ଉପକୂଳ ଓଡିଶାରେ ପ୍ରବଳ ବର୍ଷା ସମ୍ଭାବନା

Published By : Prameya-News7 Bureau | August 14, 2018 IST

ଭୁବନେଶ୍ୱର ୧୪/୮ : ଉତ୍ତର ପଶ୍ଚିମ ବଙ୍ଗୋପସାଗର ଉପରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଏବେ ଲଘୁଚାପର ରୂପ ନେଇଛି। ଏହାର ପ୍ରଭାବରେ ଆସନ୍ତା ୪୮ ଘଣ୍ଟା ପର୍ଯ୍ୟନ୍ତ ରାଜ୍ୟର ଅଧା ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବ ବୋଲି ଭାରତୀୟ ପାଣିପାଗ ବିଭାଗ ସତର୍କ କରାଇଛି। କିଛି ସ୍ଥାନରେ ୨୦୪ମିମି ବା ତାଠାରୁ ଅଧିକ ବର୍ଷା ହେବାର ସମ୍ଭାବନା ରହିଛି । ବର୍ଷାର ଭୟାବହତାକୁ ଲକ୍ଷ୍ୟ କରି ରାଜ୍ୟ ସରକାର ସବୁ ଜିଲ୍ଲାପାଳଙ୍କୁ ଆଲର୍ଟ ଜାରି କରିଛନ୍ତି। ତେବେ ଆଜି ପାଇଁ ୧୭ ଜିଲ୍ଲାକୁ ଅଧିକ ବିପଦ ଥିବା କୁହାଯାଉଛି। ଆଜିଠାରୁ ଦକ୍ଷିଣ ଓଡ଼ିଶା ସମେତ ଉପକୂଳ ଓ ଉତ୍ତର ଓଡ଼ିଶାରେ ବର୍ଷାର ପରିମାଣ ବଢିବ। ମଙ୍ଗଳବାର ଅପରାହ୍ନ ସୁଦ୍ଧା ରାୟଗଡ଼ା, କଳାହାଣ୍ଡି, କୋରାପୁଟ, କନ୍ଧମାଳ, ଗଞ୍ଜାମ, ଗଜପତି, ପୁରୀ, ଖୋର୍ଦ୍ଧା, କଟକ, ନୟାଗଡ଼, ଜଗତସିଂହପୁର, କେନ୍ଦ୍ରାପଡ଼ା, ସୋନପୁର, ସମ୍ବଲପୁର ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ। ଏଥିସହ ରାଜ୍ୟର ଅନ୍ୟ ଜିଲ୍ଲାଗୁଡ଼ିକରେ ୧୫ ତାରିଖ ରାତି ପର୍ଯ୍ୟନ୍ତ ବର୍ଷା ଲାଗି ରହିବ। ଏହାପରେ ଉପକୂଳ ଓ ଦକ୍ଷିଣ ଓଡ଼ିଶାରେ ବର୍ଷା ହ୍ରାସ ପାଇବ। କିନ୍ତୁ ଉତ୍ତର ଓଡ଼ିଶା ସମେତ ନୂଆପଡ଼ା, ବଲାଙ୍ଗୀର, ସୋନପୁର, ନୟାଗଡ଼ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ଆକଳନ କରିଛି ପାଣିପାଗ ବିଭାଗ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.