Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭାରତରେ ପହଞ୍ଚିଲା ଓମିକ୍ରନ୍‌ ଭ୍ୟାରିଆଣ୍ଟ । କର୍ଣ୍ଣାଟକର ୨ ଜଣ ବ୍ୟକ୍ତି ଓମିକ୍ରନ୍‌ ଭ୍ୟାରିଆଣ୍ଟରେ ସଂକ୍ରମିତ
  • ||
  • ହଜିନି ମାନବିକତା, ପାଇଥିବା ସୁନା ଗହଣାକୁ ଫେରାଇଦେଲେ ଅଟୋ ଚାଳକ
  • ||
  • ଭୁବନେଶ୍ବର : STF ମୋଷ୍ଟ ୱାଣ୍ଟେଡ ଲିଷ୍ଟରେ ଅନୀଲ ପାଣ୍ଡି, ସୂଚନା ଦେଲେ ମିଳିବ ପୁରସ୍କାର
  • ||
  • ଭୁବନେଶ୍ବର : ୩ ନିର୍ବାହୀ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର ଓ ଜଣେ ଆରଆଇ ଚାକିରୀରୁ ବହିଷ୍କୃତ
  • ||
  • ନୂଆଦିଲ୍ଲୀ : ବାତ୍ୟା ଅପଡେଟ୍ : ୩ରୁ ଓଡିଶାରେ ବର୍ଷା, ୪ରେ ପବନର ବେଗ ଛୁଇଁବ ୯୦ କି.ମି.
  • ||
  • ନୂଆଦିଲ୍ଲୀ : ଶୁକ୍ରବାରଠୁ ରାଜଧାନୀରେ ସମସ୍ତ ସ୍କୁଲ ବନ୍ଦ, ଘୋଷଣା କଲେ କେଜ୍ରିଓ୍ୱାଲ୍‌ ସରକାର
  • ||
  • ବାଇକକୁ ପିଟିଲା ଜୁସ୍ ବୋଝେଇ ଟ୍ରକ୍, ୨ ଆରୋହୀ ମୃତ
  • ||
  • କଣ୍ଟାବାଞ୍ଜି : ମମିତା ମେହେର ହତ୍ୟାକାଣ୍ଡ ମାମଲା : ADG କୋର୍ଟରେ ଜାମିନ ଆବେଦନ କଲା ଗୋବିନ୍ଦ ସାହୁ
  • ||
  • ସାନଖେମୁଣ୍ଡି : ୩୦ ଏକର ଗଞ୍ଜେଇ ଚାଷ ନଷ୍ଟ କଲା ପ୍ରଶାସନ
  • ||
  • ଘାରିଛି ଓମିକ୍ରନ ବିପଦ : ବିଳମ୍ବିତ ହେବ ଟିମ୍ ଇଣ୍ଡିଆର ଦକ୍ଷିଣ ଆଫ୍ରିକା ଗସ୍ତ ! ସମୟ ମାଗିଲା ବିସିସିଆଇ
  • ||

ଦୋକାନ କବାଟ ଭାଙ୍ଗି ଲକ୍ଷାଧିକ ଟଙ୍କାର ମୋବାଇଲ ଲୁଟ୍‌

22/06/2021 at 9:21 AM

ବାଲିପାଟଣା ୨୨।୦୬: ଦୋକାନ କବାଟ ଭାଙ୍ଗି ଲୁଟି ନେଲେ ଲକ୍ଷାଧିକ ଟଙ୍କାର ମୋବାଇଲ୍‌ । ବାଲିଅନ୍ତା ଥାନା ବାଳକାଟି ବଜାରରେ ଘଟଣା ଘଟିଛି । ପୋଲିସ ଘଟଣାସ୍ଥଳରେ ପହଞ୍ଚି ଛାନ୍‌ଭିନ୍‌ ଜାରି ରଖିଛି ।

ଖବର ଅନୁଯାୟୀ, ବାଳକାଟି ବଜାରରେ ମୋହନ ଆଚାର୍ଯ୍ୟଙ୍କର ଏକ ମୋବାଇଲ୍ ଦୋକାନ ରହିଛି । ସୋମବାର ବିଳମ୍ବିତ ରାତିରେ ଦୁଇ ଜଣ ଦୁର୍ବୃତ୍ତ ଦୋକାନ କବାଟ ଭାଙ୍ଗି ମୋବାଇଲ ଚୋରି କରିନେଇଛନ୍ତି । ଯାହାର ଆନୁମାନିକ ମୂଲ୍ୟ ଲକ୍ଷାଧିକ ଟଙ୍କା ହେବ । ତେବେ ଚୋରି ସମୟର ସମସ୍ତ ଘଟଣା ମୋହନଙ୍କ ଦୋକାନ ସାମ୍ନାରେ ଲାଗିଥିବା ଏକ ସିସିଟିଭିରେ ରେକର୍ଡ ହୋଇଛି । ସିସିଟିଭି ଦୃଶ୍ୟରେ ଦୁଇ ଜଣ ଦୁର୍ବୃତ୍ତ ଦୋକାନ ପାଖରେ ପହଁଞ୍ଚି ଲାଇଟ୍ ଲିଭାଉଛନ୍ତି । ଏହାପରେ ଦୋକାନ କବାଟ ଭାଙ୍ଗି ମୋବାଇଲ ଚୋରି କରି ନେଉଛନ୍ତି । ଅଭିଯୋଗ ପରେ  ବାଳକାଟି ଫାଣ୍ଡି ପୋଲିସ ଘଟଣା ସ୍ଥଳରେ ପହଁଞ୍ଚି ତଦନ୍ତ ଜାରି ରଖିଛି ।

   Related Posts