Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଆଉ ୧୮ କରୋନା ସଂକ୍ରମିତଙ୍କ ମୃତ୍ୟୁ, ୧୨ଶହ ଅତିକ୍ରମ କଲା ମୃତକଙ୍କ ସଂଖ୍ୟା
  • ||
  • ରାଜ୍ୟରେ ଚିହ୍ନଟ ହେଲେ ୧୭୯୩ କରୋନା ସଂକ୍ରମିତ, ୨୭୭୮୮୭ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • କେନ୍ଦ୍ରାପଡାରେ ଘରେ ପଶି ଲୁଟିଲେ, କଟୁରୀରେ ହାଣି ଖସିଗଲେ, ସ୍ବାମୀ-ସ୍ତ୍ରୀ ଗୁରୁତର
  • ||
  • ବାଲେଶ୍ବର ମୁଖ୍ୟ ଯୋଗାଣ ଅଧିକାରୀଙ୍କ ଅଫିସ୍‌ରୁ ଜବତ ହେଲା ୯ଟି ଟଙ୍କା ଭର୍ତ୍ତି ଲଫାପା, ବାନ୍ଧିନେଲା ଭିଜିଲାନ୍ସ
  • ||
  • ପାଟଣାରେ ଭାରସାମ୍ୟ ହରାଇ ପଥରରେ ପିଟି ହେଲା ବାଇକ୍, ଘଟଣାସ୍ଥଳରେ ଚାଳକଙ୍କ ମୃତ୍ୟୁ
  • ||
  • ବାଲିଅନ୍ତାରେ ଜୁଆ ଆଡ୍ଡା ଉପରେ ଚଢାଉ, ୩ ଗିରଫ
  • ||
  • ଚାନ୍ଦବାଲିରେ ଟ୍ରେନ୍ ଲାଇନ୍‌ରୁ ମିଳିଲା ନାବାଳକଙ୍କ ମୃତଦେହ
  • ||
  • ପୁରୀରେ ୪ ବ୍ରାଉନସୁଗାର ବେପାରୀ ଗିରଫ, ୫.୩୨ ଗ୍ରାମ୍ ବ୍ରାଉନସୁଗାର ଜବତ
  • ||
  • ଅନୁଗୋଳରେ କଣ୍ଟେନର-ଟ୍ରକ୍ ମୁହାଁମୁହିଁ ଧକ୍କା, ଟ୍ରକ୍ ଚାଳକ ମୃତ
  • ||
  • ଷ୍ଟାଫ୍‌ନର୍ସ ମୌସୁମୀ ମିଶ୍ରଙ୍କ ସନ୍ଦେହଜନକ ମୃତ୍ୟୁ, ସହକର୍ମୀ କହିଲେ, ‘ତାଙ୍କୁ ହତ୍ୟା କରାଯାଛି’
  • ||

ଆଜି ଲୋକାୟୁକ୍ତ ଚୟନ ବୈଠକ

12/02/2019 at 10:33 AM

ଭୁବନେଶ୍ବର ୧୨|୨:  ଆଜି ଲୋକାୟୁକ୍ତ ଚୟନ ବୈଠକ । ବୈଠକରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ବିରୋଧୀ ଦଳ ନେତା ନରସିଂହ ମିଶ୍ର, ବାଚସ୍ପତି ପ୍ରଦୀପ ଅମାତ, ହାଇକୋର୍ଟ ମୁଖ୍ୟ ବିଚାରପତି ଜଷ୍ଟିସ କେଏସ ଝାବେରୀ ଓ ଅନ୍ୟତମ ସଦସ୍ୟ ଜଷ୍ଟିସ ଅନଙ୍ଗ ପଟ୍ଟନାୟକ ଯୋଗଦେବେ।

୨୦୧୪ ଫେବୃଆରୀ ୧୪ ତାରିଖରେ ଦେଶର ପ୍ରଥମ ରାଜ୍ୟ ଭାବେ ଓଡ଼ିଶା ଲୋକାୟୁକ୍ତ ବିଲ୍ ପାସ୍ କରିଥିଲା। ହେଲେ ଆଇନ୍ ପ୍ରଣୟନର ୫ ବର୍ଷ ପୂରିବାକୁ ବସିଥିଲେ ମଧ୍ୟ ଏଯାଏଁ ଲୋକାୟୁକ୍ତ ନିଯୁକ୍ତ ହୋଇନଥିବାରୁ ସୁପ୍ରିମକୋର୍ଟରେ ମାମଲା ଦାଏର ହୋଇଥିଲା। ଏ ନେଇ ଶୀଘ୍ର ପଦକ୍ଷେପ ନେବାକୁ କୋର୍ଟ ରାଜ୍ୟ ସରକାରଙ୍କୁ ତାଗିଦ୍ କରିଥିଲେ। ତାଗିଦ ପରେ ଗତକାଲି ମୁଖ୍ୟ ଶାସନ ସଚିବ ଆଦିତ୍ୟ ପ୍ରସାଦ ପାଢ଼ୀ କୋର୍ଟରେ ସତ୍ୟପାଠ ଦାଖଲ କରିଥିଲେ।ସତ୍ୟପାଠରେ ସେ ଦର୍ଶାଇଛନ୍ତି, ମାର୍ଚ୍ଚ ୩୧ ତାରିଖ ସୁଦ୍ଧା ଲୋକାୟୁକ୍ତ ଚୟନ କରାଯିବ। ତା’ସହ ଏପ୍ରିଲ ୮ ତାରିଖରୁ କାର୍ଯ୍ୟ ଆରମ୍ଭ କରିବେ ଲୋକାୟୁକ୍ତ। ଗତକାଲି ବ୍ୟକ୍ତିଗତ ଭାବେ ହାଜର ହୋଇ ଏହି ସତ୍ୟପାଠ ଦାଖଲ କରିଥିଲେ ମୁଖ୍ୟ ଶାସନ ସଚିବ ।

   Related Posts