ଲଘୁଚାପ ଫଳରେ ୧୬ଟି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା

Published By : Prameya-News7 Bureau | August 20, 2018 IST

ଭୁବନେଶ୍ୱର ୨୦/୮ : ଉତ୍ତର ପଶ୍ଚିମ ବଙ୍ଗୋପସାଗରେର ସୃଷ୍ଟି ହୋଇଥିବା ଘୁର୍ଣ୍ଣିବଳୟ ଲଘୁଚାପର ରୂପ ନେଇଛି । ଏହାର ପ୍ରଭାବରେ ଆଗାମୀ ୨୪ ଘଣ୍ଟା ମଧ୍ୟରେ ଦକ୍ଷିଣ ଓ ପଶ୍ଚିମ ଓଡିଶାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ସତର୍କ କରାଇଛି । ୧୬ଟି ଜିଲ୍ଲାରେ ସ୍ଥିତି ଗମ୍ଭୀର ହୋଇପାରେ । ମାଲକାନଗିରି, କୋରାପୁଟ, ରାୟଗଡା, ବଲାଙ୍ଗୀର, ଗଞ୍ଜାମ, ଗଜପତି, ପୁରୀ, ନୂଆପଡା, ନବରଙ୍ଗପୁର, ସମ୍ବଲପୁର, ବାଲେଶ୍ବର, କେନ୍ଦୁଝର ଓ ମୟୁରଭଞ୍ଜରେ ପ୍ରବଳ ବର୍ଷା ହେବ । ପ୍ରବଳ ବର୍ଷା ଆଶଙ୍କା ଥିବାରୁ ସମୁଦ୍ର ଭିତରକୁ ନଯିବାକୁ ମତ୍ସ୍ୟଜୀବୀ ମାନଙ୍କୁ ବାରଣ କରାଯାଇଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.