Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ମଙ୍ଗଳବାର କଥା ହେବେ ପୁଟିନ୍ ଓ ବାଇଡେନ୍, ୟୁକ୍ରେନ ହେବ ମୁଖ୍ୟ ପ୍ରସଙ୍ଗ
  • ||
  • ରାଜ୍ୟରେ ଆଉ ୨ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୨୨କୁ ବୃଦ୍ଧି
  • ||
  • ମାଆର ସାହସ ଆଗରେ ହାରିଲା ବାଘ, ନିଜ ପୁଅକୁ ମୃତ୍ୟୁ ମୁଖରୁ ଛଡାଇ ଆଣିଲେ ମହିଳା
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୮ ହଜାରରୁ ଅଧିକ କରୋନା ପଜିଟିଭ୍, ୨୭୯୬ ମୃତ
  • ||
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୧୮୯ କରୋନା ସଂକ୍ରମିତ, ୧୦୫୦୨୪୯ରେ ପହଞ୍ଚିଲା ସଂଖ୍ୟା
  • ||
  • ୟୁକ୍ରେନ ଉପରେ ଆକ୍ରମଣ କରିବ ଋଷ ! ପୁଟିନଙ୍କ ଦେଢ ଲକ୍ଷରୁ ଅଧିକ ସୈନ୍ୟ ଅଛନ୍ତି ପ୍ରସ୍ତୁତ
  • ||
  • ଜାନୁଆରୀ-ଫେବୃଆରୀ ମଧ୍ୟରେ ଭାରତରେ ଆସିବ ତୃତୀୟ ଲହର, ଓମିକ୍ରନ୍ ସାଜିବ ବାହକ : ଦାବି କଲେ ବିଶେଷଜ୍ଞ
  • ||
  • ଚାଲିଥିଲା ଧାନ ଚୋରା ଚାଲାଣ, ୨୨୦ ବସ୍ତା ଜବତ କଲା ଯୋଗାଣ ବିଭାଗ
  • ||
  • ଜଓ୍ୱାଦ ଦୁର୍ବଳ, ଟଳିଲା ବଡ ବିପଦ : ପୁରୀଠୁ ୨୭୦ କିମି ଦୂରରେ କେନ୍ଦ୍ରୀଭୂତ
  • ||
  • ଜଗତସିଂହପୁରରେ ଲଗାଣ ବର୍ଷା, ଧାନ ଫସଲ କ୍ଷତିଗ୍ରସ୍ତ
  • ||

ଦାର୍ଜିଲିଂରେ ଭୂସ୍ଖଳନ : ରେଳ ଲାଇନ କାମ ଚାଲିଥିବା ବେଳେ ଭାସିଗଲେ ୮ ଶ୍ରମିକ, ଉଦ୍ଧାରକାର୍ଯ୍ୟ ଜାରି

30/07/2021 at 3:22 PM

କୋଲକାତା ୩୦/୦୭ : ପଶ୍ଚିମବଙ୍ଗର ଦାର୍ଜିଲିଂରେ ପ୍ରବଳ ବର୍ଷା ଯୋଗୁଁ ଭୂସ୍ଖଳନ ହୋଇଛି । ଭୂସ୍ଖଳନ ଯୋଗୁଁ ବିଭିନ୍ନ ସ୍ଥାନରେ ଯାତାୟତ ବାଧାପ୍ରାପ୍ତ ହୋଇଥିବା ବେ​‌ଳେ ଦାର୍ଜିଲିଂରେ ୮ ଜଣ ଶ୍ରମିକ ଭାସିଯାଇଥିବା ସୂଚନା ମିଳିଛି । ସେମାନଙ୍କ ମଧ୍ୟରୁ ୩ ଜଣଙ୍କୁ ଉଦ୍ଧାର କରାଯାଇଥିବା ବେଳେ ୫ ଜଣ ନିଖୋଜ ହୋଇଯାଇଛନ୍ତି ।

ସୂଚନା ଅନୁସାରେ, ଦାର୍ଜିଲିଂର ଏକ ସ୍ଥାନରେ ରେଳ ଲାଇନ୍ ନିର୍ମାଣ କାର୍ଯ୍ୟ ଜାରି ରହିଥିଲା । ତେବେ ପ୍ରୋଜେକ୍ଟ କାମ ଜାରି ରହିଥିବା ବେଳେ ପ୍ରବଳ ବର୍ଷା ଯୋଗୁଁ ବିଭିନ୍ନ ସ୍ଥାନରେ ଲ୍ୟାଣ୍ଡସ୍ଲାଇଡ୍‌ ହୋଇଥିଲା । ପ୍ରବଳ ବର୍ଷା ଯୋଗୁଁ କାମ ବନ୍ଦ ରହିଥିଲା । ଶ୍ରମିକମାନେ ନିକଟରେ ଥିବା କ୍ୟାମ୍ପରେ ରହିଥିଲେ । ତେବେ ହଠାତ ଭୂସ୍ଖଳନ ହେବା ଯୋଗୁଁ କ୍ୟାମ୍ପରେ ୮ ଜଣ ଶ୍ରମିକ ଭାସିଯାଇଥିଲେ । ତେବେ ସେମାନଙ୍କ ମଧ୍ୟରୁ ୩ ଜଣଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କରାଯାଇଥିବା ବେଳେ ୫ ଜଣ ଭାସିଯାଇଥିଲେ । ବର୍ତ୍ତମାନ ମଧ୍ୟ ସେଠାରେ ଉଦ୍ଧାର କାର୍ଯ୍ୟ ଜାରି ରହିଛି ।

   Related Posts