Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୫ ଜଣଙ୍କ ଜୀବନ
  • ||
  • ମିଲରେ ଅଗ୍ନିକାଣ୍ଡ: ଜୀବନ ବଞ୍ଚାଇବାକୁ ବିଲଡିଂରୁ ଡେଇଁପଡିଥିଲେ ଶ୍ରମିକ, ଉଦ୍ଧାର କାର୍ଯ୍ୟ ଜାରି
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୩୪୦ କୋଭିଡ୍ ପଜିଟିଭ୍
  • ||
  • ଲଖିମପୁର ହିଂସା ମାମଲାରେ ସଂଯୁକ୍ତ କିଷାନ ମୋର୍ଚ୍ଚାର ରେଳରୋକ, ୬ ଘଣ୍ଟିଆ ଆନ୍ଦୋଳନ ପାଇଁ ୧୪୪ ଧାରା
  • ||
  • ଫୁଲୁଛି ଜଳକା ନଦୀ, ବିପଦ ସଙ୍କେତ ଉପରେ ଜଳସ୍ତର
  • ||
  • ଚାଲାଣ ବେଳେ ୩୯ ଶ୍ରମିକ ଉଦ୍ଧାର, ଦାଦନ ଖଟିବାକୁ ଯାଉଥିଲେ ବିଜୟନଗରମ୍
  • ||
  • ବଙ୍ଗୋପସାଗରରେ ଟ୍ରପ୍ ଲାଇନ, ୪ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା
  • ||
  • ଏଯାଏଁ ମିଳୁନି ବାପା-ପୁଅଙ୍କ ପତ୍ତା, ରବିବାର ନାଗାବଳୀରେ ଭାସି ଯାଇଥିଲେ ଉଭୟ
  • ||

ପୁଣି ଲଜ୍ଜା : ଯୁବତୀଙ୍କୁ କାମ କରିବାକୁ ଡାକିନେଇ କଲେ ଗଣଦୁଷ୍କର୍ମ, ଥାନାରେ ଏତଲା ଦେଲେ ପୀଡିତା

19/01/2021 at 9:50 AM

ସୁବର୍ଣ୍ଣପୁର ୧୯।୧: ସୁବର୍ଣ୍ଣପୁରରେ ପୁଣି ଲଜ୍ଜା । ଯୁବତୀଙ୍କୁ ଗଣଦୁଷ୍କର୍ମ ନେଇ ଥାନାରେ ଅଭିଯୋଗ । କାମ ଦେବାକୁ କହି ଯୁବତୀଙ୍କୁ ଗଣଦୁଷ୍କର୍ମ କରାଯାଇଥିବା ଅଭିଯୋଗ ହୋଇଛି । ଅଭିଯୋଗ ଆଧାରରେ ପୋଲିସ ତଦନ୍ତ ଜାରି ରଖିଛି ।

ସୂଚନାଯୋଗ୍ୟ ଯେ, ସୁବର୍ଣ୍ଣପୁର ସହରରେ ଜଣେ ଯୁବତୀକୁ ଗଣ ଦୁଷ୍କର୍ମ ନେଇ ସୋନପୁର ଥାନାରେ ଅଭିଯୋଗ ହୋଇଛି । ସହରର ଉପକଣ୍ଠରେ ଥିବା ଜିଲ୍ଲା ଦକ୍ଷତା ବୃଦ୍ଧି ତାଲିମ କେନ୍ଦ୍ରର ଯୁବତୀ ଜଣଙ୍କ ଗଣଦୁଷ୍କର୍ମ ଶିକାର ହୋଇଥିବା ଅଭିଯୋଗରେ ଦର୍ଶାଯାଇଛି । ଦୁଇ ଜଣ ଲୋକ ପୀଡିତା ଯୁବତୀଙ୍କୁ କାମ କରିବାକୁ ଡାକିନେଇ ସେଠାରେ ଦୁଷ୍କର୍ମ କରିଛନ୍ତି । ଏ ନେଇ ପୀଡିତାଙ୍କ ପକ୍ଷରୁ ସୋନପୁର ଥାନାରେ ଅଭିଯୋଗ କରାଯାଇଛି ।

ଅଭିଯୋଗ ଆଧାରରେ ସୋନପୁର ପୋଲିସ ଘଟଣାର ତଦନ୍ତ ଆରମ୍ଭ କରିଛି । ସୋନପୁର ଡାକ୍ତରଖାନାରେ ପୀଡିତାଙ୍କ ଡାକ୍ତରୀ ମାଇନା ହୋଇଥିବା ଜଣାପଡିଛି । ତାଲିମ କେନ୍ଦ୍ରରେ ଲାଗିଥିବା ସିସିଟିଭି ଫୁଟେଜ୍‌ କୁ ପୋଲିସ ଜବତ କରି ଅଧିକ ତନାଘନା ଜାରି ରଖିଛି । ଏପର୍ଯ୍ୟନ୍ତ ଅଭିଯୁକ୍ତକୁ ଧରିବାରେ ପୋଲିସ ସଫଳ ହୋଇପାରିନାହିଁ ।

   Related Posts