ଜନ୍ମ ମାଟିରେ ଓଡିଆ ଯବାନ ଅଜିତ ସାହୁଙ୍କ ଶେଷକୃତ୍ୟ ସମ୍ପନ୍ନ

Published By : Prameya-News7 Bureau | June 20, 2019 IST

କାମାକ୍ଷାନଗର ୨୦|୬: ପଞ୍ଚଭୂତରେ ଲୀନ ହେଲା ସହିଦ ଓଡିଆ ଯବାନ ଅଜିତ ସାହୁଙ୍କ ପାର୍ଥିବ ଶରୀର । ଜନ୍ମ ମାଟି କାମାକ୍ଷାନଗର ବଡସୁଆଁଳ ଗାଁରେ ରାଷ୍ଟ୍ରୀୟ ମର୍ଯ୍ୟାଦାର ସହ ଅଜିତଙ୍କ ଶେଷକୃତ୍ୟ କରାଯାଇଛି । ସହିଦ ଅଜିତଙ୍କୁ ଅଶ୍ରୁଳ ବିଦାୟ ଦେଇଛନ୍ତି ଲୋକେ । ତାଙ୍କ ବଡ ଭାଇ ତାଙ୍କୁ ମୁଖାଗ୍ନି ଦେଇଛନ୍ତି ।

{"id":125078}

ସହିଦଙ୍କ ମରଶରୀରକୁ ବିରାଟ ଶୋଭାଯାତ୍ରାରେ ତାଙ୍କ ଜନ୍ମମାଟିକୁ ନିଆଯାଇଥିଲା । ଏହାପୂର୍ବରୁ  ଢେଙ୍କାନାଳ ମିନି ଷ୍ଟାଡିମୟରେ ସହିଦଙ୍କୁ ଶ୍ରଦ୍ଧାଞ୍ଜଳି ଦିଆଯାଇଥିଲା । ରାତି ୧ଟା ୩୦ରେ ଭୁବନେଶ୍ବର ବିମାନବନ୍ଦରରେ ପହଞ୍ଚିବା ପରେ ୧୨୦ ବାଟାଲିୟନକୁ ଅଜିତଙ୍କ ମରଶରୀରକୁ ଜନ୍ମମାଟିକୁ ନିଆଯାଇଥିଲା । ସେଠାରେ ତାଙ୍କୁ ଗାର୍ଡ ଅଫ ଅନର ଦିଆଯାଇଥିଲା । ଗାର୍ଡ ଅଫ ଅନର ଦିଆଯିବା ସମୟରେ ରାଜ୍ୟପାଳ ଗଣେଶୀ ଲାଲ୍ ଉପସ୍ଥିତ ଥିଲେ ।

{"id":125079}

ଜାମ୍ମୁର ଅନନ୍ତନାଗରେ ଆତଙ୍କବାଦୀଙ୍କ ମୁକାବିଲା ବେଳେ ସହିଦ ହୋଇଥିଲେ କାମାକ୍ଷାନଗର ବଡ଼ସୁଆଁଳ ଗାଁର ଅଜିତ । ୨୦୧୫ରେ ସେନାରେ ଯୋଗ ଦେଇଥିଲେ ଅଜିତ ।  ପ୍ରଥମେ କୋଲକାତାରେ ଜଏନ୍ କରିଥିଲେ । ବଦଳି ହୋଇଥିଲା ଜମ୍ମୁକୁ । ସେ ୪୪ ରାଷ୍ଟ୍ରୀୟ ରାଇଫଲ୍ସରେ କାର୍ଯ୍ୟରତ ଥିଲେ ।   ଦେଶ ମାତୃକାର ସେବା ପାଇଁ ସେ ସହିଦ ହୋଇଯାଇଛନ୍ତି  ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.