Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଅକ୍ଟୋବର-ନଭେମ୍ବର ମାସର ପାର୍ବଣ ଗାଇଡ୍‌ଲାଇନ୍‌, ମୂର୍ତ୍ତି ବିସର୍ଜନରେ ରହିବେ ଏତିକି ଲୋକ, ହବିଷ୍ୟାଳୀଙ୍କୁ ମନ୍ଦିର ମନା
  • ||
  • ଘଟଗାଁରେ ହାତୀ ଆତଙ୍କ, ଘଉଡାଇବାକୁ ବନ ବିଭାଗର କସରତ
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୪ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୫୫୬ କୋଭିଡ୍ ପଜିଟିଭ୍
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୧୩ ହଜାରରୁ ଅଧିକ କରୋନା ପଜିଟିଭ୍, ୧୬୪ ମୃତ
  • ||
  • ରାସ୍ତା ଅତିକ୍ରମ ବେଳେ ଧକ୍କା ଦେଲା ଟ୍ରକ, ଚାଲିଗଲା ଜୀବନ
  • ||
  • ଲଘୁଚାପ ପ୍ରଭାବ : ମଙ୍ଗଳବାର ଯାଏଁ ପ୍ରବଳ ବର୍ଷା, ୫୦ କିମି ବେଗରେ ବହିବ ପବନ
  • ||
  • ନୀଳଗିରିରେ ଭାଲୁ ଆତଙ୍କ, ସାଇକେଲରୁ ଟାଣିନେଇ ଯୁବକଙ୍କୁ ଘାଇଲା କଲେ
  • ||
  • ଅଢେଇ କୋଟି ଟଙ୍କାର ବ୍ରାଉନସୁଗାର ଜବତ, ଡାଇମଣ୍ଡ ହୋଟେଲ ମାଲିକ ଅଟକ
  • ||

ତୁ ମୋର ନହେଲେ ମୁଁ ବିଷ ପିଇଦେବି… ପ୍ରେମିକାର ବାହାଘର ଠିକ୍‌ ହୋଇଗଲା, ଆଉ କୀଟନାଶକ ପିଇଦେଲା ପ୍ରେମିକ, ତାପରେ…

23/04/2021 at 10:04 PM

ପାଟଣା, ୨୩/୦୪: କେନ୍ଦୁଝର ଜିଲ୍ଳା ପାଟଣା ଥାନା ବେଗେନା ଗ୍ରାମରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି । ଗୁରୁବାର ବିଳମ୍ବିତ ରାତିରେ ପ୍ରେମରେ ବିଫଳ ହୋଇ ଜଣେ ଯୁବକ କୀଟନାଶକ ପିଇ ଆତ୍ମହତ୍ୟା କରିଛନ୍ତି ।

ସୂଚନା ଅନୁସାରେ, ମୃତ ଯୁବକ ହେଲେ ବେଗନା ଗ୍ରାମର ଲାଲ ମୋହନ ମହାରଣାଙ୍କ ପୁଅ ଆକାଶ ମହାରଣା(୨୪) । ବିଷ ପାନ ପରେ ତାଙ୍କୁ ଗୁରୁତର ଅବସ୍ଥାରେରେ  ପ୍ରଥମେ ପାଟଣା ଗୋଷ୍ଠି ସ୍ୱସ୍ଥ୍ୟ କେନ୍ଦ୍ର ପରେ କେନ୍ଦୁଝର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନନ୍ତର କରାଯାଇଥିଲା । ତେବେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ଆଜି ସକାଳେ ମୃତ୍ୟୁ ଘଟିଛି ।

କେନ୍ଦୁଝର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଶବ ବ୍ୟବଛେଦ ପରେ ପରିବାର ଲୋକଙ୍କୁ ହସ୍ତାନ୍ତର କରାଯାଇଛି । ସୂଚନାରୁ ପ୍ରକାଶ ଯେ, ମୃତ ଯୁବକ ଉକ୍ତ ଗ୍ରାମର ଜଣେ ଯୁବତୀଙ୍କୁ ଭଲ ପାଉଥିଲେ । ଯୁବତୀଙ୍କ ଅନ୍ୟତ୍ର ବିବାହ ଠିକ୍ ହେବା ପରେ ଯୁବକ ଜଣଙ୍କ ଆତ୍ମହତ୍ୟା କରିବାକୁ ଚରମ ନିଷ୍ପତ୍ତି ନେଇ କୀଟନାଶକ ପିଇ ଦେଇଥିଲେ । ଖବର ପାଇ ଘଟଣା ସ୍ଥଳରେ ପାଟଣା ପୋଲିସ ପହଞ୍ଚି ମୃତଦେହକୁ ଜବତ କରିଥିଲା । ଏନେଇ ପାଟଣା ଥାନାରେ ୧୦/୨୧ରେ ମାମଲା ରୁଜୁ କରି ଥାନା ଏସଆଇ ରଣଜୀତ ପଟ୍ଟନାୟକ ଘଟଣାର ତଦନ୍ତ ଜାରି ରଖିଛନ୍ତି।

   Related Posts