ଶ୍ରୀମନ୍ଦିର ଚାରିଦ୍ୱାରରେ ପ୍ରବେଶ ନେଇ ପୁରୀ ଆଇନଜୀବୀ ଓ ଶ୍ରୀଜଗନ୍ନାଥ ସେନା ପକ୍ଷରୁ ଏସପିଙ୍କୁ ଦାବିପତ୍ର ପ୍ରଦାନ

Published By : Prameya-News7 Bureau | October 26, 2021 IST

ପୁରୀ, ୨୬/୧୦: ପୁରୀର ସ୍ଥାନୀୟ ବାସିନ୍ଦାଙ୍କ ପାଇଁ ଶ୍ରୀମନ୍ଦିର ଚାରିଦ୍ୱାରରେ ପ୍ରବେଶ ବ୍ୟବସ୍ଥା କରିବାକୁ ଦାବି କରିଛନ୍ତି ଆଇନଜୀବୀ ଓ ଶ୍ରୀଜଗନ୍ନାଥ ସେନା। ଶ୍ରୀମନ୍ଦିର ଚତୁର୍ପାଶ୍ୱରେ ରହୁଥିବା ସ୍ଥାନୀୟ ବାସିନ୍ଦାମାନେ ଓ ଶ୍ରୀମନ୍ଦିର ଉପରେ ନିର୍ଭର କରୁଥିବା ଲୋକେ ସିଂହଦ୍ୱାରରେ ଘଣ୍ଟା ଘଣ୍ଟା ଧରି ଅପେକ୍ଷ କରୁଛନ୍ତି।‌ ପ୍ରତ୍ୟେକ ଦିନ ଶ୍ରୀମନ୍ଦିର ଯାଉଥିବା ବୃଦ୍ଧ ବୃଦ୍ଧାମାନେ ସବୁଠୁ ଅଧିକ ସମସ୍ୟାରେ ପଡୁଥିବା ଅଭିଯୋଗ ହୋଇଛି।

wp:html https://youtu.be/X9_JJb7kV1k /wp:html

ସେହିପରି ମହାପ୍ରସାଦ ପାଇବା ପାଇଁ ମଧ୍ୟ ସ୍ଥାନୀୟ ବାସିନ୍ଦାମନେ ନାହିଁ ନଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଏ ନେଇ ଆଇନଜୀବୀ ଓ ଶ୍ରୀ ଜଗନ୍ନାଥ ସେନା ପକ୍ଷରୁ ଆଜି ପୁରୀ ଏସପିଙ୍କୁ  ଦାବିପତ୍ର ଦିଆଯାଇଛି। ତୁରନ୍ତ ପୁରୀ ବାସିନ୍ଦାଙ୍କ ପାଇଁ ଚାରି ଦ୍ଵାରରେ ପ୍ରବେଶ ଓ ପ୍ରସ୍ଥାନ ପାଇଁ ଅନୁମତି ଦିଆନଗଲେ ସେନା ପକ୍ଷରୁ ପୁରୀ ବନ୍ଦ ଡାକରା ଦିଆଯିବ ବୋଲି ଚେତାବନୀ ଦିଆଯାଇଛି।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.