Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ସାଲେପୁର : ଆମ୍ବୁଲାନ୍ସକୁ ପିଟିଲା କାର୍, ଡ୍ରାଇଭର ଆହତ
  • ||
  • କଟକ : ସି-ସୋର ଘାଟରୁ ଅଜଣା ମୃତଦେହ ଉଦ୍ଧାର, ଭାସି ଆସିଥିବା ସନ୍ଦେହ
  • ||
  • ଚଣ୍ଡିଗଡ : ପଦ୍ମ ବିଭୂଷଣ ଫେରାଇଲେ ପଞ୍ଜାବର ପୂର୍ବତନ ମୁଖ୍ୟମନ୍ତ୍ରୀ ପ୍ରକାଶ ସିଂହ ବାଦଲ
  • ||
  • ନୂଆଦିଲ୍ଲୀ : ଅନଲାଇନ୍‌ରେ ହେବନାହିଁ CBSE ବୋର୍ଡ ପରୀକ୍ଷା, ପୂର୍ବଭଳି ପରୀକ୍ଷା ଦେବେ ଛାତ୍ରଛାତ୍ରୀ
  • ||
  • ଝାରସୁଗୁଡା : ବାପା ନା’ ରାକ୍ଷସ, ନିଶାଶକ୍ତ ଅବସ୍ଥାରେ ୧୧ ବର୍ଷର ଝିଅ ସହ କଲା ଦୁଷ୍କର୍ମ !
  • ||
  • କନ୍ଧମାଳ : ହଜିଗଲା ମା’ର ମମତା, ୪ ବର୍ଷ ଝିଅର ଗାଲ କାଟିଦେଲା ସାବତ ମା’ !
  • ||
  • ବଡବିଲ : ହାତୀ ଆକ୍ରମଣରେ ଚାଲିଗଲା ଜଣଙ୍କ ଜୀବନ, ଆତଙ୍କ ଖେଳାଇଛନ୍ତି ୧୧ଟିକିଆ ହାତୀ ପଲ
  • ||
  • ଓ୍ବାଶିଂଟନ୍ : ‘ପିଜ୍ଜା ହଟ୍’ର ଶୁଭାରମ୍ଭ କରିଥିବା ଫ୍ରାଙ୍କ୍ କାର୍ନିଙ୍କ ପରଲୋକ
  • ||
  • ବଲାଙ୍ଗୀର : ଭିଜିଲାନ୍ସ ପଞ୍ଝାରେ ରେଞ୍ଜର, ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଏକକାଳୀନ ୩ଟି ସ୍ଥାନରେ ଚଢାଉ
  • ||
  • ଭୁବନେଶ୍ବର : ଅଫଲାଇନ୍‌ରେ ହେବ ମାଟ୍ରିକ୍ ଏବଂ ଯୁକ୍ତ ୨ ପରୀକ୍ଷା : ଗଣଶିକ୍ଷା ମନ୍ତ୍ରୀ
  • ||

ଆଲମିରା ଭାଙ୍ଗି ଲକ୍ଷାଧିକ ଟଙ୍କା ଲୁଟି ନେଲେ ଦୁର୍ବୃତ୍ତ: ପଛ କବାଟ ଭାଙ୍ଗି ଘର ଭିତରକୁ କରିଥିଲେ ପ୍ରବେଶ

2/11/2020 at 9:53 PM

ସୋର୨/୧୧: ସୋର ଅଞ୍ଚଳରେ ପୁଣି ମାତିଲେ ଲୁଟେରା। ଘର କବାଟ ଭାଙ୍ଗି ଲୁଟି ନେଲେ ଲକ୍ଷାଧିକ ଟଙ୍କାର ଅଳଙ୍କାର ସହ ନଗଦ ଟଙ୍କା । ବାଲେଶ୍ଵର ଜିଲ୍ଲା ସୋର ଥାନା କେଦାରପୁର ପଞ୍ଚାୟତ ନୂଆହାଟ ଗ୍ରାମରେ ଯଦୁନାଥ ବେହେରାଙ୍କ ଘରେ ଚୋରି ହୋଇଛି।

ମିଳିଥିବା ସୂଚନା ମୁତାବକ, ଘରେ କେହି ନଥିବା ବେଳେ ତାହାର ସୁଯୋଗ ନେଇ ଲୁଟେରାମାନେ ଘରପଛ କବାଟ ଭାଙ୍ଗି ଘର ଭିତରକୁ ପଶିଥିଲେ। ଘରେ ଥିବା ଆଲମିରାକୁ ଶାବୁଳରେ ଭାଙ୍ଗି ସମସ୍ତ ଅଳଙ୍କାର ଲୁଟି ନେଇଥିଲେ। ଏ ନେଇ ପରିବାର ଲୋକେ ସୋର ଥାନାରେ ଅଭିଯୋଗ କରିଛନ୍ତି।

ଡକାୟତମାନେ ୪ଟି ସୁନା ହାର , ୪ଟି ସୁନା ମୁଦି, ମଙ୍ଗଳସୁତ୍ର ସହ ଅନ୍ୟ ଅଳଙ୍କାର ଲୁଟ ହୋଇଛି। ଯାହାର ମୂଲ୍ୟ ୩ ଲକ୍ଷ ଟଙ୍କାରୁ ଅଧିକ ହେବ ବୋଲି ଜଣାପଡିଛି । ସ୍ବୟଂ ସହାୟତା ଗୋଷ୍ଠି ପାଇଁ ରହିଥିବା ୩୦ ହଜାର ଟଙ୍କା ଡକାୟତମାନେ ଲୁଟି ନେଇଛନ୍ତି। ସୋର ପୋଲିସ ତଦନ୍ତ ଜାରି ରଖିଛି।

   Related Posts