ରାଜ୍ୟର ୮ ଜିଲ୍ଲା ପାଇଁ ସତର୍କ ସୂଚନା ଜାରି କଲା ପାଣିପାଗ ବିଭାଗ

Published By : Prameya-News7 Bureau | August 28, 2018 IST

ଭୁବନେଶ୍ୱର ୨୮।୮ : ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଘନୀଭୂତ ହେଉଛି । ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଛି । ଆଜି ୮ ଜିଲ୍ଲା ପାଇଁ ସତର୍କ ସୂଚନା ଜାରି କରିଛି ପାଣିପାଗ ବିଭାଗ । ସେଗୁଡିକ ହେଲା କଟକ, ପୁରୀ, ଖୋର୍ଦ୍ଧା, ଜଗତସିଂହପୁର, କେନ୍ଦ୍ରାପଡା, ଯାଜପୁର, ଢେଙ୍କାନାଳ, ନୟାଗଡ । ଏହି ସବୁ ଜିଲ୍ଲାରେ ଦିନ ୧ଟା ୩୦ ଯାଏଁ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି । ତେବେ ସେପ୍ଟେମ୍ବର ୧ ରେ ଉତ୍ତର ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ ବଳୟ ସୃଷ୍ଟି ହେବ ବୋଲି ଭାରତୀୟ ପାଣିପାଗ ବିଭାଗ ସୂଚନା ଦେଇଛି । ଫଳରେ ସେପ୍ଟେମ୍ବର ୧ ରୁ ତିନି ଦିନ ଧରି ଓଡ଼ିଶାର ବିଭିନ୍ନ ସ୍ଥାନରେ ଘଡ଼ଘଡ଼ି ସହ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ତେବେ ଆଜିଠାରୁ ଆଗାମୀ ୩୧ ତାରିଖ ଯାଏ ରାଜ୍ୟରେ ବର୍ଷାର ସମ୍ଭାବନା ନାହିଁ ବୋଲି ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.