ମା' ତାରିଣୀ ଯାତ୍ରୀବାହୀ ବସ ଦୁର୍ଘଟଣାଗ୍ରସ୍ତ: ୭ ଗୁରୁତର, ୧୦ ଆହତ

Published By : Prameya-News7 Bureau | December 27, 2020 IST

ରାଉରକେଲା୨୭/୧୨:  ଯାତ୍ରୀବାହୀ ବସ ଦୁର୍ଘଟଣାଗ୍ରସ୍ତ। ଲାଠିକଟାରୁ ରାଉରକେଲା ଅଭିମୁଖେ ଯାଉଥିବା ମା' ତାରିଣୀ ବସ ଦୁର୍ଘଟଣାଗ୍ରସ୍ତ ହୋଇଛି। ୧୪୩ ନମ୍ବର ଜାତୀୟ ରାଜପଥରେ  ଏହି ଦୁର୍ଘଟଣା ଘଟିଛି। ଜାତୀୟ ରାଜପଥ ବାଲୁଘାଟ ନିକଟରେ ବସଟି ଭାରସାମ୍ୟ ହରାଇ ରାସ୍ତାକଡ଼ରେ ଥିବା ଏକ ଗଛରେ ପିଟି ହୋଇଥିଲା।  

ବସରେ ଥିବା ଯାତ୍ରୀମାନଙ୍କ ମଧ୍ୟରୁ ୭ ଜଣ ଯାତ୍ରୀ ଗୁରୁତର ହୋଇଥିବା ବେଳେ ୧୦ ଜଣ ସାମାନ୍ୟ ଆହତ ହୋଇଥିବା ଜଣାପଡିଛି। ଘଟଣାସ୍ଥଳରେ ପୁଲିସ ପହଞ୍ଚି ଆହତ ଏବଂ ଗୁରୁତରଙ୍କୁ ରାଉରକେଲା ସରକାରୀ ଡାକ୍ତରଖାନାରେ ଭର୍ତ୍ତି କରିଛନ୍ତି। ବର୍ତ୍ତମାନସୁଦ୍ଧା ସେମାନଙ୍କ ସ୍ବାସ୍ଥ୍ୟାବସ୍ଥା ସଂପର୍କରେ କୌଣସି ସୂଚନା ମିଳି ପାରି ନାହିଁ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.