ମା’ ଭଦ୍ରକାଳୀଙ୍କ ଜଗଦ୍ଧାତ୍ରୀ ବେଶ, ଚର୍ତୁଭୁଜା ରୂପେ ଦେଲେ ଦର୍ଶନ

Published By : Prameya-News7 Bureau | November 08, 2021 IST

ଭଦ୍ରକ, ୦୮/୧୧: କାଳୀପୂଜା ଉପଲକ୍ଷେ ଭଦ୍ରକର ଅଧିଷ୍ଠାତ୍ରୀ ଦେବୀ ମା’ ଭଦ୍ରକାଳୀଙ୍କ ସପ୍ତମାତୃକା ବେଶ ଅନୁଷ୍ଠିତ ହେଉଛି । ସପ୍ତମାତୃକା ବେଶର ପଞ୍ଚମ ଦିନରେ ଆଜି ମା’ ଜଗଦ୍ଧାତ୍ରୀ ବେଶ ଧାରଣ କରିଛନ୍ତି  । ଜଗଦ୍ଧାତ୍ରୀ ବେଶରେ ମା’ଙ୍କର ଆଜି ବାଘ ବାହନ ଥିବା ବେଳେ ମା’ ନାଲି ପାଟ ବସ୍ତ୍ର ପରିଧାନ କରିଛନ୍ତି ଓ ସ୍ୱର୍ଣ୍ଣ ରୌପ୍ୟ ଅଳଙ୍କାରରେ ଭୂଷିତ ହୋଇଛନ୍ତି ।

wp:html https://www.youtube.com/watch?v=0ExE147VbFo /wp:html

ମା’ ହସ୍ତରେ ଶଙ୍ଖ, ଚକ୍ର, ଗଦା,ଖଡ୍ଗ ଧାରଣ କରି ଚର୍ତୁଭୁଜା ମୂର୍ତ୍ତୀରେ ପ୍ରକଟ ହୋଇଛନ୍ତି । ଜଗଦ୍ଧାତ୍ରୀ ବେଶରେ ମା’ଙ୍କୁ ଦର୍ଶନ କଲେ ଭକ୍ତର ମାନସିକ ପୂରଣ ହୁଏ ବୋଲି ଦୃଢ଼ ବିଶ୍ୱାସ ରହିଛି । ଆଦ୍ୟାଶକ୍ତି ମା’ ଭଦ୍ରକାଳୀ ସୃଷ୍ଟିର ସମସ୍ତ ଶକ୍ତିର ଅଧିକାରିଣୀ ଜଗତର ପାଳନକର୍ତ୍ତି । ସମସ୍ତ ଜୀବ ଜଗତ, ପ୍ରାଣୀ ଜଗତ ତଥା ଉଦ୍ଭିଦ ଜଗତ, ଜଳ, ସ୍ଥଳ ସର୍ବତ୍ର ତାଙ୍କର ସତ୍ତା ଉପଲବ୍ଧି ହେଉଛି । ଆସନ୍ତାକାଲି ମା’ ପଦ୍ମାସନା ହଂସ ବାହନରେ ମହାସରସ୍ୱତୀ ବେଶରେ ଦର୍ଶନ ଦେବେ ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.