ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷିବ ପ୍ରବଳ ବର୍ଷା : ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ
29/08/2018 at 12:23 AM

ଭୁବନେଶ୍ବର ୨୯/୮: ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଝଡର ରୂପ ନେଇଛି । ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଛି । ଝଡତୋଫାନ, ବର୍ଷା ଓ ବଜ୍ରପାତ ନେଇ ପାଣିପାଗ ବିଭାଗ ସତର୍କ ସୂଚନା ଦେଇଛି । ୧୩ ଜିଲ୍ଲାକୁ ସାଢେ ଦଶଟା ଯାଏଁ ସତର୍କ ପାଇଁ ପରାମର୍ଶ ଦିଆଯାଇଛି। ସେଗୁଡିକ ହେଲା ନୟାଗଡ. କଟକ, ଯାଜପୁର, ଜଗତସିଂହପୁର, କେନ୍ଦ୍ରାପଡା, କନ୍ଧମାଳ, ପୁରୀ, ଗଞ୍ଜାମ, କେନ୍ଦୁଝର, ଢେଙ୍କାନାଳ, ଅନୁଗୋଳ, ଖୋର୍ଦ୍ଧା, କୋରାପୁଟ । ଏହି ସବୁ ଜିଲ୍ଲାରେ ଘଡଘଡି ସହ ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି।