Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କଳାହାଣ୍ଡି : ମମିତା ମେହେର ହତ୍ୟା ଘଟଣା : ମହାଲିଙ୍ଗ୍ ଷ୍ଟାଡିୟମ୍‌ରେ ଅନୁଧ୍ୟାନ କଲେ ମହିଳା କମିଶନ ଅଧ୍ୟକ୍ଷା
  • ||
  • ଭୁବନେଶ୍ବର : ପୁରୀ ନୀଳାଚଳ ହୋଟେଲ ବିକ୍ରି ପାଇଁ ଚାଲିଥିଲା ଯୋଜନା, ୫୦ଲକ୍ଷ ଟଙ୍କା ହେରଫେର ଅଭିଯୋଗରେ ଜଣେ ଗିରଫ
  • ||
  • ଭୁବନେଶ୍ବର : ଶସ୍ତା ରାଜନୀତି କରୁଛି ବିଜେପି, ମମିତା ମେହେର ପ୍ରସଙ୍ଗକୁ ରାଜନୀତିର ରୂପ ଦିଆଯାଉଛି : ବିଜେଡି
  • ||
  • ଭଦ୍ରକ : ଏକତରଫା ପ୍ରେମ : ନାବାଳିକା ଯାଉଥିବା ବାଇକ୍‌କୁ ଗୋଇଠା ମାରି ଗଡାଇଦେଲେ ଯୁବକ, ଏସ୍‌ପିଙ୍କ ଦ୍ବାରସ୍ଥ ହେଲେ ମା’
  • ||
  • ବାରଙ୍ଗ : ନନ୍ଦନକାନନରେ ବିରଳ ହିମାଳୟ ଅଣ୍ଡିରା ଭାଲୁ ‘ମୋତି’ର ମୃତ୍ୟୁ, ୫କୁ ଖସିଲା ସଂଖ୍ୟା
  • ||
  • ଫୁଲବାଣୀ : କନ୍ଧମାଳକୁ ଛୁଇଁଲା ପହିଲି ଶୀତ, କୁହୁଡି ଚାଦରରେ ଢାଙ୍କି ହେଲାଣି ସହର
  • ||
  • କେନ୍ଦୁଝର : ଶିଶୁ କନ୍ୟାର ଉଲଗ୍ନ ମୃତଦେହ ଉଦ୍ଧାର, ବୁଧବାରଠୁ ଝୁମର ନାଚ ଦେଖିବାକୁ ଯାଇ ନିଖୋଜ ଥିଲେ
  • ||
  • ପାକିସ୍ତାନ ବିପକ୍ଷରେ ଭାରତ ଫେଭରେଟ୍, ବିଜୟ ସମ୍ଭାବନା ଅଧିକ : ଅନୁମାନ ଲଗାଇଲେ ମହମ୍ମଦ ଅମିର
  • ||
  • କଣ୍ଟାବାଞ୍ଜି : ଝରଣୀ ଗାଁରେ ମମିତା ମେହେରଙ୍କ ପରିବାରକୁ ଭେଟିଲେ ରାଜ୍ୟ ମହିଳା ଆୟୋଗ ଅଧ୍ୟକ୍ଷାଙ୍କ ସହ ୪ଜଣିଆ ଟିମ୍
  • ||
  • ପନିପରିବା ଖାଇଦେଉଛନ୍ତି ବାର୍‌ହା, ଚିନ୍ତାରେ ଚାଷୀ
  • ||

ବନ୍ଦ ଘରୁ ଉଦ୍ଧାର ହେଲା ଯୁବତୀଙ୍କ ମୃତଦେହ, ୩ ଦିନ ହେଲା ଘର ଭିତରୁ ଆସୁଥିଲା ଦୁର୍ଗନ୍ଧ

7/09/2021 at 5:28 PM

ଭୁବନେଶ୍ବର ୭।୯: ବନ୍ଦ ଘରୁ ଉଦ୍ଧାର ହେଲା ଯୁବତୀଙ୍କ ମୃତଦେହ । ଭୁବନେଶ୍ବର ରୁଚିକା ମାର୍କେଟ୍ ନିକଟ ମହାବୀର ବସ୍ତିରେ ଦେଖିବାକୁ ମିଳିଛି ଏଭଳି ଅଭାବନୀୟ ଘଟଣା । ଘଟଣାସ୍ଥଳରେ ପୋଲିସ ଓ ସାଇଣ୍ଟିଫିକ୍ ଟିମ୍ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

ସୂଚନାଯୋଗ୍ୟ ଯେ, ରୁଚିକା ମାର୍କେଟ୍ ନିକଟ ମହାବୀର ବସ୍ତିରେ ଏକ ଘରୁ ତିନି ଦିନ ହେଲା ଦୁର୍ଗନ୍ଧ ବାହାରୁଥିଲା । ଯାହାକୁ ନେଇ ସ୍ଥାନୀୟ ଲୋକଙ୍କ ମଧ୍ୟରେ ସନ୍ଦେହ ସୃଷ୍ଟି ହୋଇଥିଲା । ଫଳରେ ଭରତପୁର ଥାନା ପୋଲିସଙ୍କୁ ଜଣାଇଥିଲେ । ଏହାପରେ ପୋଲିସ ଓ ସାଇଣ୍ଟିଫିକ୍ ଟିମ୍ ପହଞ୍ଚି ଘର କବାଟ ତାଲା ଭାଙ୍ଗି ଶବକୁ ଉଦ୍ଧାର କରିଛନ୍ତି । ମୃତଦେହରୁ ପ୍ରବଳ ରକ୍ତ ବାହାରୁଥିବା ଜଣାପଡିଛି । ଘର ମାଲିକଙ୍କ କହିବା ଅନୁସାରେ ଗତ ୧୦ ଦିନ ପୂର୍ବରୁ ଜଣେ ଯୁବତୀ ଓ ଯୁବକ ଆସି ଘର ଭଡା ନେଇଥିଲେ । ସବୁଦିନ ସକାଳେ ଦୁହେଁ ପଳାଇଯାଉଥିଲେ ରାତିରେ ଆସି ରହୁଥିଲେ । ଘଟଣାର ଅଧିକ ତଦନ୍ତ ଜାରି ରଖିଛି ପୋଲିସ ।

   Related Posts