Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଆଉ ୩ ଜଣ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୦୬କୁ ବୃଦ୍ଧି
  • ||
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୨୬୪ କରୋନା ସଂକ୍ରମିତ, ୧୦୪୮୪୯୨ରେ ପହଞ୍ଚିଲା ସଂଖ୍ୟା
  • ||
  • ଜରୁରୀକାଳିନ ପରିସ୍ଥିତି ଘୋଷଣା କଲେ ଗଭର୍ଣ୍ଣର : କରୋନା ସଂକ୍ରମଣ ବଢିବା ପରେ କଟକଣା କଡାକଡି
  • ||
  • ୧୮ କେଜିର ବଜ୍ରକାପ୍ତା ଉଦ୍ଧାର, ଡିଲ୍ ବେଳେ ଧରିଲା ବନ ବିଭାଗ
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୮ ହଜାରରୁ ଅଧିକ କରୋନା ପଜିଟିଭ୍, ୪୬୫ ମୃତ
  • ||
  • ଫସଲ ନଷ୍ଟ କରି ଫେରିଗଲେ ଝାଡଖଣ୍ଡୀ ହାତୀପଲ, କ୍ଷତିପୂରଣ ଦାବି କଲେ ଚାଷୀ
  • ||
  • ଫସଲ ନଷ୍ଟ କରି ଫେରିଗଲେ ଝାଡଖଣ୍ଡୀ ହାତୀପଲ, କ୍ଷତିପୂରଣ ଦାବି କଲେ ଚାଷୀ
  • ||
  • ଓଡିଶା ଉପକୂଳରେ ମାଡ ହେବ ବାତ୍ୟା ! ଡିସେମ୍ବର ୩ରୁ ୬ ଯାଏଁ ପ୍ରବଳ ବର୍ଷା
  • ||
  • ଟାଙ୍ଗୀ : ତାରିଣୀ ଦର୍ଶନ ସାରି ଫେରୁଥିଲେ, ଅଧାରାସ୍ତାରେ ଧକ୍କା ଦେଲା ଟ୍ରକ, ଚାଲିଗଲା ୩ ଜୀବନ
  • ||
  • ବିଏସକେଓ୍ୱାଇରେ ଯୋଡିହେବ କୋରାପୁଟ, ଭର୍ଚୁଆଲ ମାଧ୍ୟମରେ ସ୍ମାର୍ଟ କାର୍ଡ ବଣ୍ଟନ କରିବେ ମୁଖ୍ୟମନ୍ତ୍ରୀ
  • ||

ପୋଲିସର ମାତ୍ରାଧିକ କାର୍ଯ୍ୟାନୁଷ୍ଠାନକୁ ପ୍ରତିବାଦ, ନୀଳଗିରି କୋର୍ଟ ବର୍ଜନ କଲେ ଓକିଲ ସଂଘ

29/07/2021 at 12:44 PM

ନୀଳଗିରି ୨୯।୦୭: ନୀଳଗିରି କୋର୍ଟ ବର୍ଜନ କରିଛନ୍ତି ୨ଟି ଓକିଲ ସଂଘ । ଆଇନଜୀବୀଙ୍କୁ ମାଡ଼ ପ୍ରତିବାଦରେ କୋର୍ଟ ବର୍ଜନ କରିଛି ସଂଘ । ପୋଲିସର ମାତ୍ରାଧିକ କାର୍ଯ୍ୟାନୁଷ୍ଠାନକୁ ପ୍ରତିବାଦ କରି ଏହି ଆନ୍ଦୋଳନ ଡ଼ାକରା ଦିଆଯାଇଛି । ଯଦି ଦାବି ପୂରଣ ନହୁଏ, ତେବେ ଆଗକୁ ଆନ୍ଦୋଳନ ଜୋରଦାର ହେବ ବୋଲି ସଂଘ ପକ୍ଷରୁ ସୂଚନା ଦିଆଯାଇଛି ।

ଖବର ଅନୁଯାୟୀ,ଆଇନଜୀବୀ ଧୀରେନ୍ଦ୍ର କୁମାର ଦାସଙ୍କୁ ପୋଲିସ ମାଡ଼ ମରିଥିଲେ । ଏନେଇ ସୋର ଥାନା ଅଧିକାରୀଣୀ ଓ ସଂପୃକ୍ତ ପୋଲିସ କର୍ମଚାରୀଙ୍କ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ଦାବି ନେଇ ଏସ୍‌ପି ଓ ଆଇଜିଙ୍କ ନିକଟରେ ଅଭିଯୋଗ ହୋଇଥିଲା । ଇତିମଧ୍ୟରେ ଘଟଣାରେ ୨୦ରୁ ଅଧିକ ଦିନ ବିତିଯାଇଥିଲେ ମଧ୍ୟ କୌଣସି କାର୍ଯ୍ୟାନୁଷ୍ଠାନ ହୋଇନାହିଁ । ଏହାର ପ୍ରତିବାଦ ସ୍ୱରୁପ ବାଲେଶ୍ୱର ଜିଲ୍ଲାର ଆଇନଜୀବୀମାନେ ଏକାଠି ହୋଇଛନ୍ତି ।  

ଏପରିକି ଗୁରୁବାର ନୀଳଗିରି ବାର ଏସୋସିଏସନ ଓ ସବ ଡିଭିଜନାଲ ବାର ଏସୋସିଏସନ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ କରିବା ସହ କୋର୍ଟ ବର୍ଜନ କରିଛନ୍ତି। ଅଗଷ୍ଟ ୨ ତାରିଖ ପର୍ଯ୍ୟନ୍ତ ଏହି ଆନ୍ଦୋଳନ ଚାଲିବ ବୋଲି ସଂଘ ସୂଚନା ଦେଇଛି । ସମୃକ୍ତ ପୋଲିସ ଅଧିକାରୀଙ୍କ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ନନିଅନ୍ତି,  ତାହେଲେ ଆଗକୁ ଆନ୍ଦୋଳନ ଉଗ୍ରରୂପ ନେବ ବୋଲି ୨ଟି ସଂଘ ଚେତାବନୀ ଦେଇଛନ୍ତି।

   Related Posts