Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ଲଘୁଚାପର ରୂପନେଲା ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟ ଘୂର୍ଣ୍ଣିବଳୟ

13/08/2018 at 3:29 AM

ଭୁବନେଶ୍ୱର ୧୩/୮ : ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଲଘୁଚାପ ରୂପ ନେଇଛି । ଫଳରେ ଓଡ଼ିଶା ଉପରେ ଏହାର ବଡ଼ ପ୍ରଭାବ ରହିବ । ଆଜିଠାରୁ ସାରା ରାଜ୍ୟରେ ଭୀଷଣ ବର୍ଷା ହେବାର ପୂର୍ବାନୁମାନ କରିଛି ଭାରତୀୟ ପାଣିପାଗ ବିଭାଗ । ସେଥିପାଇଁ ଆଜି ଓ ଆସନ୍ତାକାଲି ପାଇଁ ରାଜ୍ୟରେ ରେଡ୍ ଆଲର୍ଟ ଜାରି କରାଯାଇଛି । ଏହି ଦୁଇଦିନ ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । କିଛି ସ୍ଥାନରେ ବର୍ଷା ଭୟାନକ ରୂପ ନେଇପାରେ । ବର୍ଷାର ଭୟାବହତାକୁ ଦେଖି ରାଜ୍ୟର କିଛି ନଦୀରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇପାରେ ବୋଲି ଆଶଙ୍କା କରାଯାଉଛି । ଏହି ସମୟରେ ସମୁଦ୍ର ଅଶାନ୍ତ ରହୁଥିବାରୁ ମତ୍ସଜୀବୀମାନଙ୍କୁ ସମୁଦ୍ର ମଧ୍ୟକୁ ଯିବା ପାଇଁ ବାରଣ କରାଯାଇଛି । ଏହାସହ ପଶ୍ଚିମ ଓଡିଶାର ସୁନ୍ଦରଗଡ, ସୋନପୁର ଓ ବଲାଙ୍ଗୀରରେ ମଧ୍ୟ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।

   Related Posts