ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଲଘୁଚାପରେ ପରିଣତ ହେବ ଘୂର୍ଣ୍ଣିବଳୟ
12/08/2018 at 5:48 AM

ଭୁବନେଶ୍ୱର ୧୨/୮ : ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ୨୪ ଘଣ୍ଟା ମଧ୍ୟରେ ଲଘୁଚାପରେ ପରିଣତ ହେବ । ପ୍ରଭାବରେ ୧୩ରୁ ୨୬ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ଲାଗି ରହିବ । ଆସନ୍ତାକାଲି ଦକ୍ଷିଣ ଓଡିଶାର ପ୍ରବଳ ବର୍ଷିବା ସମ୍ଭାବନା ରହିଛି । ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ନୂଆପଡ଼ା, କଳାହାଣ୍ଡି, କନ୍ଧମାଳ, ଗଜପତି, ଗଞ୍ଜାମ, ରାୟଗଡ଼ାର କେତେକ ସ୍ଥାନରେ ବର୍ଷା ହୋଇପାରେ । ୧୪ ଓ ୧୫ ବେଳକୁ ଦକ୍ଷିଣ ଓଡିଶା ସମେତ ଉପକୂଳ ଓ ଉତ୍ତର ଓଡିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ । ଏହାସହ ପଶ୍ଚିମ ଓଡିଶାର ସୁନ୍ଦରଗଡ, ସୋନପୁର ଓ ବଲାଙ୍ଗୀରରେ ବି ବର୍ଷା ହେବ । ୧୭ ତାରିଖ ବେଳକୁ ପାଗରେ ସାମାନ୍ୟ ପରିବର୍ତ୍ତନ ହେବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ରାଜ୍ୟର ଅଧିକାଂଶ ସ୍ଥାନରେ ବର୍ଷା ଲାଗି ରହିଥିବାରୁ ବିଭିନ୍ନ ନଦୀ, ଜଳ ଭଣ୍ଡାର ଓ ହୀରାକୁଦରେ ଜଳସ୍ତର ବଢ଼ିବାରେ ଲାଗିଛି। ବର୍ଷା ଲାଗି ରହିଲେ ସ୍ଥିତି ସଙ୍ଗିନ୍ ହେବାର ଆଶଙ୍କା ସୃଷ୍ଟି ହୋଇଛି ।