ସାଲିଆ ସାହିରୁ ୫ଶହ ଲିଟରରୁ ଅଧିକ ଦେଶୀ ମଦ ଜବତ, ୯ ଅଭିଯୁକ୍ତ ଗିରଫ

Published By : Prameya-News7 Bureau | January 25, 2021 IST

ଭୁବନେଶ୍ବର ୨୫।୧: ଭୁବନେଶ୍ବର ସାଲିଆ ସାହିରୁ ଦେଶୀ ମଦ ଜବତ ହୋଇଛି । ୫୦୦ ଲିଟରରୁ ଅଧିକ ଦେଶୀ ମଦ ଜବତ କରିଛି ଅବକାରୀ ବିଭାଗ । ଅଭିଯୋଗରେ ୯ ଜଣଙ୍କୁ ଗିରଫ କରାଯାଇଛି ।

{"id":397948,"sizeSlug":"large","linkDestination":"none"}

ସୂଚନାଯୋଗ୍ୟ ଯେ, ଭୁବନେଶ୍ବର ସ୍ଥିତ ସାଲିଆ ସାହିରେ ଦେଶୀ ମଦ ପ୍ରସ୍ତୁତ କରାଯାଇ ବିକ୍ରି କରାଯାଉଥିବା ନେଇ ବାରମ୍ବାର ଅଭିଯୋଗ ହୋଇଆସୁଥିଲା । ଅଭିଯୋଗ ପାଇବା ପରେ ଭୁବନେଶ୍ବର ଓ କଟକ ଅବକାରୀ ବିଭାଗ ଓ ଅବକାରୀ ଫ୍ଲାଇଂ ସ୍କ୍ବାଡ୍ ମିଳିତ ଭାବେ ଚଢାଉ କରିଥିଲା । ଚଢାଉବେଳେ ୫୦୦ ଲିଟରରୁ ଅଧିକ ମଦ ଜବତ କରିଛି ଅବକାରୀ ବିଭାଗ । ଅଭିଯୋଗରେ ୯ ଜଣଙ୍କୁ ଗିରଫ କରାଯାଇଛି । ଗିରଫଙ୍କ ମଧ୍ୟରେ ୫ ଜଣ ମହିଳା ରହିଛନ୍ତି । ଘଟଣାସ୍ଥଳରୁ ବିପୁଳ ପରିମାଣର ପୋଚ ମଧ୍ୟ ଜବତ କରାଯାଇଛି । ଏ ନେଇ ଅଧିକ ତଦନ୍ତ ଜାରି ରହିଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.