଷରେ ଭାରତ ଫେଭରେଟ୍, ବିଜୟ ସମ୍ଭାବନା ଅଧିକ : ଅନୁମାନ ଲଗାଇଲେ ମହମ୍ମଦ ଅମିର
  • ||
  • କଣ୍ଟାବାଞ୍ଜି : ଝରଣୀ ଗାଁରେ ମମିତା ମେହେରଙ୍କ ପରିବାରକୁ ଭେଟିଲେ ରାଜ୍ୟ ମହିଳା ଆୟୋଗ ଅଧ୍ୟକ୍ଷାଙ୍କ ସହ ୪ଜଣିଆ ଟିମ୍
  • ||
  • ପନିପରିବା ଖାଇଦେଉଛନ୍ତି ବାର୍‌ହା, ଚିନ୍ତାରେ ଚାଷୀ
  • ||

ବଡ ଠାକୁରଙ୍କ କୁନି ଦଇତାପତି, ମାତ୍ର ସାତମାସ ବାର ଦିନରେ ମହାପ୍ରଭୁଙ୍କ ସେବାରେ ହେଲେ ନିୟୋଜିତ

2/07/2021 at 8:29 PM

ପୁରୀ ୦୨।୦୭: ବୟସ ହେଉଛି ମାତ୍ର ସାତମାସ ବାର ଦିନ। ଦଇତାକୂଳରେ ତାଙ୍କର ହୋଇଛି ଜନ୍ମ। ଶ୍ରୀମନ୍ଦିର ଅଣସର ଘରେ ଜ୍ଵରରେ ଅସୁସ୍ଥ ଥିବା ମହାପ୍ରଭୁଙ୍କ ଗୁପ୍ତ ସେବାରେ ଯୋଗ ଦେବା ପାଇଁ ଯାଉଛନ୍ତି ଶ୍ରୀମନ୍ଦିର। ଏହି କୁନି ଦଇତାପତି ସେବାୟତ ହେଲେ ଯୁବ ଦଇତାପତି ଗୌତମ ଦାସ ମହାପାତ୍ରଙ୍କ ପୁଅ ଗୌରବ ଦାସମହାପାତ୍ର।

ଦଇତାକୂଳର ପରମ୍ପରା ଅନୁଯାୟୀ ଜନ୍ମ ହେବାର ୨୧ ଦିନ ପରେ ଏମାନେ ଦଇତାପତି ଭାବେ ଗଣତି ହୁଅନ୍ତି। ଆଉ ଅଣସର ଘରେ ମହାପ୍ରଭୁଙ୍କ ଚିକିତ୍ସା ଚାଲୁଥିବା ସମୟରେ ଫୁଲୁରି ତେଲ ଲାଗି ପରଦିନ ଠାରୁ ଏହି କୁନି ଦଇତାପତି ମାନେ ଗୁପ୍ତ ସେବାରେ ଯୋଗ ଦେଇଥାନ୍ତି। ଏତେ କମ୍ ବୟସରେ ମହାପ୍ରଭୁଙ୍କ ସେବା ପୂଜା, ନୀତିକାନ୍ତି ବିଷୟରେ ଗୌରବ ଅଜ୍ଞ ଥିଲେ ମଧ୍ୟ ଭବିଷ୍ୟତରେ ସମର୍ପଣ ମନଭାବ ନେଇ ମହାପ୍ରଭୁଙ୍କ ସେବା କରିବେ ବୋଲି ତାଙ୍କ ବାପା ଗୌତମ ଦାସମହାପାତ୍ର କହିଛନ୍ତି। ଆଜି ପ୍ରଥମ ଥର ଶ୍ରୀମନ୍ଦିର ଅଣସର ଘରକୁ ଯାଇ ମହାପ୍ରଭୁଙ୍କୁ ଭେଟି ଆକାରରେ ୫ ଟି ରୂପା କଏନ୍ ଦାନ କରିବା ସହ ଶ୍ରୀଜିଉଙ୍କ ସୁସ୍ଥତା ଲାଗି ଓଷ ଲାଗି କରିଛନ୍ତି।    

   Related Posts