Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଟି-୨୦ ବିଶ୍ବକପର ଧମାକାଦାର ଆରମ୍ଭ : PNGକୁ ୧୦ ଓ୍ବିକେଟରେ ହରାଇଲା ଓମାନ, କମାଲକଲେ ଭାରତୀୟ ବଂଶୋଦ୍ଭବ ଜତୀନ୍ଦର ସିଂହ
  • ||
  • ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ସହଯୋଗୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ, ଜବତ ହେଲା ୨୦ ଲକ୍ଷ
  • ||
  • ଜାମ୍ମୁ କାଶ୍ମୀରରେ ଆତଙ୍କବାଦୀଙ୍କ ଉତପାତ୍‌ ଜାରି, ୨ ଅଣ-କାଶ୍ମୀରୀଙ୍କୁ ନିର୍ମମ ହତ୍ୟା
  • ||
  • ବିସିସିଆଇ ନୂତନ କୋଚ୍ ଏବଂ ସପୋର୍ଟିଂ ଷ୍ଟାଫ ପାଇଁ ମଗାଇଲା ଆବେଦନ, ଏମିତି ରହିଛି ସର୍ତ୍ତ
  • ||
  • ରାଜ୍ୟରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ହେବ ବଜ୍ରପାତ, ୧୭ ଜିଲ୍ଲାକୁ ସତର୍କ ସୂଚନା
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୩ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୪୪୩ କୋଭିଡ୍ ପଜିଟିଭ୍
  • ||
  • ବୋହୂକୁ ପଥରରେ ଛେଚି ଦେଲା ଶାଶୂ, ପାରିବାରିକ କଳହରୁ ଜଘନ୍ୟ ହତ୍ୟାକାଣ୍ଡ…
  • ||
  • ପ୍ରବଳ ବର୍ଷା ପରେ ଭୂସ୍ଖଳନ: ୧୮ ମୃତ ଓ ଅନେକ ନିଖୋଜ, ମୁଖ୍ୟମନ୍ତ୍ରୀ ଲୋଡିଲେ ସେନା ସହାୟତା
  • ||
  • ଆଜିଠୁ ଓଜେଇଇ କାଉନସେଲିଂ, ପଞ୍ଜୀକରଣ ଓ ଚଏସ ଲକିଂ କରିପାରିବେ ଛାତ୍ରଛାତ୍ରୀ
  • ||

ଆଜିଠୁ ଖୋଲିବ ଘଟଗାଁ ମା ତାରିଣୀଙ୍କ ମନ୍ଦିର, ଲାଗିବନି ଭୋଗ-ଦୀପ-ଧୂପ

18/01/2021 at 7:33 AM

ଘଟଗାଁ ୧୮।୦୧: ଦୀର୍ଘ ଦିନର କଟକଣା ପରେ ଆଜି ଖୋଲିବ ଘଟଗାଁ ତାରିଣୀ ମନ୍ଦିର। ଏଥିପାଇଁ ଗାଇଡ୍ ଲାଇନ ଜାରି କରିଛି ତାରିଣୀ ମନ୍ଦିର ପ୍ରଶାସନ। ପ୍ରଥମ ପର୍ଯ୍ୟାୟରେ ସକାଳ ୮ଟାରୁ ମଧ୍ୟାହ୍ନ ୧୨ ଟା ୩୦ ପର୍ଯ୍ୟନ୍ତ ଦର୍ଶନ ବ୍ୟବସ୍ଥା ହୋଇଥିବା ବେଳେ ପୁଣି ଅପରାହ୍ନ ୪ ଟାରୁ ସନ୍ଧ୍ୟା ୬ଟା ୩୦ ପର୍ଯ୍ୟନ୍ତ ଦର୍ଶନ କରିପାରିବେ ଶ୍ରଦ୍ଧାଳୁ।

 ଭକ୍ତମାନେ ଗେଟ୍ ନଂ-୩ରେ ପ୍ରବେଶ କଲାପରେ ବ୍ୟାରିକେଡରେ ଧାଡି ହୋଇ ମନ୍ଦିର ଭିତରକୁ ପ୍ରବେଶ କରିବେ । ଏହି ସମୟରେ ସାନିଟାଇଜର ହୋଇ ଦୂରତା ରକ୍ଷା ସହ ମାସ୍କ ପରିଧାନ କରିବା ବାଧ୍ୟତାମୂଳକ କରାଯାଇଛି। ମନ୍ଦିର ବେଢାରେ ୨୫ରୁ ୩୦ ଜଣ ଭକ୍ତ ଦର୍ଶନ କରିପାରିବେ। ମନ୍ଦିର ଭିତରେ କୌଣସି ଭୋଗ ଅର୍ଥାତ୍ ନଡିଆ, ପୁଷ୍ପ, ଦୀପ, ଧୂପ ଇତ୍ୟାଦି ଲାଗି କରାଯିବ ନାହିଁ । ଏଥି ସହିତ କୌଣସି ଭକ୍ତ ପାଦୁକା ସେବନ କରିବେ ନାହିଁ କିମ୍ବା ସିନ୍ଦୁର, ଚନ୍ଦନ ଲଗାଇବେ ନାହିଁ । ମା’ ତାରିଣୀ ମନ୍ଦିରକୁ ୧୦ ବର୍ଷରୁ କମ୍ ବୟସର ପିଲା ପ୍ରବେଶ କରିପାରିବେ ନାହିଁ । ଏଥି ସହିତ କୌଣସି ଭକ୍ତଙ୍କୁ ଚୂଳ ସମର୍ପଣ କରିବା ନିମନ୍ତେ ପ୍ରବେଶ ଅନୁମତି ଦିଆଯିବ ନାହିଁ । 

   Related Posts