Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ବର : ହାତ ଟେକିଦେଲେ ବାଚସ୍ପତି, କହିଲେ- ଯଦି ସବୁ ସଦସ୍ୟ ଗୃହ ଚଲାଇବାକୁ ପ୍ରସ୍ତୁତ ନୁହଁନ୍ତି, ତେବେ ମୁଁ କ’ଣ କରିବି ?
  • ||
  • ଭୁବନେଶ୍ବର : ମମିତା ମେହେର ହତ୍ୟା ପ୍ରସଙ୍ଗ : ଆସନ୍ତା ୧୦ରେ ବିଧାନସଭା ଘେରାଉ କରିବ ଛାତ୍ର କଂଗ୍ରେସ
  • ||
  • ପରଲୋକରେ ପଦ୍ମଶ୍ରୀ ନନ୍ଦ ସାର୍, ୧୦୪ ବର୍ଷରେ ଚିକିତ୍ସାଧୀନ ଅବସ୍ଥାରେ ଦେହାନ୍ତ
  • ||
  • ଭୁବନେଶ୍ବର : ରିପୋର୍ଟ ଆସିବା ପରେ ନିୟମ ଅନୁସାରେ ଚାଷୀଙ୍କୁ କ୍ଷତିପୂରଣ ଦିଆଯିବ : ମନ୍ତ୍ରୀ ସୁଦାମ ମାରାଣ୍ଡି
  • ||
  • ଭୁବନେଶ୍ବର : ବିଡିଏ ଫେରାଇବ ସର୍ବକ୍ଷମା ଯୋଜନାର ଅଧିକ ଫାଇନ୍, ଆବେଦନର ଶେଷ ତାରିଖ ୧୦ ଡିସେମ୍ବର
  • ||
  • ଖୋର୍ଦ୍ଧା : ଭିଜିଲାନ୍ସ ହାତରେ ଧରାପଡିଲେ ନିର୍ବାହୀ ଯନ୍ତ୍ରୀ, ବିଲ୍ କରାଇ ଦେବାକୁ ଠିକାଦାରଙ୍କଠୁ ନେଉଥିଲେ ୧୦ ହଜାର
  • ||
  • ଟିଟିଲାଗଡ : ପୁରୀ-ଅଜମେର ଟ୍ରେନ୍‌ରେ ନିଆଁ, ଟ୍ରାକ୍‌ରେ ବ୍ରେକ୍ ଘସି ହୋଇ ଧୂଆଁ ବାହାରୁଥିଲା
  • ||
  • ରୋହିଙ୍ଗ୍ୟା ବିରୋଧୀ ହିଂସା ପାଇଁ ଫେସବୁକ ଦାୟୀ ! ୧୫୦ ବିଲିୟନ ପାଉଣ୍ଡର କ୍ଷତିପୂରଣ ଦେବାକୁ ମାମଲା
  • ||
  • କଳାହାଣ୍ଡି : ଇଚ୍ଛା ମୃତ୍ୟୁ ଆବେଦନକାରୀଙ୍କୁ ସାହା ହେଲା BSKY, ଯୋଜନାରେ ଆରମ୍ଭ ହେଲା ଚିକିତ୍ସା
  • ||
  • ତୁରେଇକେଲା ବ୍ଲକରେ ମାତିଲେ ୩୦ ଟିକିଆ ହାତୀପଲ, ଭାଙ୍ଗିଦେଲେ ଘର ଛପର
  • ||

ଲକ୍ଷ୍ମୀପୁର ହିଂସାର ମୁଖ୍ୟ ଅଭିଯୁକ୍ତ ଆଶିଷ ମିଶ୍ରାଙ୍କୁ ଡେଙ୍ଗୁ, ଚିକିତ୍ସା ପାଇଁ ହସ୍ପିଟାଲରେ ଭର୍ତ୍ତି

24/10/2021 at 8:42 AM

ନୂଆଦିଲ୍ଲୀ ୨୪/୧୦: ଲଖିମ୍‌ପୁର ଖେରୀ ହିଂସା ମାମଲାରେ ମୁଖ୍ୟ ଅଭିଯୁକ୍ତ ଆଶିଷ ମିଶ୍ରାଙ୍କୁ ଡେଙ୍ଗୁ । ଜେଲରେ ତାଙ୍କ ଅବସ୍ଥା ଗୁରୁତର ହେବାରୁ ତାଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ସୂଚନାନୁସାରେ, ଆଶିଷଙ୍କ ସ୍ୱାସ୍ଥ୍ୟ ଅବସ୍ଥା ବିଗିଡିଯିବାରୁ ତାଙ୍କୁ ଜେଲ ଡାକ୍ତରଖାନାରେ ଭର୍ତ୍ତି କରିବାକୁ ପଡିଛି । ଗୃହମନ୍ତ୍ରୀ ଅଜୟ ମିଶ୍ରଙ୍କ ପୁଅ ଆଶିଷ ମିଶ୍ର ପୋଲିସ ହେପାଜତରେ ଅଛନ୍ତି ।

ଉତ୍ତରପ୍ରଦେଶର ଲଖିମ୍‌ପୁର ଖେରୀର ଟିକୋନିଆରେ ବିରୋଧ କରୁଥିବା ଚାଷୀଙ୍କ ଉପରେ କାର ଚଢାଇବା ହିଂସା ଘଟଣାରେ କୋର୍ଟ ଆଶିଷଙ୍କୁ ପୋଲିସ ହେପାଜତକୁ ପଠାଇଥିଲେ । ଖେରୀ ହିଂସା ମୁଖ୍ୟ ଅଭିଯୁକ୍ତ ଆଶିଷ ମିଶ୍ରଙ୍କ ସମେତ ଚାରିଜଣ ଅଭିଯୁକ୍ତଙ୍କୁ ଶୁକ୍ରବାର ଦିନ ପୋଲିସ ହେପାଜତକୁ ପଠାଇଛି । ସମସ୍ତଙ୍କ ରିମାଣ୍ଡ ଅବଧି ଆଜି ଅପରାହ୍ନରେ ଶେଷ ହେବ ।

ଗତ ଅକ୍ଟୋବର ୯ରେ ଆଶିଷଙ୍କୁ ଗିରଫ କରାଯାଇଥିଲା । ଅକ୍ଟୋବର ୩ ରେ ଲକ୍ଷ୍ମୀପୁର ଖେରୀ ଜିଲ୍ଲାର ଟିକୁନିଆ ଅଞ୍ଚଳରେ ହୋଇଥିବା ହିଂସାରେ ଚାରି ଜଣ ଚାଷୀଙ୍କ ସମେତ ୮ ଜଣଙ୍କର ମୃତ୍ୟୁ ହୋଇଥିଲା । ଏହି ମାମଲାରେ ଏପର୍ଯ୍ୟନ୍ତ କେନ୍ଦ୍ର ମନ୍ତ୍ରୀଙ୍କ ପୁଅ ଆଶିଷଙ୍କ ସମେତ ୧୩ଅଭିଯୁକ୍ତଙ୍କୁ ଗିରଫ କରାଯାଇଛି ।

   Related Posts