Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ICC ଟି-୨୦ ରାଙ୍କିଂ : ୪ର୍ଥ ସ୍ଥାନରେ ପାକିସ୍ତାନ ବ୍ୟାଟ୍ସମ୍ୟାନ୍‌ ମହମ୍ମଦ ରିଜଓ୍ବାନ, ବିରାଟ କୋହଲି (୫) ଏବଂ ଲୋକେସ ରାହୁଲ (୮) ଖସିଲେ
  • ||
  • କରଞ୍ଜିଆ : ନଭେମ୍ବର ପହିଲାରୁ ଖୋଲିବ ଶିମିଳିପାଳ ଜାତୀୟ ଉଦ୍ୟାନ
  • ||
  • ସୋର : ଭଙ୍ଗା ଘରୁ ମିଳିଲା ପୁଳା ପୁଳା ରାସନ କାର୍ଡ, ଲୋକଙ୍କୁ ଦିଆନଯାଇ ଲୁଚାଇ ରଖାଯାଇଥିଲା କାହିଁକି ?
  • ||
  • ଆନନ୍ଦପୁର : କଣ୍ଡକ୍ଟରଙ୍କ ଭୁଲ୍, ଯାତ୍ରୀଙ୍କ ଗୋଡ ଉପରେ ଚଢିଗଲା ବସ୍
  • ||
  • କୋଣାର୍କ : ବାଇକ୍ ଚୋରି ରାକେଟ୍ ଠାବ : ୮ ବାଇକ୍ ସହ ୪ ଅଭିଯୁକ୍ତ ଗିରଫ
  • ||
  • ତେଲକୋଇ : କାଞ୍ଜିପାଣି ଘାଟିରେ ଭାରସ୍ୟାମ ହରାଇ ଓଲଟିଲା ଅଟୋ, ୫ବର୍ଷର ଶିଶୁ ସମେତ ୩ ଗୁରୁତର
  • ||
  • ଚାନ୍ଦବାଲି : ଅଘୋଷିତ ବିଦ୍ୟୁତ କାଟ୍ : ଦୀର୍ଘ ୧୨ଘଣ୍ଟା ଧରି ଅନ୍ଧାରରେ ରହିଲା ଆଖଣ୍ଡଳମଣୀ ପୀଠ
  • ||
  • ଭୁବନେଶ୍ବର : ନଭେମ୍ବର ୧ରୁ ଯୁକ୍ତ ୩ ପ୍ରଥମ ବର୍ଷ ଏବଂ ୧୫ରୁ ପିଜି ପ୍ରଥମ ବର୍ଷ କ୍ଲାସ୍ ଖୋଲିବ
  • ||
  • ଖୋର୍ଦ୍ଧା : ୩ ଦିନ ହେବ ଚିଲିକା ମଝିରେ ଫସିଥିଲା ଡଙ୍ଗା, ୨ ମତ୍ସ୍ୟଜୀବୀଙ୍କ ସହ ୧୦ବର୍ଷର ଛୁଆ ଉଦ୍ଧାର
  • ||
  • ଭୁବନେଶ୍ବର : ମମିତା ମେହେର ହତ୍ୟା ଘଟଣାରେ ନୀରବତାକୁ ବରଦାସ୍ତ କରାଯିବନି : କଂଗ୍ରେସ
  • ||

ଓଡିଶାରେ ବଢିଲା ଲକଡାଉନ୍ ଅବଧି, ଜୁନ ୧ ଯାଏଁ ଜାରି ରହିବ କଟକଣା

18/05/2021 at 1:50 PM

ଭୁବନେଶ୍ୱର, ୧୮।୦୫: ରାଜ୍ୟରେ ବଢିଲା ଲକଡାଉନ୍ । ଓଡିଶାରେ କରୋନା ସଂକ୍ରମଣ ବଢୁଥିବା ବେଳେ ଲକଡାଉନର ଅବଧିକୁ ମଧ୍ୟ ଜୁନ ୧ ତାରିଖ ଯାଏଁ ବୃଦ୍ଧି କରିଛନ୍ତି ରାଜ୍ୟ ସରକାର । ଏନେଇ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ପ୍ରେସ ବାର୍ତ୍ତାରେ ଘୋଷଣା କରିଛନ୍ତି ।

ସୂଚନାନୁସାରେ, କରୋନା ସଂକ୍ରମଣ ବଢୁଥିବାରୁ ସରକାର ମେ ୫ରୁ ମେ ୧୯ ତାରିଖ ସକାଳ ଯାଏଁ ଲକଡାଉନ୍ ଲାଗୁ କରିଥିଲେ । ସଂକ୍ରମଣ ଚେନ୍‌ରେ ବ୍ରେକ ଦେବାକୁ ସରକାର ଏହି ପଦକ୍ଷେପ ନେଇଥିଲେ । ଏହି ସମୟରେ କଡାକଡି ଚେକିଂ ହୋଇଥିଲା । ଦୋକାନ, ବଜାର, ସପିଂ ମଲ ଆଦି ବନ୍ଦ ରହିଥିଲା । କେବଳ ସକାଳ ୬ରୁ ଦିନ ୧୨ଟା ଯାଏଁ ପନିପରିବା ଓ ରାସନ ସାମଗ୍ରୀ ଦୋକାନ ଖୋଲା ରଖିବାକୁ ନିର୍ଦ୍ଦେଶ ରହିଥିଲା । ତେବେ କଟକଣାରୁ ଜରୁରୀକାଳିନ ସେବା ଓ ସେବା ଯୋଗାଉଥିବା କର୍ମଚାରୀଙ୍କୁ ବାଦ୍ ଦିଆଯାଇଥିଲା । ଏବେ କିନ୍ତୁ ନୂଆ ଗାଇଡଲାଇନ୍ ଅନୁସାରେ ସକାଳ ୭ଟାରୁ ସକାଳ ୧୧ଟା ଯାଏଁ ପନିପରିବା ଓ ଅନ୍ୟ ରାସନ ସାମଗ୍ରୀ କିଣିବାକୁ ଲୋକମାନେ ବାହାରକୁ ଯାଇପାରିବେ ।

କିନ୍ତୁ ଏହା ସତ୍ତ୍ୱେ ସଂକ୍ରମଣ କମୁନଥିବା ନଜର ଆସିଛି । ଏବେବି ୧୦ ହଜାର ଉପରେ ଦୈନିକ ସଂକ୍ରମଣ ସାମ୍ନାକୁ ଆସୁଛି । ଆହୁରି ମଧ୍ୟ ଅମାନିଆ ଚେତୁନାହାଁନ୍ତି । ଏସବୁକୁ ନଜରରେ ରଖି ସରକାର ଲକଡାଉନର ଅବଧିକୁ ବୃଦ୍ଧି କରିଛନ୍ତି । ନୂଆ ନିଷ୍ପତ୍ତି ଅନୁସାରେ ଆଉ ୧୩ ଦିନ ବଡିଛି ଲକଡାଉନ୍ । ଏହାକୁ ଜୁନ ୧ ସକାଳ ୫ଟା ଯାଏଁ ବୃଦ୍ଧି କରାଯାଇଛି ।

ସୂଚନାଯୋଗ୍ୟ, ପୂର୍ବରୁ ଅନେକ ରାଜ୍ୟ ଲକଡାଉନର ଅବଦ୍ଧିକୁ ବୃଦ୍ଧି କରି ସାରିଛନ୍ତି । ପଶ୍ଚିମବଙ୍ଗ, ଦିଲ୍ଲୀ, ବିହାର ଆଦି ରାଜ୍ୟ ମଧ୍ୟ କିଛି ଦିନ ତଳେ ଲକଡାଉନର ସମୟସୀମାକୁ ବଢାଇଥିଲେ ।

   Related Posts