୪୮ ଘଣ୍ଟା ମଧ୍ୟରେ ଲଘୁଚାପର ରୂପ ନେବ ବଙ୍ଗୋପସାଗରରେ ସୃଷ୍ଟ ଘୂର୍ଣ୍ଣିବଳୟ

Published By : Prameya-News7 Bureau | August 24, 2018 IST

ଭୁବନେଶ୍ବର ୨୫/୮ : ଉତ୍ତରପଶ୍ଚିମ ବଙ୍ଗୋପସାଗର ଉପରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଅଧିକ ଘନୀଭୂତ ହୋଇ ଲଘୁଚାପ ରୂପ ନେବ । ଏହା ପ୍ରଭାବରେ ଆଜି ରାତିରୁ ଉତ୍ତର ଓଡ଼ିଶାରେ ବର୍ଷା ଲାଗିରହିବ । ଆସନ୍ତାକାଲି ସକାଳ ବେଳକୁ ରାଜ୍ୟର କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ ବୋଲି ପୂର୍ବାନୁମାନ କରିଛି ଭାରତୀୟ ପାଣିପାଗ ବିଭାଗ । ଲଘୁଚାପର ପ୍ରଭାବ ଉତ୍ତର ଓଡ଼ିଶା ଉପରେ ଅଧିକ ରହିବ । ତେଣୁ ବାଲେଶ୍ବର, ଭଦ୍ରକ, ଯାଜପୁର, ମୟୂରଭଞ୍ଜ, କେନ୍ଦୁଝର, ମାଲକାନଗିରି ଓ କୋରାପୁଟର କେତେକ ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ । ବର୍ଷା ୩ ଦିନ ଧରି ଲାଗିରହିବ। ଉପକୂଳ ଓଡ଼ିଶାରେ ୨୭ ତାରିଖ ବେଳକୁ ଲଘୁଚାପ ପ୍ରଭାବରେ ବର୍ଷା ହେବାର ସମ୍ଭାବନା ରହିଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.