Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ବର : ମନୀଷ ଅନୁରାଗ ମୃତ୍ୟୁ ମାମଲା, କନେଷ୍ଟବଳ ପ୍ରସନ୍ନ ବେହେରା ନିଲମ୍ବିତ
  • ||
  • ଜଗତସିଂହପୁର : ଦେବୀ ନଦୀରେ ବୁଡି ୫ମ ଶ୍ରେଣୀ ଛାତ୍ରଙ୍କ ମୃତ୍ୟୁ, ଅନ୍ୟ ୩ଜଣ ଉଦ୍ଧାର
  • ||
  • ବ୍ରହ୍ମପୁର : ବ୍ରହ୍ମପୁରରେ ସ୍ବର୍ଣ୍ଣିମ ବିଜୟ ବର୍ଷ ପାଳିତ, ପୋଲିସ ରିଜର୍ଭ ଗ୍ରାଉଣ୍ଡରେ ପହଞ୍ଚିଲା ମଶାଲ
  • ||
  • ଭୁବନେଶ୍ବର : ତେଲ ଟ୍ୟାଙ୍କରରେ ଗଞ୍ଜେଇ ଚାଲାଣ, ଅଢେଇ କ୍ବିଣ୍ଟାଲ ଗଞ୍ଜେଇ ସହ ୨ ଜଣଙ୍କୁ ଗିରଫ କଲା ଏନ୍‌ସିବି
  • ||
  • ବାଲିପାଟଣା : ବୃଦ୍ଧଙ୍କୁ ଚାପିଦେଲା ହାଇଓ୍ବା, ଘଟଣାସ୍ଥଳରେ ଚାଲିଗଲା ଜୀବନ
  • ||
  • ସୁନ୍ଦରଗଡ : ଗଛରୁ ଉଦ୍ଧାର ହେଲା ଯୁବକଙ୍କ ଝୁଲନ୍ତା ମୃତଦେହ, ଆତ୍ମହତ୍ୟା ସନ୍ଦେହ
  • ||
  • ବାରିପଦା : ମୟୁରଭଞ୍ଜରେ ସ୍ବାସ୍ଥ୍ୟ ସ୍ମାର୍ଟ କାର୍ଡ ବାଣ୍ଟିଲେ ମୁଖ୍ୟମନ୍ତ୍ରୀ, ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ
  • ||
  • ଭୁବନେଶ୍ବର : ବିନା ଛୁଞ୍ଚିରେ ଟିକା ନେବେ ଶିଶୁ, ଦୁଇଟି ଡୋଜ୍ ନେବା ପାଇଁ ପରାମର୍ଶ
  • ||
  • ଅନୁଗୋଳ : ପ୍ରାତଃ ଭ୍ରମଣରେ ଯାଇଥିବା ବେଳେ ପଡିଗଲେ ହାତୀ ହାବୁଡରେ, ଚାଲିଗଲା ଜୀବନ
  • ||
  • ଲମତାପୁଟ : ଗଞ୍ଜେଇ ଚାଲାଣ ରୋକିବାକୁ କୋରାପୁଟ ପୋଲିସର ବଡ ପଦକ୍ଷେପ, ଆରମ୍ଭ ହେଲା ଅପରେସନ୍ ଗ୍ରୀନ୍ କ୍ଲିନ୍
  • ||

ପରଲୋକରେ ବରିଷ୍ଠ ଅଭିନେତା ଦିଲ୍ଲୀପ କୁମାର

7/07/2021 at 7:57 AM

ମୁମ୍ବାଇ ୦୭।୦୭:  ବଲିଉଡ ପାଇଁ ଏକ ଦୁଃଖଦ  ଖବର । ପରଲୋକରେ ବରିଷ୍ଠ ଅଭିନେତା ଦିଲ୍ଲୀପ କୁମାର । ଦୀର୍ଘଦିନ ହେବ ମୁମ୍ବାଇର ହିନ୍ଦୁଜା ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ , ହେଲେ ବୁଧବାର ଦିନ ସକାଳ ୭.୩୦ରେ ତାଙ୍କର ଦେହାନ୍ତ ହୋଇଯାଇଛି । ମୃତ୍ୟୁ ବେଳକୁ ତାଙ୍କୁ ୯୮ବର୍ଷ  ହୋଇଥିଲା ।  ଦିଲ୍ଲୀପ କୁମାର ମୃତ୍ୟୁ ଖବର ଶୁଣି ଚାରିଆଡ଼େ ଶୋକର ଛାୟା ଖେଳିଯାଇଛି ।

୧୯୪୪ ମସିହାରେ ଜଓ୍ୱାର ଭଟ୍ଟ ଜରିଆରେ ବଲିଉଡ଼ରେ ପାଦ ରଖିଥିଲେ ମହମ୍ମଦ ୟୁସୁଫ ଖାନ୍‌ ଓରଫ ଦିଲ୍ଲୀପ କୁମାର । ଏହାପରେ ଆଉ ଫଛକୁ ଫେରିନଥିଲେ । ପ୍ରାୟ ପାଞ୍ଚ ଦଶନ୍ଧି ଧରି କ୍ୟାରିଅରରେ ଦିଲୀପ କୁମାର ପ୍ରାୟ ୬୦ରୁ ଅଧିକ ଚଳଚ୍ଚିତ୍ର ଅଭିନୟ କରିଥିଲେ । ଦିଲୀପ କୁମାର ତାଙ୍କ କ୍ୟାରିଅରରେ ଅନେକ ଚଳଚ୍ଚିତ୍ରକୁ ପ୍ରତ୍ୟାଖ୍ୟାନ କରିଥିଲେ । କାରଣ ଦିଲୀପ କୁମାର ବିଶ୍ୱାସ କରୁଥିଲେ ଯେ ଚଳଚ୍ଚିତ୍ରଗୁଡ଼ିକ କମ୍ କିନ୍ତୁ ଭଲ ହେବା ଉଚିତ୍ ।

..

   Related Posts