Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ବର : ‘ପରୀକ୍ଷା ଦର୍ପଣ’ ପୁସ୍ତକ ଉନ୍ମୋଚିତ, ମାଟ୍ରିକ୍ ପରୀକ୍ଷାର୍ଥୀ ହେବେ ଉପକୃତ
  • ||
  • ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୩୮ କୋଭିଡ୍ ପଜିଟିଭ୍‌, ୩୩୪୬୬୭ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଜି.ଉଦୟଗିରି : ବାଇକ୍-ଅଟୋ ମୁହାଁମୁହିଁ ଧକ୍କା : ଜଣେ ମୃତ, ତିନି ଗୁରୁତର
  • ||
  • ଭୁବନେଶ୍ବର : ଭିଜିଲାନ୍ସ ଜାଲରେ ଭୁବନେଶ୍ବର ବ୍ଲକ୍ କନିଷ୍ଠ ଯନ୍ତ୍ରୀ ଶୁଭେନ୍ଦୁ କୁମାର ପ୍ରଧାନ, ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଚଢାଉ
  • ||
  • ଦିଲ୍ଲୀ ପୋଲିସର ଆକ୍ସନ : ଟ୍ରାକ୍ଟର ରାଲି ବେଳେ ହିଂସା ପରେ ୨୨ଟି ମାମଲା ରୁଜୁ
  • ||
  • ଭୁବନେଶ୍ବର : ଅଟୋକୁ ଧକ୍କା ଦେଲା କାର୍, ୪ ଗୁରୁତର
  • ||
  • ଘଟଗାଁ : ରାତିରେ ଘରକୁ ଫେରିବା ବେଳେ ଭାଲୁ ଆକ୍ରମଣ, ଜଣେ ଗୁରୁତର
  • ||
  • ଆଜିଠୁ ଶ୍ରୀମନ୍ଦିର ସେବାୟତଙ୍କ ପୁଣି କୋଭିଡ୍ ଟେଷ୍ଟ, ପ୍ରତିଦିନ ୫୦ ସେବାୟତଙ୍କ ହେବ ଆର୍‌ଟିପିସିଆର୍
  • ||
  • ଆଜିଠୁ ପୁଣି ଟିକାକରଣ, ଭାକ୍‌ସିନ୍‌ ନେବେ ବଳକା ୧ ଲକ୍ଷ ୭୩ ହଜାର ୬୩୬ ସ୍ବାସ୍ଥ୍ଯକର୍ମୀ
  • ||

ଚାଞ୍ଚଲ୍ୟକର ଘଟଣା: ପ୍ରେମିକକୁ ପେଟ୍ରୋଲ ଢ଼ାଳି ଜାଳି ଦେଲା ପ୍ରେମିକା !

2/12/2020 at 11:05 PM

ଜଗତସିଂହପୁର୨/୧୨: ପ୍ରେମିକକୁ ପୋଡି ଦେଲା ପ୍ରେମିକା! ଜଗତସିଂହପୁର ଜିଲ୍ଲା ନାଉଗାଁ ଥାନା ଗଙ୍ଗଦା ଗାଁରେ ଏଭଳି ଅଭାବନୀୟ ଘଟଣା ଘଟିଛି। ପ୍ରେମ ସଂପର୍କକୁ କେନ୍ଦ୍ର କରି ଏଭଳି ଅଘଟଣ ଘଟିଛି। ନିଆଁରେ ପୋଡ଼ି ହୋଇ ଜଣେ ଯୁବକ ଗୁରୁତର ହୋଇଛନ୍ତି। ଗୁରୁତର ଯୁବକ ଢେଙ୍କାନାଳ ଭୁବନ ଅଞ୍ଚଳର ବିପିନି କୁମାର ସାହୁ। ସେ ଗଙ୍ଗଦା ଗାଁରେ ରହି ମାର୍ବଲ ମିସ୍ତ୍ରୀ  ଭାବରେ କାର୍ଯ୍ୟ କରୁଥିଲେ।

ଯୁବକଙ୍କ ବୟାନ ଅନୁସାରେ ସେ ସେହି ଅଞ୍ଚଳର ଜଣେ ଯୁବତୀଙ୍କୁ ପ୍ରେମ କରୁଥିଲେ। ହେଲେ କୌଣସି କାରଣରୁ ଏହାକୁ ନେଇ ବିବାଦ ହେବା ସହ ସମ୍ପୃକ୍ତ ଯୁବତୀ ପ୍ରେମିକକୁ ଡ଼ାକି ତାଙ୍କ ଉପରକୁ ପେଟ୍ରୋଲ ପକାଇ ନିଆଁ ଲଗାଇ ଦେଇଥିବାର ସେ ଅଭିଯୋଗ କରିଛନ୍ତି। ତେବେ ସେ ନିଜେ ପୋଡି ହୋଇଛନ୍ତି କି ତାଙ୍କ ଦେହରେ କିଏ ନିଆଁ ଲଗାଇ ପୋଡି ଦେଇଛି ତାହା ସ୍ପଷ୍ଟ ହୋଇପାରି ନାହିଁ। ସମ୍ପୃକ୍ତ ଯୁବକଙ୍କ ଅବସ୍ଥା ଗୁରୁତର ଥିବା ବେଳେ ତାଙ୍କୁ ପ୍ରଥମେ ନାଉଗାଁ ସ୍ୱାସ୍ଥ୍ୟ କେନ୍ଦ୍ର ଓ ପରେ କଟକ ସ୍ଥାନାନ୍ତର କରାଯାଇଛି ।

   Related Posts