Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କଟକ : ମୁଣ୍ଡଳୀ ବ୍ୟାରେଜରୁ ଡେଇଁ ଜଣେ ନିଖୋଜ, ବ୍ରିଜ୍ ଉପରେ ଅଛି ଗାଡି ଓ ମୋବାଇଲ୍
  • ||
  • ଖୋର୍ଦ୍ଧା : ଯୁବକକୁ ଖୋଜି ଆଣିବା ଦାବିରେ ଏସ୍‌ପି ଅଫିସ୍ ଘେରାଉ, ରବିବାରଠୁ ଗାଈ ଚରେଇବାକୁ ଯାଇ ଅଛନ୍ତି ନିଖୋଜ
  • ||
  • ଚାନ୍ଦବାଲି : ଖେଳୁଥିବା ବେଳେ ପୋଖରୀରେ ବୁଡିଗଲେ ଦେଢ ବର୍ଷର ଶିଶୁ କନ୍ୟା, ଡାକ୍ତରଖାନାରେ ମୃତ୍ୟୁ
  • ||
  • ଭୁବନେଶ୍ବର : ମମିତା ଘଟଣାରେ ରାଜଧାନୀ ହୁଲସ୍ତୁଲ, ଡିସିପି ଅଫିସ୍ ଘେରାଉ ବେଳେ ବିଜେପି କର୍ମୀ ଓ ପୋଲିସ ଧସ୍ତାଧସ୍ତି
  • ||
  • ନୟାଗଡ : ଗୁଣିଗାରେଡି ସନ୍ଦେହରେ ୫ ଜଣଙ୍କୁ ନିର୍ଯାତନା ଘଟଣା : ୫ ଜଣଙ୍କୁ ଗିରଫ କଲା ପୋଲିସ
  • ||
  • ମର୍ମନ୍ତୁଦ ଦୁର୍ଘଟଣା: ଡୋଡା ଘାଟିରେ ଖସିପଡିଲା ମାଟାଡୋର, ୮ ମୃତ ଓ ଅନେକ ଆହତ
  • ||
  • ଜଗତସିଂହପୁର : ଷ୍ଟାଡିୟମ୍ ନିକଟରୁ ମିଳିଲା ଯୁବକଙ୍କ ମୃତଦେହ, ବୁଧବାର ସନ୍ଧ୍ୟାରୁ ଥିଲେ ନିଖୋଜ
  • ||
  • କଳାହାଣ୍ଡି : ମମିତା ମେହେର ହତ୍ୟା ମାମଲାରେ କଂଗ୍ରେସର ଧାରଣା ୩ୟ ଦିନରେ, ମନ୍ତ୍ରୀ ଇସ୍ତଫା ନଦେଲେ ତୀବ୍ର ହେବ ଆନ୍ଦୋଳନ
  • ||
  • କଳାହାଣ୍ଡି : ଇନ୍ଦ୍ରାବତୀ ଦକ୍ଷିଣ ମୁଖ୍ୟ କେନାଲରେ ଘାଇ, ଶହ ଶହ ହେକ୍ଟର ଧାନ ଚାଷ ନଷ୍ଟ ଆଶଙ୍କା
  • ||
  • ଢେଙ୍କାନାଳ : ଶୌଚ ହୋଇ ଫେରିବା ବେଳେ ବୃଦ୍ଧଙ୍କୁ କଚାଡିଦେଲା ଦନ୍ତା, ଡାକ୍ତରଖାନାରେ ଚାଲିଗଲା ଜୀବନ
  • ||

ବଙ୍ଗୋପସାଗରରେ ଲଘୁଚାପ ! ପ୍ରବଳ ବର୍ଷା ସହ ସମୁଦ୍ର ପତନ ବୃଦ୍ଧି ପାଇବା ସମ୍ଭାବନା

9/09/2021 at 6:55 PM

ଭୁବନେଶ୍ୱର, ୦୯/୦୯: ଥାଇଲାଣ୍ଡ ନିକଟରେ ସୃ୍‌ଷ୍ଟି ହୋଇଥିବା ଏକ ସାଇକ୍ଲୋଜିକ୍ ସର୍କୁଲେସନ୍ ପଶ୍ଚିମ ମୁହାଁ ହୋଇଥିବା ବେଳେ ଏହାର ପ୍ରଭାବରେ କେନ୍ଦ୍ରୀୟ ବଙ୍ଗୋପ ସାଗରରେ ଏକ ଲଘୁଚାପ ଘନୀଭୂତ ହେବା ସମ୍ଭାବନା ରହିଛି । ଏଥିପାଇଁ ଶନିବାର ସୁଦ୍ଧା ଓଡ଼ିଶାରେ ବର୍ଷା ହେବାର ସମ୍ଭାବନା ଥିବା ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ପରିବେଶ ଓ ଜଳବାୟୁ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି ।

ଏହି ସିଷ୍ଟମ୍ ସମୁଦ୍ର ମଧ୍ୟରେ ରହିଛି ଏବଂ ଉପକୂଳ ଠାରୁ ଯଥେଷ୍ଟ ଦୂରରେ ଥିବାରୁ ଏହା ଅବପାତର ରୂପ ନେବା ସହ ସେପ୍ଟେମ୍ବର ୧୨ ରୁ ୧୩ ମଧ୍ୟରେ ଗଭୀର ଅବପାତରେ ପରିଣତ ହେବାର ସମ୍ଭାବନା ଥିବା ସିଇସିର ନିର୍ଦ୍ଦେଶକ ଡ. ଶରତ ଚନ୍ଦ୍ର ସାହୁ କହିଛନ୍ତି । ସେପ୍ଟେମ୍ବର ୧୩ ତାରିଖ ସୁଦ୍ଧା ଏହା ଉତ୍ତର ଓଡ଼ିଶା- ପଶ୍ଚିମବଙ୍ଗ ଉପକୂଳ ଦେଇ ଗତି କରିବା ପୂର୍ବରୁ ପ୍ରଥମେ ପଶ୍ଚିମ ମୁହାଁ ହୋଇ ପରବର୍ତ୍ତୀ ସମୟରେ ଉତ୍ତର-ପଶ୍ଚିମ ଦିଗ ଆଡକୁ ମୁହାଁଇବ ବୋଲି ଡ. ସାହୁ କହିବା ସହ ସେପ୍ଟେମ୍ବର ୧୨ ତାରିଖ ରାତି କିମ୍ବା ୧୩ ତାରିଖ ପୂର୍ବାହ୍ଣ ସୁଦ୍ଧା ଘୂର୍ଣ୍ଣିଝଡରେ ପରିଣତ ହେବାର ସମ୍ଭାବନାକୁ ଏଡାଇ ହେବ ନାହିଁ ବୋଲି କହିଛନ୍ତି ।

ଏହାର ପ୍ରଭାବରେ ଓଡ଼ିଶାର ବିଭିନ୍ନ ସ୍ଥାନରେ ସେପ୍ଟେମ୍ବର ୧୦ ରୁ ୧୪ ତାରିଖ ମଧ୍ୟରେ ବର୍ଷା ହେବାର ସମ୍ଭାବନା ଥିବା ବେଳେ ଉତ୍ତର ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ସେପ୍ଟେମ୍ବର ୧୨ ରୁ ୧୪ ତାରିଖ ମଧ୍ୟରେ ପ୍ରବଳ ବର୍ଷା ହୋଇପାରେ ବୋଲି ସେ କହିଛନ୍ତି । ମୟୁରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ଭଦ୍ରକ, ଯାଜପୁର, କଟକ, କେନ୍ଦ୍ରାପଡା, ଜଗତସିଂହପୁର, ଖୋର୍ଦ୍ଧା, ଢ଼େଙ୍କାନାଳ, ଦେବଗଡ, ଅନୁଗୁଳ, ସୁନ୍ଦରଗଡ, ବରଗଡ, ସମ୍ବଲପୁର, ଝାରସୁଗୁଡା, ସୋନ୍‌ପୁର, ବୌଦ୍ଧ, ବଲାଙ୍ଗୀର ଏବଂ ନୂଆପଡାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବା ବେଳେ କେନ୍ଦ୍ରାପଡା, ଭଦ୍ରକ ଏବଂ ବାଲେଶ୍ୱର ଆଦି ଉପକୂଳବର୍ତ୍ତୀ ଜିଲ୍ଲାରେ ସମୁଦ୍ର ପତନ ବୃଦ୍ଧି ପାଇବାର ସମ୍ଭାବନା ରହିଥିବା ସେ କହିଛନ୍ତି ।

   Related Posts