Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଦେବାଳିଆ ଦ୍ଵାର ଦେଶରେ ଥିବା ଶ୍ରୀଲଙ୍କା ପାଇଁ ଅକ୍ସିଜେନ ପାଲଟିଲା ଭାରତ, ଦେଲା ଏତେ କୋଟି ସହାୟତା
  • ||
  • ପଞ୍ଚାୟତ ନିର୍ବାଚନ ପାଇଁ କଂଗ୍ରେସର ୧୮ ଜଣିଆ ନିର୍ବାଚନ କମିଟି, ନରସିଂହ ଅଧ୍ୟକ୍ଷ
  • ||
  • ପଞ୍ଚାୟତ ନିର୍ବାଚନ: ପ୍ରଥମ ଦିନରେ ନାମାଙ୍କନପତ୍ର ଦାଖଲ କଲେ ୮୭୭୨ ଜଣ ପ୍ରାର୍ଥୀ
  • ||
  • ପୁଣି ନିରାଶ ହେଲେ ସୁମିତ୍, ଆବେଦନ ଖାରଜ କଲେ ଏସଡିଜେଏମ କୋର୍ଟ
  • ||
  • ପଞ୍ଚାୟତ ନିର୍ବାଚନ ପୂର୍ବରୁ ହିଂସା ! ସମିତି ସଭ୍ୟାଙ୍କ ଗାଡି ଜାଳିଦେଲେ ଦୁର୍ବୃତ୍ତ
  • ||
  • ମହିଳାଙ୍କ ଦେହରେ ନିଆଁ ଲଗାଇ ଦେଲେ ଧରମ ଭାଇ ! ଗୁରୁତର ଅବସ୍ଥାରେ ହସ୍ପିଟାଲରେ ଭର୍ତ୍ତି
  • ||
  • ବିଲଡର୍ ସଂସ୍ଥାର ଘର ଉପରେ ବୋମାମାଡ, ୩ ଶ୍ରମିକ ଆହତ
  • ||
  • ରାଜ୍ୟରେ ଆଉ ୩ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୪୮୪କୁ ବୃଦ୍ଧି
  • ||
  • ରାଜ୍ୟରେ ୧୦ ହଜାର ଉପରେ ଦୈନିକ ସଂକ୍ରମଣ : ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୦୪୮୯ କୋଭିଡ୍ ପଜିଟିଭ୍, ୧୧୪୪୪୦୧ରେ ପହଞ୍ଚିଲା ସଂଖ୍ୟା
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୨ ଲକ୍ଷ ୫୮ ହଜାରରୁ ଅଧିକ କରୋନା ପଜିଟିଭ୍, ୩୮୫ ମୃତ
  • ||

ଗ୍ରାହକଙ୍କୁ ପୁଣି ମହଙ୍ଗା ମାଡ, ସିଲିଣ୍ଡର ପିଛା ୧୦୦ ଟଙ୍କା ବଢିଲା

1/12/2021 at 1:56 PM

ନୂଆଦିଲ୍ଲୀ ୦୧/୧୧: ବର୍ଷ ସରି ଆସୁଥିବା ବେଳେ ଗ୍ରାହକଙ୍କୁ ଲାଗିଛି ବଡ ଝଟକା । ସାଧାରଣ ଖାଉଟିଙ୍କ ପକେଟରେ ଲାଗିଛି ନିଆଁ । ଅର୍ଥାତ୍ ଡିସେମ୍ବର ପହିଲାରୁ ବୃଦ୍ଧି ପାଇଛି LPG ଗ୍ୟାସ ସିଲିଣ୍ଡରର ମୂଲ୍ୟ । ଭାରତୀୟ ତୈଳ ନିଗମ ୧୯ କିଲୋଗ୍ରାମ ଗ୍ୟାସ ସିଲିଣ୍ଡରର ଦାମ ୧୦୦ ଟଙ୍କାକୁ ବୃଦ୍ଧି କରିଛନ୍ତି ।

ତୈଳ କମ୍ପାନୀଗୁଡିକ ଦର ବୃଦ୍ଧି ପରେ ଦିଲ୍ଲୀରେ ୧୯ କିଲୋଗ୍ରାମ ବାଣିଜ୍ୟିକ ଗ୍ୟାସ ସିଲିଣ୍ଡରର ମୂଲ୍ୟ ସିଲିଣ୍ଡର ପିଛା ୧୦୦ ଟଙ୍କା ୫୦ ପଇସା ବୃଦ୍ଧି ପାଇ ୨୦୨୧ ଟଙ୍କା ହୋଇଛି । ତଥାପି, ୧୪.୨ କିଲୋଗ୍ରାମ ଅଣ ସବସିଡିଯୁକ୍ତ ଏଲପିଜି ସିଲିଣ୍ଡରର ମୂଲ୍ୟ ପରିବର୍ତ୍ତନ ହୋଇନାହିଁ ।

ଦିଲ୍ଲୀ ଏବଂ ମୁମ୍ବାଇରେ ୧୪.୨ କିଲୋଗ୍ରାମ ଅଣ ସବସିଡିଯୁକ୍ତ ଏଲପିଜି ସିଲିଣ୍ଡରର ମୂଲ୍ୟ ୮୯୯ ଟଙ୍କା ୫୦ ପଇସା ରହିଛି । କୋଲକାତାରେ ୯୨୬ ଟଙ୍କା ଏବଂ ଚେନ୍ନାଇରେ ୯୧୫ ଟଙ୍କା ୫୦ ପଇସାରେ ଉପଲବ୍ଧ ହେଉଛି । ସୂଚନାଯୋଗ୍ୟ ଯେ ପ୍ରତ୍ୟେକ ମାସର ପ୍ରଥମ ଦିନରେ ତୈଳ କମ୍ପାନୀଗୁଡିକ ସମୀକ୍ଷା ପରେ LPG ଗ୍ୟାସର ମୂଲ୍ୟ ସଂଶୋଧନ କରନ୍ତି ।

   Related Posts