ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା ; ୧୪ ଜିଲ୍ଲାକୁ ସତର୍କ କରାଇଲା ପାଣିପାଗ ବିଭାଗ

Published By : Prameya-News7 Bureau | August 26, 2018 IST

ଭୁବନେଶ୍ବର ୨୭/୮ : ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଘନୀଭୂତ ହୋଇଛି। ପ୍ରଭାବରେ ଆଜିଠୁ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା ରହିଛି । ୧୪ ଜିଲ୍ଲାକୁ ସତର୍କ କରିଛି ପାଣିପାଗ ବିଭାଗ । ଗଜପତି, ରାୟଗଡା, ଗଞ୍ଜାମ, କନ୍ଧମାଳ, କେନ୍ଦ୍ରାପଡା, ଭଦ୍ରକ, ବାଲେଶ୍ବର, ଯାଜପୁର, ଜଗତସିଂହପୁର, ନବରଙ୍ଗପୁର, ମାଲକାନଗିରି, କଳାହାଣ୍ଡି, ନୂଆପଡା, କୋରାପୁଟ ଆଦି ଜିଲ୍ଲାକୁ ସତର୍କ ସୂଚନା ଦିଆଯାଇଛି । ଏହି ସବୁ ଜିଲ୍ଲାରେ ଘଡଘଡି ସହ ପ୍ରବଳ ବର୍ଷାର ଆକଳନ କରିଛି ପାଣିପାଗ ବିଭାଗ । ଦିନ ୧୦ଟା ପର୍ଯ୍ୟନ୍ତ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି । ଏହି ସମୟରେ ଘଣ୍ଟାପ୍ରତି ୩୦ କିଲେ।ମିଟର ବେଗରେ ପବନ ବହିବ । ତେବେ ସମୁଦ୍ର ଭିତରକୁ ମତ୍ସଜୀବୀମାନଙ୍କୁ ନଯିବା ପାଇଁ ସତର୍କ କରାଯାଇଛି । ତେବେ ମଙ୍ଗଳବାର ସନ୍ଧ୍ୟା ପରେ ଧିରେ ଧିରେ ବର୍ଷା କମିବ । ଆସନ୍ତା ୩୦ତାରିଖ ବେଳକୁ ଉତ୍ତର ଓଡିଶାରେ ପୁଣି ଏକ ଘୁର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି । ପ୍ରଭାବରେ ରାଜ୍ୟରେ ପ୍ରବଳ ବର୍ଷା ହେବାର ଆଶଙ୍କା କରାଯାଉଛି । ୩ ଦିନ ଯାଏଁ ସାରା ଓଡିଶାରେ ପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.