ବନ୍ଧୁକ ମୁନରେ ଲୁଟ୍, ବ୍ୟାଙ୍କରୁ ଲକ୍ଷାଧିକ ଟଙ୍କା ଓ ସୁନା ଗହଣା ଲୁଟିନେଲେ ଦୁର୍ବୃତ୍ତ
13/10/2020 at 2:33 PM

ଭୋଗରାଇ ୧୩।୧୦: ଦିନ ଦ୍ବିପ୍ରହରରେ ବ୍ୟାଙ୍କରୁ ସଶସ୍ତ୍ର ଡକାୟତି ହୋଇଛି । ବନ୍ଧୁକ ମୁନରେ ଲକ୍ଷାଧିକ ଟଙ୍କା ଓ ସୁନା ଗହଣା ଲୁଟିନେଲେ ଦୁର୍ବୃତ୍ତ । ବାଲେଶ୍ବର ଜିଲ୍ଲା ଭୋଗରାଇ ବ୍ଲକ ଚୌକିସ୍ଥିତ ୟୁକୋ ବ୍ୟାଙ୍କରୁ ଏହି ଲୁଟ୍ ହୋଇଛି ।

ସୂଚନାଯୋଗ୍ୟ ଯେ, ମଙ୍ଗଳବାର ଦିନ ଦ୍ବିପ୍ରହରରେ ଭୋଗରାଇ ବ୍ଲକ ଚୌକି ସ୍ଥିତ ୟୁକୋ ବ୍ୟାଙ୍କରୁ ଲୁଟ୍ ହୋଇଛି । ବ୍ୟାଙ୍କ କର୍ମଚାରୀଙ୍କୁ ଛୁରୀ ଓ ବନ୍ଧୁକ ଦେଖାଇ ଟଙ୍କା ଓ ସୁନା ଗହଣା ଲୁଟି ନେଇ ଦୁର୍ବୃତ୍ତ ଫେରାର ହୋଇଯାଇଛନ୍ତି ।

୫ ଜଣ ଡକାୟତ ବାଇକ୍ ରେ ଆସିଥିବା ସୂଚନା ମିଳିଛି । ଖବର ପାଇ ଘଟଣାସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।