Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ବର : ଫେବୃଆରୀ ୧୪ରୁ ରାଜ୍ୟରେ ଦ୍ବିତୀୟ ପର୍ଯ୍ୟାୟ ଟିକାକରଣ
  • ||
  • ଅନୁଗୋଳ : ଜିଲ୍ଲାପାଳଙ୍କ ଅଫିସ୍ ଆଗରେ ମା’ ଓ ପୁଅଙ୍କ ଆତ୍ମାହୁତି ଉଦ୍ୟମ
  • ||
  • ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୩୦ କୋଭିଡ୍ ସଂକ୍ରମିତ, ୩୩୪୪୩୦ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ବ୍ରହ୍ମପୁର : ଟ୍ରାକ୍ଟର ସହ ବାଇକ୍ ଧକ୍କା, ଜଣେ ମୃତ, ୨ ଶ୍ରମିକ ଗୁରୁତର
  • ||
  • ଆନନ୍ଦପୁର : ଧାନ ଡୋଲି ଓଲଟିପଡି ସ୍ତ୍ରୀ ମୃତ, ସ୍ବାମୀ ଗୁରୁତର
  • ||
  • ଖସୁଛି କରୋନା ଗ୍ରାଫ୍‌, ଦେଶରେ ଗତ ୨୪ଘଣ୍ଟାରେ ୧୩,୨୦୩ କୋଭିଡ଼ ସଂକ୍ରମିତ ଚିହ୍ନଟ
  • ||
  • ବରଗଡ : ଭିଜିଲାନ୍ସ ଜାଲରେ ବରଗଡ ଜିଲ୍ଲା ଭଟଲି ବ୍ଲକ୍ କେଲେଙ୍ଗାପାଲିର ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ
  • ||
  • ଭୁବନେଶ୍ବର : ସାଲିଆ ସାହିରୁ ୫ଶହ ଲିଟରରୁ ଅଧିକ ଦେଶୀ ମଦ ଜବତ, ୯ ଅଭିଯୁକ୍ତ ଗିରଫ
  • ||
  • ରାଜ୍ୟରେ ଆଉ ଜଣେ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୯୦୬ ଛୁଇଁଲା ମୃତକଙ୍କ ସଂଖ୍ୟା
  • ||
  • ବହ୍ମପୁର : ବୋଲେରୋ ଧକ୍କାରେ ଜଣେ ମୃତ
  • ||

ଲୁଟେରାଙ୍କ ଟାର୍ଗେଟରେ ଫାଇନାନ୍ସ କର୍ମଚାରୀ: ମୁଣ୍ଡରେ ବନ୍ଧୁକ ଲଗାଇ ଲୁଟି ନେଲେ ଟଙ୍କା

26/11/2020 at 4:14 PM

ବାଲିପାଟଣା୨୬/୧୧: ପୁଣି ଲୁଟେରାଙ୍କ ଟାର୍ଗେଟରେ ଫାଇନାନ୍ସ କର୍ମଚାରୀ। ମୁଣ୍ଡରେ ବନ୍ଧୁକ ରଖି ଲୁଟି ନେଲେ ୧୨ ହଜାର ୭ ଶହ ଟଙ୍କା । ବାଲିପାଟଣା ଥାନା ଫକିରପଡା ଗ୍ରାମରେ ଏଭଳି ଘଟଣା ଘଟିଛି | ଉଜ୍ଜୀବନ ଫାଇନାନ୍ସ ର କର୍ମଚାରୀ ବାଲିପାଟଣା ଥାନା ସାହାଣୀସହି ଗ୍ରାମରୁ ଋଣ ଟଙ୍କା ସଂଗ୍ରହ କରି ଫେରୁଥିଲେ। ପଙ୍କିରପଡା ଗ୍ରାମ ରାସ୍ତାର ୨ ଜଣ ଲୁଟେରା ଏକ କଳା ପଲସରରେ ଆସି ଫାଇନାନ୍ସ କର୍ମଚାରୀଙ୍କୁ ଲୁଟ୍ କରିଥଲେ।

ମିଳିଥିବା ସୂଚନା ଅନୁସାରେ କର୍ମଚାରୀ ବିଜୟ କୁମାର ବେହେରାଙ୍କୁ ଅଟକାଇବା ସହ ତାଙ୍କ ମୁଣ୍ଡରେ ବନ୍ଧୁକ ଲଗାଇ ଧମକ ଦେଇଥିଲେ। ପରେ ବିଜୟଙ୍କ ଠାରୁ ଟଙ୍କା ବ୍ୟାଗ୍ ଏବଂ ଗାଡି ଚାବି ନେଇ ଫେରାର୍ ହୋଇଯାଇଥିଲେ ୨ ଜଣ ଦୁର୍ବୃତ୍ତ। ଖବର ପାଇ ବାଲିପାଟଣା ପୋଲିସ ଘଟଣାସ୍ଥଳରେ ପହଁଞ୍ଚି ତଦନ୍ତ ଚଳାଇଛି । ସୂଚନାଯୋଗ୍ୟ ବାରମ୍ବାର ଫାଇନାନ୍ସ କର୍ମଚାରୀଙ୍କୁ ଟାର୍ଗେଟ କରି ଲୁଟ୍ କରୁଛନ୍ତି ଲୁଟେରା । 

   Related Posts