Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୨ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୫୨୪ କୋଭିଡ୍ ପଜିଟିଭ୍
  • ||
  • ଟି୨୦ ବିଶ୍ୱକପ : ସୁପର-୧୨ରେ ଶ୍ରୀଲଙ୍କା, ୭୦ରନରେ ଆୟରଲ୍ୟାଣ୍ଡକୁ ଦେଲା ମାତ୍
  • ||
  • +୩ରେ ଲକ୍ଷେ ସିଟ୍ ଖାଲି, ଗୁରୁବାର ସ୍ପଟ୍ ଆଡମିଶନ ପାଇଁ ଆବେଦନ
  • ||
  • ରାଜ୍ୟରେ ଖରାଟିଆ ପାଗ, ୨୩ ସୁଦ୍ଧା ଫେରିଯିବ ମୌସୁମୀ
  • ||
  • ରାଜଧାନୀରେ ରହିବନି ମୁକୁଳା ଡ୍ରେନ୍ : ଦୁଇ ପାର୍ଶ୍ୱରେ ଲାଗିବ ତାରଜାଲି, ସମ୍ପ୍ରସାରଣ ହେବ ସଙ୍କୁଚିତ ନାଳ
  • ||

ମୃତ୍ୟୁ ରହସ୍ୟର ଖୁଲାସା କରିବ କି ଲାଏ ଡିଟେକ୍ସନ୍ ଟେଷ୍ଟ ରେଜଲ୍ଟ ? ରିପୋର୍ଟ ହସ୍ତଗତ ପରେ ତର୍ଜମା କରୁଛି କ୍ରାଇମବ୍ରାଞ୍ଚ

29/09/2021 at 12:31 PM

ଭୁବନେଶ୍ବର ୨୯।୯: ପାରଳାଖେମୁଣ୍ଡି ଏସିଏଫ୍‌ ସୌମ୍ୟରଞ୍ଜନଙ୍କ ମୃତ୍ୟୁ ମାମଲାରେ କରାଯାଇଥିବା ଲାଏ ଡିଟେକ୍ସନ ଟେଷ୍ଟ ରିପୋର୍ଟ କ୍ରାଇମବ୍ରାଞ୍ଚ ନିକଟରେ ପହଞ୍ଚିଛି । ସୌମ୍ୟରଞ୍ଜଙ୍କ ପତ୍ନୀ ବିଦ୍ୟାଭାରତୀ, ଗଜପତି ଡିଏଫଓ ସଂଗ୍ରାମ କେଶରୀ ବେହେରା ଏବଂ ରୋଷେୟା ମନ୍ମଥ କୁମ୍ଭଙ୍କ ଲାଏ ଡିଟେକ୍ସନ ଟେଷ୍ଟ ରିପୋର୍ଟ କ୍ରାଇମବ୍ରାଞ୍ଚର ହସ୍ତଗତ ହୋଇଛି । ପୂର୍ବ ବୟାନ ଓ ଲାଏ ଡିଟେକ୍ସନ ଟେଷ୍ଟ ରିପୋର୍ଟ ମଧ୍ୟରେ କ୍ରାଇମବ୍ରାଞ୍ଚ ତର୍ଜମା କରୁଛି ବୋଲି କ୍ରାଇମବ୍ରାଞ୍ଚ ଏଡିଜି ସଞ୍ଜୀବ ପଣ୍ଡା ସୂଚନା ଦେଇଛନ୍ତି ।

ଉଲ୍ଲେଖଯୋଗ୍ୟ ଯେ, ପାରଳାଖେମୁଣ୍ଡି ଏସିଏଫ୍‌ ସୌମ୍ୟରଞ୍ଜନଙ୍କ ମୃତ୍ୟୁ ମାମଲାର ଅଭିଯୁକ୍ତ କୁହାଯାଉଥିବା ପତ୍ନୀ ବିଦ୍ୟାଭାରତୀ, ଗଜପତି ଡିଏଫଓ ସଂଗ୍ରାମ କେଶରୀ ବେହେରା ଏବଂ ସୌମ୍ୟଙ୍କ ରୋଷେୟାଙ୍କର ଲାଏ ଡିଟେକ୍ସନ ଟେଷ୍ଟ କରଯାଇଥିଲା । ୪ ଘଣ୍ଟାରେ ବିଦ୍ୟାଭାରତୀଙ୍କୁ ୧୦୦ ପ୍ରଶ୍ନ ପଚରାଯାଇଥିଲା । ଡିଏଫଓଙ୍କୁ ୨ଘଣ୍ଟାରେ ପଚରାଯାଇଥିଲା ୧୦୦ ପ୍ରଶ୍ନ । ସେହିପରି ରୋଷେୟାଙ୍କୁ ୬୦ପ୍ରଶ୍ନ କରିଥିଲା କ୍ରାଇମବ୍ରାଞ୍ଚ ।

ପ୍ରଥମେ ପୋଲିସର ଜେରା ପରେ କ୍ରାଇମବ୍ରାଞ୍ଚର ଜେରା ପରେ ଶେଷରେ ୩ ଜଣଙ୍କର ଲାଏ ଡିଟେକ୍ସନ କରାଯାଇଥିଲା । ଲାଏ ଡିଟେକ୍ସନ୍ ବେଳେ ଗୁଡାଇତୁଡାଇ ପ୍ରଶ୍ନ କରିଥିଲା କ୍ରାଇମବ୍ରାଞ୍ଜ । ଦୀର୍ଘ ୨ ମାସ ପରେ ବିଦ୍ୟାଭାରତୀଙ୍କୁ ପୁଣି ପ୍ରଶ୍ନ କରି ସନ୍ଦେହ ପଛର କାରଣ ଖୋଜୁଛି କ୍ରାଇମବ୍ରାଞ୍ଚ ଟିମ୍ ।

   Related Posts