Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଗୋଆରେ ଏନସିପି-ଶିବସେନାର ହାତ ଛାଡିଦେଲା କଂଗ୍ରେସ, କହିଲା-‘ଆମର ଏକାକି ଜିତିବା କ୍ଷମତା ଅଛି’
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୩ ଲକ୍ଷ ୧୭ ହଜାରରୁ ଅଧିକ କରୋନା ପଜିଟିଭ୍, ୪୯୧ ମୃତ
  • ||
  • ରାଜ୍ୟରେ ଆଉ ୭ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୫୦୧କୁ ବୃଦ୍ଧି
  • ||
  • ରାଜ୍ୟରେ ପୁଣି ୧୦ ହଜାର ଉପରେ ଦୈନିକ ସଂକ୍ରମଣ : ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୦୩୬୮ କୋଭିଡ୍ ପଜିଟିଭ୍, ୧୧୭୭୪୬୨ରେ ପହଞ୍ଚିଲା ସଂଖ୍ୟା
  • ||
  • କ୍ୟାପ୍ଟେନ୍ ନୁହେଁ କିନ୍ତୁ ଜୋଶ୍ ଏବେବି ଅଛି : ଦକ୍ଷିଣ ଆଫ୍ରିକା ଅଧିନାୟକଙ୍କ ସହ ମୁହାଁମୁହିଁ ହେଲେ କୋହଲି
  • ||
  • ପ୍ରଚାର ବେଳେ ବିଜେପି ପ୍ରାର୍ଥୀ ହଟହଟା, ତଡିଦେଲେ ଗାଁ ଲୋକେ
  • ||
  • ଚୌଦ୍ୱାର ସୁନା ବ୍ୟବସାୟୀଙ୍କୁ ଗୁଳିମାଡ ଓ ଲୁଟ୍ ଘଟଣା : ଉଚ୍ଚସ୍ତରୀୟ ତଦନ୍ତ ନିର୍ଦ୍ଦେଶ ଦେଲେ ଡିସିପି
  • ||

ଭଦ୍ରକ ପୁରୁଣାବଜାରରେ ପୋଲିସର ମାତ୍ରାଧିକ କାର୍ଯ୍ୟକଳାପକୁ ବିରୋଧ- ପରିସ୍ଥିତି ନିୟନ୍ତ୍ରଣ ପାଇଁ ମୃଦୁ ଲାଠିଚାଳନା

16/09/2019 at 9:42 PM

ଭଦ୍ରକ – ଭଦ୍ରକ ପୁରୁଣା ବଜାର ଅଞ୍ଚଳରେ ପୁଲିସର ମାତ୍ରାଧିକ କାର୍ଯ୍ୟାନୁଷ୍ଠାନକୁ ନେଇ ଉତ୍ତେଜନା ପ୍ରକାଶ ପାଇଛି । ଏହାପରେ ସଠାରେ ସ୍ଥାନୀୟ ଲୋକ ଏହାକୁ ବିରୋଧ କରିଥିଲେ। ପରେ ସେଠାରେ ଉତ୍ତେଜନାମୂଳକ ପରିସ୍ଥିତି ଦେଖା ଦେଇଥିଲା । ଏଥିପାଇଁ ପୁଲିସ ପକ୍ଷରୁ ମୃଦୁ ଲାଠି ଚାଳନା କରାଯାଇଥିଲା ।

ପୁଲିସର ଲାଠି ମାଡରେ ଜଣେ ଗୁରୁତର ହୋଇଛନ୍ତି । ତାଙ୍କ ମୁହଁ ଓ ମୁଣ୍ଡରେ ଆଘାତ ଲାଗିଛି । ଚିକିତ୍ସାପାଇଁ ତାଙ୍କୁ ଭଦ୍ରକ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି ।


ଘଟଣାସ୍ଥଳରେ ଉତ୍ତରାଞ୍ଚଳ ଆଇଜି ଦୀପ୍ତେଶ ପଟ୍ଟନାୟକ ଓ ଭଦ୍ରକ ଏସ୍‌ପି ପହଞ୍ଚିଥିଲେ । ସ୍ଥାନୀୟ ଲୋକଙ୍କ ସହ ଆଲୋଚନା ପରେ ନିକଟରେ ରାଜ୍ୟ ସରକାର ନେଇଥିବା ନିଷ୍ପତ୍ତି ଆମ ସରକାର ଯୋଜନା ଅନୁସାରେ ଖରାପ ବ୍ୟବହାର କରିଥିବା ଅଧିକାରୀଙ୍କ ବିରୋଧରେ ଆଜି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଆଇଜି ସୂଚନା ଦେଇଛନ୍ତି । ଏଥିପାଇଁ ଦାୟୀ ଅଧିକାରୀ ଦଣ୍ଡିତ ହେବେ ବୋଲି ଆଇଜି ଦୀପ୍ତେଶ ପଟ୍ଟନାୟକ ସୂଚନା ଦେଇଥିଲେ ।

ଏହି ଘଟଣାପରେ ପୁରୁଣା ବଜାର ଥାନା ଅଧିକାରୀ ପ୍ରଜ୍ଞା ମହାନ୍ତିଙ୍କୁ ପୁଲିସ ମୁଖ୍ୟାଳୟକୁ ବଦଳି କରାଯାଇଛି । ରତିକାନ୍ତ ଗିରିଙ୍କୁ ତାଙ୍କ ସ୍ଥାନରେ ନିଯୁକ୍ତି ଦିଆଯାଇଛି ।

   Related Posts