Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ସମ୍ବଲପୁର : ଆଜିଠାରୁ ୧୫ ଦିନ ସମ୍ବଲପୁର ବାର୍ ବନ୍ଦ, କୋଭିଡ୍ ସଂକ୍ରମଣକୁ ଦୃଷ୍ଟିରେ ରଖି ନିଷ୍ପତ୍ତି
  • ||
  • ସୋର : ସରିଥିଲା ନିର୍ବନ୍ଧ, ହେଲେ ପଡିପାରିଲାନି ହାତଗଣ୍ଠି, ଶେଷରେ କାହିଁକି ଝୁଲିପଡିଲେ ଯୁବତୀ ?
  • ||
  • ବାରଙ୍ଗ : ନନ୍ଦନକାନନରୁ ଇନ୍ଦୋର ଯାଉଛନ୍ତି ୧୩ ଜୀବଜନ୍ତୁ, ଧଳା ବାଘୁଣୀ ଓ କଳା ବାଘ ସାମିଲ
  • ||
  • ସୋର : ରୂପା ରାଧାକୃଷ୍ଣ ମୂର୍ତ୍ତି ନେଇଗଲେ ଚୋର, ସୁନା-ରୂପା ଅଳଙ୍କାର ବି ଲୁଟ୍
  • ||
  • କଟକ : କୁମ୍ଭମେଳା ଫେରନ୍ତା ୧୩ଜଣ କରୋନା ପଜିଟିଭ୍, ରେଳ ଯାତ୍ରୀଙ୍କ ରିପୋର୍ଟ ଯାଞ୍ଚ କଡାକଡି
  • ||
  • ଆଠମଲ୍ଲିକ : ଜଳ ପ୍ରକଳ୍ପ ସ୍ଥାନାନ୍ତର ପ୍ରତିବାଦ, ଉପଜିଲ୍ଲାପାଳ ଅଫିସ ସମ୍ମୁଖରେ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ
  • ||
  • ପୁରୀ : ସ୍ବଳ୍ପ ସଂଖ୍ୟକ ବ୍ୟକ୍ତିଙ୍କୁ ନେଇ ହେବ ପୁରୀର ପ୍ରସିଦ୍ଧ ସାହିଯାତ, କୋଭିଡ୍ କଟକଣା ଉପରେ ରହିବ ନଜର
  • ||
  • ମାଲକାନଗିରି : ପୋଲିସ-ନକ୍ସଲ ଗୁଳିବିନମୟ : ଜଣେ ନିହତ, ମୁଣ୍ଡ ଉପରେ ୫ଲକ୍ଷ ଟଙ୍କାର ପୁରସ୍କାର
  • ||
  • ତେଲକୋଇ : ମହୁଲ ବୋଝେଇ ମିନିଟ୍ରକ୍ ଜବତ, ଜଣେ ଅଟକ
  • ||
  • ସ୍ବଳ୍ପ ସଂଖ୍ୟକ ବ୍ୟକ୍ତିଙ୍କୁ ନେଇ ହେବ ପୁରୀର ପ୍ରସିଦ୍ଧ ସାହିଯାତ, କୋଭିଡ୍ କଟକଣା ଉପରେ ରହିବ ନଜର
  • ||

ପ୍ରଭୁ ଶ୍ରୀଲିଙ୍ଗରାଜ ପୀଠରେ ରାତି ୧୦ଟାରେ ଉଠିବ ମହାଦୀପ, ମନ୍ଦିର ପରିସରରେ ପାଳନ ହେବ କୋଭିଡ୍ କଟକଣା

6/03/2021 at 11:27 AM

ଭୁବନେଶ୍ବର ୬।୩: ଭୁବନେଶ୍ବରର ପ୍ରସିଦ୍ଧ ଶୈବପୀଠ ଶ୍ରୀଲିଙ୍ଗରାଜଙ୍କ ମନ୍ଦିରରେ ଅନୁଷ୍ଠିତ ହେବ ଜାଗର ଯାତ୍ରା । ମହାଶିବରାତ୍ରୀ ଅବସରରେ ଚଳିତ ବର୍ଷ ରାତି ୧୦ଟାରେ ମହାଦୀପ ଉଠିବା ନେଇ ସମୟ ନିର୍ଦ୍ଧାରଣ କରାଯାଇଛି । ଚଳିତ ଥର କୋଭିଡ୍ କଟକଣାକୁ ଦୃଷ୍ଟିରେ ରଖି ଶ୍ରଦ୍ଧାଳୁମାନେ ଜାଗର ଜାଳିବା ନେଇ କୁହାଯାଇଛି । ପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ଜାଗର ଯାତ୍ରା ପାଇଁ ଅନୁଷ୍ଠିତ ପ୍ରସ୍ତୁତି ବୈଠକରେ ଏଭଳି ନିଷ୍ପତ୍ତି ନିଆଯାଇଛି ।

ଜାଗର ପାଇଁ ଶ୍ରୀଲିଙ୍ଗରାଜ ମନ୍ଦିରର ୩ ସେବାୟତ ନିଯୋଗଙ୍କ ସହ ପୋଲିସ ପ୍ରଶାସନର ବୈଠକ ଅନୁଷ୍ଠିତ ହୋଇଯାଇଛି । କୋଭିଡ୍ କଟକଣା ସହ ଶାନ୍ତି ଶୃଙ୍ଖଳାରେ ଭକ୍ତ କିଭଳି ଦର୍ଶନ କରିବେ ସେ ନେଇ ବୈଠକରେ ବ୍ୟାପକ ଆଲୋଚନା ହୋଇଛି । କୋଭିଡ୍ ନିୟମ ପାଳନ କରି ଭକ୍ତମାନେ ଦୀପ ଜଳିବେ । ପୋଲିସ ଫୋର୍ସ ମୁତୟନ ସାଙ୍ଗକୁ ଟ୍ରାଫିକ୍ ବ୍ୟବସ୍ଥା ନେଇ ଆଲୋଚନା ମଧ୍ୟ ହୋଇଛି ।

ରାତି ୧୦ଟା ମହାଦୀପ ଉଠିବା ପରେ ଶ୍ରଦ୍ଧାଳୁମାନେ କିଭଳି ମନ୍ଦିରରୁ ବାହାରି ଯିବେ ସେ ନେଇ ବିଶେଷ ଧ୍ୟାନ ଦିଆଯିବ । ଦୀପ ଜାଳିବା ପାଇଁ ଭକ୍ତମାନେ ଯେଭଳି ଏକତ୍ରିତ ହୋଇ ବସିବେ ନାହିଁ ତାହାକୁ ଧ୍ୟାନ ଦିଆଯିବ । ବୈଠକରେ ମନ୍ଦିର ପ୍ରଶାସନ, ଜିଲ୍ଲା ପ୍ରଶାସନ, ସେବାୟତ ଓ ୩ ନିଯୋଗ ଉପସ୍ଥିତ ଥିଲେ ।

   Related Posts