Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଯୁବ ମୋର୍ଚ୍ଚା ନେତାଙ୍କୁ ମାଡ଼ ଘଟଣାରେ ପ୍ରତିବାଦ, ମୁଖ୍ୟମନ୍ତ୍ରୀଙ୍କ କୁଶ ପୁତ୍ତଳିକା ଦାହ କଲା ବିଜେପି
  • ||
  • କାର୍ତ୍ତିକ ମାସର ପ୍ରଥମ ସୋମବାରରେ ଧବଳେଶ୍ଵର ପୀଠରେ ୧୪୪ ଧାରା ଜାରି
  • ||
  • ଭୁବନେଶ୍ବର : ମନୀଷ ଅନୁରାଗ ମୃତ୍ୟୁ ମାମଲା : ବଦଳିଲେ ତମାଣ୍ଡୋ ଥାନା IIC, ଚନ୍ଦକା ଥାନାର ସବ୍ ଇନ୍ସପେକ୍ଟର ତୁଲାଇବେ ଦାୟିତ୍ବ
  • ||
  • ଭୁବନେଶ୍ବର : ମନୀଷ ଅନୁରାଗ ମୃତ୍ୟୁ ମାମଲା, କନେଷ୍ଟବଳ ପ୍ରସନ୍ନ ବେହେରା ନିଲମ୍ବିତ
  • ||
  • ଜଗତସିଂହପୁର : ଦେବୀ ନଦୀରେ ବୁଡି ୫ମ ଶ୍ରେଣୀ ଛାତ୍ରଙ୍କ ମୃତ୍ୟୁ, ଅନ୍ୟ ୩ଜଣ ଉଦ୍ଧାର
  • ||
  • ବ୍ରହ୍ମପୁର : ବ୍ରହ୍ମପୁରରେ ସ୍ବର୍ଣ୍ଣିମ ବିଜୟ ବର୍ଷ ପାଳିତ, ପୋଲିସ ରିଜର୍ଭ ଗ୍ରାଉଣ୍ଡରେ ପହଞ୍ଚିଲା ମଶାଲ
  • ||
  • ଭୁବନେଶ୍ବର : ତେଲ ଟ୍ୟାଙ୍କରରେ ଗଞ୍ଜେଇ ଚାଲାଣ, ଅଢେଇ କ୍ବିଣ୍ଟାଲ ଗଞ୍ଜେଇ ସହ ୨ ଜଣଙ୍କୁ ଗିରଫ କଲା ଏନ୍‌ସିବି
  • ||
  • ବାଲିପାଟଣା : ବୃଦ୍ଧଙ୍କୁ ଚାପିଦେଲା ହାଇଓ୍ବା, ଘଟଣାସ୍ଥଳରେ ଚାଲିଗଲା ଜୀବନ
  • ||
  • ସୁନ୍ଦରଗଡ : ଗଛରୁ ଉଦ୍ଧାର ହେଲା ଯୁବକଙ୍କ ଝୁଲନ୍ତା ମୃତଦେହ, ଆତ୍ମହତ୍ୟା ସନ୍ଦେହ
  • ||
  • ବାରିପଦା : ମୟୁରଭଞ୍ଜରେ ସ୍ବାସ୍ଥ୍ୟ ସ୍ମାର୍ଟ କାର୍ଡ ବାଣ୍ଟିଲେ ମୁଖ୍ୟମନ୍ତ୍ରୀ, ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ
  • ||

ବିଲରେ ଘାସ କାଟୁଥିବା ବେଳେ ଆକାଶରୁ ଖସିଲା ମୃତ୍ୟୁ, ବଜ୍ରପାତରେ ଚାଷୀ ମୃତ

12/04/2021 at 6:34 PM

କେନ୍ଦୁଝର ୧୨/୪: ପୁଣି ବଜ୍ରପାତ ନେଲା ଜୀବନ। କେନ୍ଦୁଝର ଜିଲ୍ଲା ସଦର ଥାନା ଅନ୍ତର୍ଗତ ବାରିଗାଁରେ ବଜ୍ରପାତରେ ଜଣଙ୍କର ମୃତ୍ୟୁ ଘଟିଛି। ମୃତକ ବାରିଗାଁର ଖଗେଶ୍ବର ମହାନ୍ତ। ସୂଚନା ଅନୁସାରେ ଖଗେଶ୍ବର ବିଲରେ ଘାସ କାଟୁଥିବା ବେଳେ ଘଡଘଡି ସହ ବର୍ଷା ପବନ ହୋଇଥିଲା। ଏହି ସମୟରେ ତାଙ୍କ ଉପରେ ବଜ୍ରପାତ ହେବାରୁ ଖଗେଶ୍ବର ଗୁରୁତର ହୋଇଥିଲେ । ଏହା ପରେ ଗୁରୁତର ଅବସ୍ଥାରେ ତାଙ୍କୁ ପାଟଣା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। କିନ୍ତୁ ସେଠାରେ ତାଙ୍କୁ ଡାକ୍ତର ମୃତ ଘୋଷଣା କରିଛନ୍ତି।  

ସୂଚନାଯୋଗ୍ୟ, ରବିବାର ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ମିଳିଥିବା ସୂଚନା ଅନୁସାରେ, ୫ ଦିନ ଧରି ରାଜ୍ୟରେ କାଳବୈଶାଖୀ ଦେଖିବାକୁ ମିଳିବ ।  ବର୍ଷା ଓ ବଜ୍ରପାତ ନେଇ ୧୭ଟି ଜିଲ୍ଲାକୁ ପାଣିପାଗ ବିଭାଗ ୟେଲୋ ୱାର୍ଣ୍ଣିଂ ମଧ୍ୟ ଜାରି କରିଛି । ବଜ୍ରପାତ ସହ ଘଣ୍ଟାପ୍ରତି ୩୦ରୁ ୪୦ କିଲୋମିଟର୍‌ ବେଗରେ ପବନ ବୋହିବା ନେଇ ପାଣିପାଗ ବିଭାଗ ସତର୍କ କରାଇଛି । ତେବେ ଜିଲ୍ଲା ଗୁଡ଼ିକ ମଧ୍ୟରେ କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ନୟାଗଡ଼, ମାଲକାନଗିରି , କୋରାପୁଟ, ଗଜପତି, ନୂଆପଡ଼ା, ରାୟଗଡ଼ା, ନବରଂଗପୁର, ବରଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼, ସମ୍ୱଲପୁର, ଯାଜପୁର ଓ ଦେବଗଡ଼ ରହିଥିବା ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ଜଣାପଡ଼ିଛି ।  

   Related Posts