୮ଟି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା

Published By : Prameya-News7 Bureau | August 15, 2018 IST

ଭୁବନେଶ୍ୱର ୧୫/୮ : ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଏବେ ୱେଲମାର୍କରେ ପରିଣତ ହୋଇ ଡିପ୍ ଡିପ୍ରେସନ ଆଡକୁ ଗତି କରୁଛି । ପ୍ରଭାବରେ ରାଜଧାନୀ ଭୁବନେଶ୍ୱର ସମେତ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଛି । ଆସନ୍ତା ୨୪ ଘଣ୍ଟା ମଧ୍ୟରେ ୮ଟି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ । ଏହିସବୁ ଜିଲ୍ଲା ଗୁଡିକ ହେଉଛି ଗଞ୍ଜାମ, ଗଜପତି, ରାୟଗଡା, କୋରାପୁଟ, କଳାହାଣ୍ଡି, ନବରଙ୍ଗପୁର, ମାଲକାନଗିରି ଓ କନ୍ଧମାଳ । ଏହି ସବୁ ଜିଲ୍ଲାରେ ଘଡଘଡି ସହ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ତେଣୁ ସତର୍କ ରହିବାକୁ ପରାମର୍ଶ ଦେଇଛି ପାଣିପାଗ ବିଭାଗ ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.