ଦ୍ବିତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ଆଜି ସରୁଛି ନାମାନଙ୍କ ଦାଖଲ ; ୫ଲୋକସଭା ଓ ୩୫ଟି ବିଧାନସଭା ଆସନ ପାଇଁ ହେବ ନିର୍ବାଚନ

Published By : Prameya-News7 Bureau | March 26, 2019 IST

ଭୁବନେଶ୍ବର ୨୬|୩ : ଆଜି ଦ୍ବିତୀୟ ପର୍ଯ୍ୟାୟ ନାମାଙ୍କନ ପତ୍ର ଦାଖଲର ଶେଷ ଦିନ । ଶେଷ ଦିନରେ ନୋମିନେସନ ଭରିବେ ବହୁ ପ୍ରାର୍ଥୀ । କିଏ ଦଳୀୟ ଟିକେଟରୁ ତ ପୁଣି କିଏ ସ୍ୱାଧୀନ ପ୍ରାର୍ଥୀ ଭାବେ ନାମାଙ୍କନ ପତ୍ର ଦାଖଲ କରିବେ ।  ଦ୍ୱିତୀୟ ପର୍ଯ୍ୟାୟ ବିଧାନସଭା ନିର୍ବାଚନ ପାଇଁ ଏଯାବତ୍ ମୋଟ୍ ୯୬ଜଣ ପ୍ରାର୍ଥୀ ପ୍ରାର୍ଥୀପତ୍ର ଦାଖଲ କରିସାରିଥିବା ବେଳେ ୫ଟି ଲୋକସଭା ଆସନ ପାଇଁ ୨୧ ଜଣ ପ୍ରାର୍ଥୀ ନାମାଙ୍କନ ପତ୍ର ଦାଖଲ କରିସାରିଲେଣି । ଦ୍ୱିତୀୟ ପର୍ଯ୍ୟାୟରେ ୫ଟି ଲୋକସଭା ଓ ୩୫ଟି ବିଧାନସଭା ଆସନ ପାଇଁ ନିର୍ବାଚନ ହେବ ।

ଗତକାଲି ପ୍ରଥମ ପର୍ଯ୍ୟାୟରେ ହେବାକୁ ଥିବା ୪ଟି ଲୋକସଭା ଓ ୨୮ଟି ବିଧାନସଭା ଆସନ ପାଇଁ ନାମାଙ୍କନ ପତ୍ର ଦାଖଲ କରିବାର ଶେଷ ଦିନ ଥିଲା । ଶେଷ ଦିନରେ ନାମାଙ୍କନ ପତ୍ର ଦାଖଲ କରିବା ପାଇଁ ପ୍ରାର୍ଥୀ ମାନଙ୍କ ମଧ୍ୟରେ ପ୍ରବଳ ଉତ୍ସାହ ଦେଖିବାକୁ ମିଳିଥିଲା । ପ୍ରଥମ ପର୍ଯ୍ୟାୟ ପାଇଁ ନାମାଙ୍କନ ପତ୍ର ଦାଖଲର ଶେଷ ଦିନରେ ବିଧାନସଭା ଆସନ ପାଇଁ ୨୦୭ ଓ ଲୋକସଭା ଆସନ ପାଇଁ ୨୨ ଜଣ ପ୍ରାର୍ଥୀ ନାମାଙ୍କନ ଭରିଥିଲେ । ଆଉ ଏହାସହ ପ୍ରଥମ ପର୍ଯ୍ୟାୟରେ ହେବାକୁ ଥିବା ୨୮ଟି ବିଧାନସଭା ଆସନ ପାଇଁ ମୋଟ୍ ୨୪୫ ଜଣ ପ୍ରାର୍ଥୀ ନାମାଙ୍କନ ଭରିଥିବା ବେଳେ ୪ ଗୋଟି ଲୋକସଭା ଆସନ ପାଇଁ ୩୦ ଜଣ ପ୍ରାର୍ଥୀ ନାମାଙ୍କନ ଭରିଛନ୍ତି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.