Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କରଞ୍ଜିଆ : ନଭେମ୍ବର ପହିଲାରୁ ଖୋଲିବ ଶିମିଳିପାଳ ଜାତୀୟ ଉଦ୍ୟାନ
  • ||
  • ସୋର : ଭଙ୍ଗା ଘରୁ ମିଳିଲା ପୁଳା ପୁଳା ରାସନ କାର୍ଡ, ଲୋକଙ୍କୁ ଦିଆନଯାଇ ଲୁଚାଇ ରଖାଯାଇଥିଲା କାହିଁକି ?
  • ||
  • ଆନନ୍ଦପୁର : କଣ୍ଡକ୍ଟରଙ୍କ ଭୁଲ୍, ଯାତ୍ରୀଙ୍କ ଗୋଡ ଉପରେ ଚଢିଗଲା ବସ୍
  • ||
  • କୋଣାର୍କ : ବାଇକ୍ ଚୋରି ରାକେଟ୍ ଠାବ : ୮ ବାଇକ୍ ସହ ୪ ଅଭିଯୁକ୍ତ ଗିରଫ
  • ||
  • ତେଲକୋଇ : କାଞ୍ଜିପାଣି ଘାଟିରେ ଭାରସ୍ୟାମ ହରାଇ ଓଲଟିଲା ଅଟୋ, ୫ବର୍ଷର ଶିଶୁ ସମେତ ୩ ଗୁରୁତର
  • ||
  • ଚାନ୍ଦବାଲି : ଅଘୋଷିତ ବିଦ୍ୟୁତ କାଟ୍ : ଦୀର୍ଘ ୧୨ଘଣ୍ଟା ଧରି ଅନ୍ଧାରରେ ରହିଲା ଆଖଣ୍ଡଳମଣୀ ପୀଠ
  • ||
  • ଭୁବନେଶ୍ବର : ନଭେମ୍ବର ୧ରୁ ଯୁକ୍ତ ୩ ପ୍ରଥମ ବର୍ଷ ଏବଂ ୧୫ରୁ ପିଜି ପ୍ରଥମ ବର୍ଷ କ୍ଲାସ୍ ଖୋଲିବ
  • ||
  • ଖୋର୍ଦ୍ଧା : ୩ ଦିନ ହେବ ଚିଲିକା ମଝିରେ ଫସିଥିଲା ଡଙ୍ଗା, ୨ ମତ୍ସ୍ୟଜୀବୀଙ୍କ ସହ ୧୦ବର୍ଷର ଛୁଆ ଉଦ୍ଧାର
  • ||
  • ଭୁବନେଶ୍ବର : ମମିତା ମେହେର ହତ୍ୟା ଘଟଣାରେ ନୀରବତାକୁ ବରଦାସ୍ତ କରାଯିବନି : କଂଗ୍ରେସ
  • ||
  • ଭୁବନେଶ୍ବର : DRDO ତଥ୍ୟ ଲିକ୍ ମାମଲାରେ କ୍ରାଇମବ୍ରାଞ୍ଚ ହାତରେ ନୂଆ ତଥ୍ୟ, ଦୁବାଇ ଲୁଲୁ ଇଣ୍ଟରନ୍ୟାସନାଲ୍ ଏଜେନ୍ସିରୁ ଆସିଥିଲା ଟଙ୍କା
  • ||

ଆସୁଛି ବଡ ବର୍ଷା : ସନ୍ଧ୍ୟାରେ ଲଘୁଚାପରେ ପରିଣତ ହେବ ଘୂର୍ଣ୍ଣିବଳୟ

24/09/2021 at 7:40 AM

ଭୁବନେଶ୍ୱର ୨୪/୦୯: ମିଆଁମାରର ୟାଙ୍ଗନ ସହରର ଦକ୍ଷିଣ ଉପକୂଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ଏହା ଉତ୍ତର ପଶ୍ଚିମ ଦିଗରେ ଗତି କରି ୨୪ ତାରିଖ ସନ୍ଧ୍ୟାବେଳକୁ ଉତ୍ତର ପୂର୍ବ ଓ ପାଶ୍ୱର୍ବର୍ତ୍ତୀ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପରେ ପରିଣତ ହେବ । ଅନୁମାନ କରାଯାଉଛି, ଏହା ୨୬ ତାରିଖବେଳକୁ ଓଡ଼ିଶା ଉପକୂଳ ପାଖରେ ପହଞ୍ଚିବ । ହେଲେ ଏହା ପ୍ରକୋପରେ ୨୫ ରାତିରୁ ବର୍ଷା ଆରମ୍ଭ ହୋଇଯିବ ଓଡ଼ିଶାରେ । ରାଜ୍ୟରେ ପ୍ରବଳ ବର୍ଷା କରାଇବ ଏହି ସମ୍ଭାବ୍ୟ ଲଘୁଚାପ ।

ବର୍ତ୍ତମାନ ଛତିଶଗଡ଼ ଉପରେ ଏକ ଲଘୁଚାପ ରହିଛି । ଏହା ପ୍ରଭାବରେ ମହାନଦୀ ଉପରମୁଣ୍ଡରେ ବି ବର୍ଷା ବଢ଼ିଛି । କୃଷି ପାଣିପାଗ ବିଶାରଦ ଡକ୍ଟର ସୁରେନ୍ଦ୍ରନାଥ ପଶୁପାଳକଙ୍କ ପୂର୍ବାନୁମାନ ଅନୁଯାୟୀ ସମ୍ଭାବ୍ୟ ଲଘୁଚାପ ୨୬ ତାରିଖ (ଶନିବାର) ରାତିରେ ଦକ୍ଷିଣ ଓଡ଼ିଶା ଉପକୂଳ ପାଖରେ ରହିବ । ୨୭ ତାରିଖରେ ଉତ୍ତର ଭାରତରେ ଥିବା ଲଘୁଚାପ ବଳୟ ସହିତ ଏହା ମିଶିଯିବ । ୨୮ ତାରିଖ ସନ୍ଧ୍ୟା ସୁଦ୍ଧା ଏହା ଦୁର୍ବଳ ହୋଇଯିବା ସମ୍ଭାବନା ଅଛି । ଉପକୂଳରେ ପହଞ୍ଚିଲାବେଳକୁ ଏହା ଦୁର୍ବଳ ହୋଇଯାଇଥିବ ।

ଆକଳନ କରାଯାଉଛି, ଦକ୍ଷିଣ ଓଡ଼ିଶାରେ ୨୫ ତାରିଖ ରାତିରୁ ଓ ଉପକୂଳ ଓଡ଼ିଶାରେ ୨୬ ତାରିଖ ରାତିରୁ ବର୍ଷା ଆରମ୍ଭ ହେବ । ୨୮ ତାରିଖ ସନ୍ଧ୍ୟା ପର୍ଯ୍ୟନ୍ତ ଏହାର ପ୍ରକୋପ ରହିବ । ଉତ୍ତର ଓଡ଼ିଶା ଓ ପଶ୍ଚିମ ଓଡ଼ିଶାରେ ବର୍ଷା କମ୍‌ ହେବ ଏବଂ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ଅଛି । ଜଗତସିଂହପୁର ଜିଲ୍ଲାର ଦକ୍ଷିଣରେ ଥିବା ଉପକୂଳ ଓ ସଂଲଗ୍ନ ଜିଲ୍ଲାରେ ମଧ୍ୟମ ଧରଣର ଓ କେତେକ ଜିଲ୍ଲାରେ ଭାରି (୫୦ ମିମି ପର୍ଯ୍ୟନ୍ତ) ବର୍ଷା ସମ୍ଭାବନା ଅଛି । ଆଭ୍ୟନ୍ତରୀଣ ଦକ୍ଷିଣରେ ମଧ୍ୟମ ଧରଣର ବର୍ଷା ହେବ । ରାଜ୍ୟରେ ବିସ୍ତୃତ ଭାରି ବର୍ଷାର ସମ୍ଭାବନା କମ୍‌ ।

ଆଉ ଏକ ଆକଳନ ହେଲା, ସମ୍ଭାବ୍ୟ ଲଘୁଚାପ ଆନ୍ଧ୍ର ଉପକୂଳରେ ୨୭ ଓ ୨୮ ତାରିଖ ରହିପାରେ । ଯଦି ଏଭଳି ହୁଏ, ଓଡ଼ିଶାରେ ବର୍ଷା ବହୁତ କମ୍‌ ରହିବ ।
ପାଣିପାଗ ବିଭାଗ କହିଛି, ଶୁକ୍ରବାର ବିଶେଷ ବର୍ଷା ହେବନି । କାଁ ଭାଁ ବର୍ଷା ହେବ । ୨୫ରୁ ବର୍ଷା ବଢ଼ିବ । ଉପକୂଳ ଓଡ଼ିଶା ଓ ଦକ୍ଷିଣ ଆଭ୍ୟନ୍ତରୀଣରେ ମୁଖ୍ୟତଃ ବର୍ଷା ହେବ । ଯାଜପୁର, କେନ୍ଦ୍ରାପଡ଼ା, କଟକ, ବାଲେଶ୍ୱର, ଭଦ୍ରକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, କେନ୍ଦୁଝର, ମୟୂରଭଞ୍ଜ, ଢେଙ୍କାନାଳ, କୋରାପୁଟ, ମାଲକାନଗିରି ଓ ରାୟଗଡ଼ାରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ ।

୨୬ରେ ରାଜ୍ୟର ଅଧିକାଂଶ ସ୍ଥାନରେ ବର୍ଷା ହେବ । ପୁରୀ, ଗଞ୍ଜାମ, ଗଜପତି, ମାଲକାନଗିରି, କୋରାପୁଟରେ ପ୍ରବଳରୁ ପ୍ରବଳତର ବର୍ଷା ଆଶଙ୍କା ଥିବାବେଳେ ଭଦ୍ରକ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଖୋର୍ଦ୍ଧା, ନୟାଗଡ଼, ରାୟଗଡ଼ା, କନ୍ଧମାଳ, କଟକ, ନବରଙ୍ଗପୁରରେ ପ୍ରବଳ ବର୍ଷା ହୋଇପାରେ । ୨୭ରେ ଦକ୍ଷିଣ ଓଡ଼ିଶାରେ ଅଧିକ ବର୍ଷା ହେବ । କେକେତ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ଅଛି । ସମୁଦ୍ର ଅଶାନ୍ତ ରହିବା ଆଶଙ୍କା ଥିବାରୁ ସମୁଦ୍ର ଭିତରକୁ ଯିବା ପାଇଁ ବାରଣ କରାଯାଇଛି ।

   Related Posts