Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବିହାର ନିର୍ବାଚନ : ପ୍ରଥମ ପର୍ଯ୍ୟାୟ ପାଇଁ ମତଦାନ ଆରମ୍ଭ, ୭୧ଟି ଆସନରେ ଚାଲିଛି ଭୋଟିଂ
  • ||
  • ନଭେମ୍ବରରୁ ପର୍ଯ୍ୟଟକଙ୍କ ପାଇଁ ଖୋଲିବ ଶିମିଳିପାଳ ବ୍ୟାଘ୍ର ପ୍ରକଳ୍ପ
  • ||

ଲଘୁଚାପ ପ୍ରଭାବରେ ସାରା ରାଜ୍ୟରେ ବର୍ଷା : ୮ଟି ଜିଲ୍ଲା ପାଇଁ ରେଡ୍ ଆଲର୍ଟ ଜାରି

1/07/2019 at 8:22 AM

ଭୁବନେଶ୍ୱର ୧/୭ : ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଅବପାତର ରୂପ ନେବ ଉତ୍ତର ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ । ଏହାର ପ୍ରଭାବରେ ସାରା ରାଜ୍ୟରେ ବର୍ଷା ହେବ । ଉତ୍ତର ଓଡିଶାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଏହାସହ କେନ୍ଦ୍ରାପଡା, ଯାଜପୁର, ଜଗତସିଂହପୁର, ଢେଙ୍କାନାଳ ଆଦି ସ୍ଥାନରେ ଗତକାଲି ଠାରୁ ବର୍ଷା ଜାରି ରହିଛି । ୮ଟି ଜିଲ୍ଲା ପାଇଁ ରେଡ ଆଲର୍ଟ ଜାରି କରାଯାଇଛି । ଏହି ଜିଲ୍ଲା ଗୁଡିକ ହେଲା ସମ୍ବଲପୁର, ଦେବଗଡ, ସୋନପୁର, ଅନୁଗୋଳ, ବରଗଡ, ଝାରସୁଗୁଡା, ସୁନ୍ଦରଗଡ, ଢେଙ୍କାନାଳ । ଆଞ୍ଚଳିକ ପାଣିପାଗ ବିଭାଗ ସୂଚନା ଅନୁଯାୟୀ ଏହି ସବୁ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି । ଏଥିସହ ୧୫ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ମତ୍ସ୍ୟଜୀବୀ ମାନଙ୍କୁ ସମୁଦ୍ର ମଧ୍ୟକୁ ଯିବାକୁ ବାରଣ କରାଯାଇଛି ।

ରାଜଧାନୀ ଭୁବନେଶ୍ୱରରେ ଗତକାଲି ସନ୍ଧ୍ୟାରେ ପ୍ରବଳ ବର୍ଷା ହୋଇଛି । ଯାହାଫଳରେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡିଥିଲା । ପ୍ରବଳ ବର୍ଷା ଯୋଗୁଁ ଅନେକ ସ୍ଥାନରେ ପାଣି ଜମି ରହିଥିଲା । ଯାହାଫଳରେ ଗାଡି ମଟର ଯିବା ଆସିବାରେ ସମସ୍ୟା ଉପୁଜିଥିଲା । ଆଜି ମଧ୍ୟ ରାଜଧାନୀରେ କୋହଲା ପାଗ ରହିଛି । ଝିପିଝିପି ବର୍ଷା ଲାଗିରହିଛି ।

   Related Posts