Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପଦ୍ମ ସମ୍ମାନ ଘୋଷଣା: ୩ଟି ବର୍ଗରେ ମୋଟ ୧୧୯ ଜଣ ପାଇବେ ସମ୍ମାନ
  • ||
  • ବଜେଟ୍‌ ଡେ’ରେ ପାର୍ଲାମେଣ୍ଟ ଚଲୋ: ଆନ୍ଦୋଳନକାରୀ କୃଷକ ଦେଲେ ଡାକରା
  • ||
  • ଚିନ୍ତା ବଢାଇଲେଣି କୁଲଡିହା ହାତୀପଲ, ନଷ୍ଟ କରୁଛନ୍ତି ବ୍ୟାପକ ଫସଲ
  • ||
  • ଭୁବନେଶ୍ବର : ଫେବୃଆରୀ ୧୪ରୁ ରାଜ୍ୟରେ ଦ୍ବିତୀୟ ପର୍ଯ୍ୟାୟ ଟିକାକରଣ
  • ||
  • ଅନୁଗୋଳ : ଜିଲ୍ଲାପାଳଙ୍କ ଅଫିସ୍ ଆଗରେ ମା’ ଓ ପୁଅଙ୍କ ଆତ୍ମାହୁତି ଉଦ୍ୟମ
  • ||
  • ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୩୦ କୋଭିଡ୍ ସଂକ୍ରମିତ, ୩୩୪୪୩୦ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ବ୍ରହ୍ମପୁର : ଟ୍ରାକ୍ଟର ସହ ବାଇକ୍ ଧକ୍କା, ଜଣେ ମୃତ, ୨ ଶ୍ରମିକ ଗୁରୁତର
  • ||
  • ଆନନ୍ଦପୁର : ଧାନ ଡୋଲି ଓଲଟିପଡି ସ୍ତ୍ରୀ ମୃତ, ସ୍ବାମୀ ଗୁରୁତର
  • ||
  • ଖସୁଛି କରୋନା ଗ୍ରାଫ୍‌, ଦେଶରେ ଗତ ୨୪ଘଣ୍ଟାରେ ୧୩,୨୦୩ କୋଭିଡ଼ ସଂକ୍ରମିତ ଚିହ୍ନଟ
  • ||
  • ବରଗଡ : ଭିଜିଲାନ୍ସ ଜାଲରେ ବରଗଡ ଜିଲ୍ଲା ଭଟଲି ବ୍ଲକ୍ କେଲେଙ୍ଗାପାଲିର ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ
  • ||

ବାତ୍ୟାର ରୂପ ନେଇପାରେ ଲଘୁଚାପ, ୨ରେ ଛୁଇଁବ ଉପକୂଳ ! ୩ରୁ ବର୍ଷା

29/11/2020 at 8:20 AM

ଭୁବନେଶ୍ୱର,୨୯|୧୧: ଦକ୍ଷିଣ ଆଣ୍ଡାମାନ ସାଗର ଓ ଏହାର ପାଶ୍ୱରର୍ତ୍ତୀ ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ଏକ ଲଘୁଚାପ ସୃଷ୍ଟି ହୋଇଛି । ସୃଷ୍ଟ ଲଘୁଚାପ ଘନୀଭୂତ ହୋଇ ଉତ୍ତର- ପଶ୍ଚିମ ଦିଗରେ ଗତି କରିବ । ଏହା ଆସନ୍ତା ୨ ତାରିଖରେ ତାମିଲନାଡ଼ୁ ଉପକୂଳ ଛୁଇଁପାରେ । ଏତତ୍ ବ୍ୟତୀତ ଏହା ବାତ୍ୟା ରୂପ ମଧ୍ୟ ନେଇପାରେ । ବାତ୍ୟା ସମ୍ଭାବନାକୁ ଏଡାଇ ଦିଆଯାଇପାରିବ ନାହିଁ ।

ପାଣିପାଗ ବିଭାଗର ସୂଚନାନୁସାରେ, ଓଡ଼ିଶାରେ ଏହି ଲଘୁଚାପ କିମ୍ବା ସମ୍ଭାବ୍ୟ ବାତ୍ୟାର ବିଶେଷ ପ୍ରଭାବ ପଡ଼ିବ ନାହିଁ । ଆସନ୍ତା ୨ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ପାଗ ମୁଖ୍ୟତଃ ଶୁଖିଲା ରହିବ। ସେହିପରି ଆସନ୍ତା ୩ ତାରିଖବେଳକୁ ଦକ୍ଷିଣ ଓଡ଼ିଶାରେ ପାଗ କୋହଲା ରହିବା ସହ କାଁ ଭାଁ ବର୍ଷା ହେବାର ସମ୍ଭାବନା ରହିଛି । ଏବେ ରାଜ୍ୟରେ ଥଣ୍ଡା ବଢ଼ିଛି । ଆସନ୍ତା ୨ ଦିନ ଭିତରେ ସର୍ବନିମ୍ନ ତାପମାତ୍ରା ୩-୪ ଡିଗ୍ରୀ ଖସିବ ବୋଲି ଆକଳନ କରିଛି ପାଣିପାଗ ବିଭାଗ।

ସୂଚନାଯୋଗ୍ୟ, ଶୁକ୍ରବାର ରାତିରେ ସୋନପୁରର ସର୍ବନିମ୍ନ ତାପମାତ୍ରା ୧୧ ଡିଗ୍ରୀ ସେଲସିୟସ୍‌ ଥିବାବେଳେ ଫୁଲବାଣୀ ୧୪.୫, କୋରାପୁଟ ୧୪.୬, ଭବାନୀପାଟଣା ୧୫ ଡିଗ୍ରୀ ସେଲସିୟସ୍‌ ଓ ଦାରିଙ୍ଗିବାଡ଼ି ୧୪ ଡିଗ୍ରୀ ସେଲସିୟସ ରେକର୍ଡ ହୋଇଛି ।

   Related Posts