Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ସୁସ୍ଥ ହେଲେ ଆଉ ୫୭୩ କରୋନା ଆକ୍ରାନ୍ତ, ଖୋର୍ଦ୍ଧାରୁ ସର୍ବାଧିକ ୨୮୦ ଡିସଚାର୍ଜ
  • ||
  • ଡ୍ରଗ୍ସ ଲିଙ୍କ୍ ମାମଲାରେ NCBରେ ହାଜର ହେଲେ ଅନନ୍ୟା ପାଣ୍ଡେ, ଆର୍ଯ୍ୟନ ସହ ହ୍ବାଟସଆପ୍‌ ଚାଟ୍‌କୁ ନେଇ ମାରାଥନ୍‌ ଜେରା
  • ||
  • ଭୁବନେଶ୍ୱର : STF ପଞ୍ଝାରେ ବ୍ରାଉନସୁଗାର ବେପାରୀ, ୧କୋଟିରୁ ଅଧିକ ଟଙ୍କାର ଧଳାଜହର ଜବତ
  • ||
  • କଳାହାଣ୍ଡି : ମହାଲିଙ୍ଗ୍ ସନସାଇନ୍ ପବ୍ଲିକ୍ ସ୍କୁଲରେ ପ୍ରଶାସନର ତଦନ୍ତ, କାଗଜପତ୍ର ଯାଞ୍ଚ ସହ ଆୟବ୍ୟୟ ଅଟକଳର ଚାଲିଛି ଖୋଳତାଡ
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୨ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୫୨୪ କୋଭିଡ୍ ପଜିଟିଭ୍
  • ||
  • ଟି୨୦ ବିଶ୍ୱକପ : ସୁପର-୧୨ରେ ଶ୍ରୀଲଙ୍କା, ୭୦ରନରେ ଆୟରଲ୍ୟାଣ୍ଡକୁ ଦେଲା ମାତ୍
  • ||
  • +୩ରେ ଲକ୍ଷେ ସିଟ୍ ଖାଲି, ଗୁରୁବାର ସ୍ପଟ୍ ଆଡମିଶନ ପାଇଁ ଆବେଦନ
  • ||
  • ରାଜ୍ୟରେ ଖରାଟିଆ ପାଗ, ୨୩ ସୁଦ୍ଧା ଫେରିଯିବ ମୌସୁମୀ
  • ||
  • ରାଜଧାନୀରେ ରହିବନି ମୁକୁଳା ଡ୍ରେନ୍ : ଦୁଇ ପାର୍ଶ୍ୱରେ ଲାଗିବ ତାରଜାଲି, ସମ୍ପ୍ରସାରଣ ହେବ ସଙ୍କୁଚିତ ନାଳ
  • ||

୧୨୨ଟଙ୍କା ଶସ୍ତା ହେଲା ଏଲପିଜି ସିଲିଣ୍ଡର, ଜାଣନ୍ତୁ ମୂଲ୍ୟ

1/06/2021 at 2:32 PM

ନୂଆଦିଲ୍ଲୀ ୧।୬: କମିଲା ଏଲପିଜି ସିଲିଣ୍ଡର ଦର । ଜୁନ୍ ୧ ତାରିଖରୁ ରାଷ୍ଟ୍ରାୟତ୍ତ ତୈଳ କମ୍ପାନୀ ଗ୍ୟାସ୍ ସିଲିଣ୍ଡର ମୂଲ୍ୟ ହ୍ରାସ କରିଛନ୍ତି । ଆଇଓସି ୧୯ କିଲୋଗ୍ରାମ ବ୍ୟବସାୟିକ ଗ୍ୟାସ୍ ସିଲିଣ୍ଡରର ମୂଲ୍ୟ ୧୨୨ ଟଙ୍କା ହ୍ରାସ କରିଛି । ଘରୋଇ ଏଲପିଜି ସିଲିଣ୍ଡର ମୂଲ୍ୟରେ କୌଣସି ପରିବର୍ତ୍ତନ ହୋଇନାହିଁ । ଲଗାତାର ତୃତୀୟ ମାସ ପାଇଁ ଘରୋଇ ଗ୍ୟାସ୍ ସିଲିଣ୍ଡର ମୂଲ୍ୟ ସ୍ଥିର ରହିଛି । ମୂଲ୍ୟ ବୃଦ୍ଧି ହୋଇନାହିଁ କି ମୂଲ୍ୟ ହ୍ରାସ ମଧ୍ୟ ହୋଇନାହିଁ । ଉଲ୍ଲେଖଯୋଗ୍ୟ ଯେ, ୧୯ କିଲୋଗ୍ରାମ ସିଲିଣ୍ଡରର ମୂଲ୍ୟ ଏହା ପୂର୍ବରୁ ମେ’ ମାସରେ ହ୍ରାସ କରାଯାଇଥିଲା ।

ଆଇଓସିର ୱେବସାଇଟ୍ ଅନୁଯାୟୀ, ଦିଲ୍ଲୀରେ ଜୁନ୍ ୧ ରୁ ୧୯ କିଲୋଗ୍ରାମ ବ୍ୟବସାୟିକ ସିଲିଣ୍ଡରର ମୂଲ୍ୟ ସିଲିଣ୍ଡର ପିଛା ୧୪୭୩.୫୦ ଟଙ୍କା ରହିଛି । ମେ’ ମାସରେ ଏହାର ମୂଲ୍ୟ ୧୫୯୫.୫୦ ଟଙ୍କା ଥିଲା । ମେ ମାସରେ ରାଷ୍ଟ୍ରାୟତ୍ତ ପେଟ୍ରୋଲିୟମ କମ୍ପାନୀଗୁଡିକ ୧୯ କିଲୋଗ୍ରାମ ବ୍ୟବସାୟିକ ସିଲିଣ୍ଡରର ମୂଲ୍ୟ ୪୫.୫୦ ଟଙ୍କା ହ୍ରାସ କରିଥିଲେ ।

ଦିଲ୍ଲୀର ୧୯ କିଲୋଗ୍ରାମ ଗ୍ୟାସ୍ ସିଲିଣ୍ଡରର ନୂଆ ମୂଲ୍ୟ ୧୫୯୫.୫୦ ଟଙ୍କା ବଦଳରେ ୧୪୭୩.୫୦ ଟଙ୍କା ରହିଛି । ସେହିଭଳି ମୁମ୍ବାଇରେ ୧୯ କିଲୋଗ୍ରାମ ସିଲିଣ୍ଡରର ମୂଲ୍ୟ ୧୫୪୫ ରୁ ହ୍ରାସ ପାଇ ୧୪୨୨.୫୦ ରହିଛି । କୋଲକାତା ୧୬୬୭.୫୦ ରୁ ୧୫୪୪.୫୦ ଟଙ୍କାକୁ ଖସି ଆସିଛି । ଏହା ବ୍ୟତୀତ ଚେନ୍ନାଇରେ ୧୭୨୫.୫୦ ରୁ ୧୬୦୩.୦୦ ଟଙ୍କାକୁ ହ୍ରାସ ପାଇଛି ।

ସେପଟେ ଘରୋଇ ଗ୍ୟାସ୍ ସିଲିଣ୍ଡର ମୂଲ୍ୟ ହ୍ରାସ କରାଯାଇ ନାହିଁ । ଅର୍ଥାତ ୧୪.୨ କିଲୋଗ୍ରାମ ଗ୍ୟାସ୍ ସିଲିଣ୍ଡରର ମୂଲ୍ୟ ହ୍ରାସ ହୋଇନାହିଁ । ମେ’ ମାସରେ ମଧ୍ୟ ଘରୋଇ ସିଲିଣ୍ଡର ମୂଲ୍ୟରେ କୌଣସି ପରିବର୍ତ୍ତନ ହୋଇନଥିଲା ।

   Related Posts