Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ସାଲେପୁର : ମକର ଯାତ୍ରାରୁ ନାବାଳିକାଙ୍କୁ ଟେକି ନେଇ ନଦୀପଠାରେ ଗଣଦୁଷ୍କର୍ମ, ଥାନାରେ ଏତଲା, ଭାଇରାଲ୍ ଭିଡିଓ ନେଇ ପୋଲିସର ଛାନଭିନ୍
  • ||
  • କେନ୍ଦ୍ରାପଡା : ଚିକିତ୍ସା ଅବହେଳାରୁ ରୋଗୀ ମୃତ୍ୟୁ ଅଭିଯୋଗ, ସିଡିଏମ୍‌ଓଙ୍କ କାର୍ଯ୍ୟାଳୟ ଆଗରେ ମୃତଦେହ ରଖି ପରିବାର ଲୋକଙ୍କ ଧାରଣା
  • ||
  • ବୌଦ୍ଧ : ATMରୁ ବାହାରିଲା କାଗଜ ପେଷ୍ଟ ଥିବା ୨୦ଟି ୫ଶହ ଟଙ୍କିଆ ନୋଟ୍, ଫେରସ୍ତ ନେବାକୁ ମନାକଲା ବ୍ୟାଙ୍କ୍ !
  • ||
  • ଭୁବନେଶ୍ବର : ରାଜ୍ୟରେ ବୁଧବାରଠୁ ପୁଣି ଟିକାକରଣ, ଟିକା ନେବେ ବଳକା ୧ ଲକ୍ଷ ୭୩ ହଜାର ୬୩୬ ଜଣ ସ୍ଵାସ୍ଥ୍ୟକର୍ମୀ
  • ||
  • ସମ୍ବଲପୁର : କିନ୍ନରଙ୍କଠାରୁ ୩ବର୍ଷର ଶିଶୁ କନ୍ୟାକୁ ଉଦ୍ଧାର କଲା ଚାଇଲ୍ଡ ଲାଇନ୍, ଚୋରି ସନ୍ଦେହ
  • ||
  • ଭୁବନେଶ୍ବର : STF ପଞ୍ଝାରେ ଧଳା ଜହର ବେପାରୀ, କୋଟିଏରୁ ଅଧିକ ଟଙ୍କାର ବ୍ରାଉନସୁଗାର ଜବତ
  • ||
  • ନବରଙ୍ଗପୁର : ଚଳନ୍ତା କାର୍‌ରେ ଲାଗିଲା ନିଆଁ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ||
  • ଢେଙ୍କାନାଳ : ହାତୀ ପୁଣି ନେଲା ଆଉ ଜଣଙ୍କ ଜୀବନ, ଶୌଚ ହେବାକୁ ଯାଇଥିବା କଚାଡି ମାରିଲା ଦନ୍ତା
  • ||
  • ବଲାଙ୍ଗୀର : ବିଚାରାଧୀନ କଏଦୀ ମୃତ, ହତ୍ୟା ମାମଲାରେ ଥିଲେ ଅଭିଯୁକ୍ତ
  • ||
  • ଶହେ ତଳକୁ ଖସିଲା ଦୈନିକ ସଂକ୍ରମିତଙ୍କ ସଂଖ୍ୟା : ରାଜ୍ୟରେ ଚିହ୍ନଟ ହେଲେ ଆଉ ୯୯ କୋଭିଡ୍ ପଜିଟିଭ୍‌, ୩୩୪୫୨୯ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||

କଳାକନା ବୁଲାଇଦେଲେ ଲୁଟେରା, ମନ୍ଦିର ମୂର୍ତ୍ତି ସହ ଅଳଙ୍କାର ଓ ଟଙ୍କା ଲୁଟିନେଲେ ଦୁର୍ବୃତ୍ତ

12/01/2021 at 11:35 AM

ଚଣ୍ଡିଖୋଲ ୧୨।୦୧: ମାଙ୍କ ମୂର୍ତ୍ତି ଚୋରି କରି ନେଲେ ଦୁର୍ବୃତ୍ତ । ଯାଜାପୁର ଜିଲ୍ଲା ବଡ଼ଚଣା ଥାନା ଦର୍ପଣୀ ଗାଁରେ ଘଟିଛି ଘଟଣା । ଗାଁର ଇଷ୍ଟଦେବୀ ମା କୋଟରଖୀଙ୍କୁ ମୂର୍ତ୍ତିକୁ ଚୋରି କରି ନେଇଛନ୍ତି ଦୁର୍ବୃତ୍ତ । ଘଟଣାରେ ପୋଲିସର ଛାନ୍‌ଭିନ୍‌ ଆରମ୍ଭ ।

ଖବର ଅନୁଯାୟୀ, ସକାଳ ସମୟରେ ପୂଜାରୀ ମନ୍ଦିରକୁ ପୂଜା କରିବାକୁ ଯାଇଥିବା ବେଳେ ମାଙ୍କ ମୂର୍ତ୍ତି ନଥିବା ଦେଖିବାକୁ ପାଇଥିଲେ । ସୋମବାର ବିଳମ୍ବିତ ରାତିରେ ଦର୍ପଣୀ ଗାଁ ଇଷ୍ଟଦେବୀ ମା କୋଟରଖୀଙ୍କ ମୂର୍ତ୍ତିକୁ ଚୋରି କରି ନେଇଛନ୍ତି ଦୁର୍ବୃତ୍ତ । ଏହାସହ ମାଙ୍କ ର ଲକ୍ଷାଧିକ ଟଙ୍କାର ଅଳଙ୍କାର ଚୋରି କରି ନେଇଛନ୍ତି । ତେବେ ଲୁଟ୍‌ ଘଟଣାକୁ ନେଇ ଗ୍ରାମବାସୀ ମଧ୍ୟରେ  ଅସନ୍ତୋଷ ଦେଖିବାକୁ ମିଳିଛି ।ସେପଟେ ଲୁଟ୍‌ ଘଟଣାକୁ ନେଇ ପୋଲିସକୁ ଖବର ଦିଆଯାଇଛି । ଘଟଣାସ୍ଥଳରେ ବଡ଼ଚଣା ପୋଲିସ ପହଞ୍ଚି ତଦନ୍ତ ଜାରି ରଖିଛି । ଏହାସହିତ ଆଖ ପାଖରେ ଥିବା ସିସିଟିଭି ଫୁଟେଜ ଯାଞ୍ଚ କରୁଛି ପୋଲିସ । ତୁରନ୍ତ ଦୁର୍ବୃତ୍ତମାନଙ୍କୁ ଗିରଫ କରିବାକୁ ଗ୍ରାମବାସୀମାନେ ଦାବି କରିଛନ୍ତି ।

   Related Posts