Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଦକ୍ଷିଣ ଆଫ୍ରିକା ଗସ୍ତ ପାଇଁ ୧୮ ଜଣିଆ ଭାରତୀୟ ଦଳ ଘୋଷିତ, ଜାଣନ୍ତୁ କେଉଁ କେଉଁ ଖେଳାଳିଙ୍କୁ ମିଳିଲା ସ୍ଥାନ
  • ||
  • ରୋହିତ ଶର୍ମା ହେଲେ ଟିମ ଇଣ୍ଡିଆର ନୂତନ ଦିନିକିଆ ଅଧିନାୟକ, ବିରାଟଙ୍କୁ କେବଳ ଟେଷ୍ଟ ଦାୟିତ୍ଵ
  • ||
  • ଭୁବନେଶ୍ବର : ଗତ ଦୁଇ ବର୍ଷରେ ମାପ ଓ ଓଜନ ନିୟମ ଉଲଂଘନକାରୀଙ୍କଠୁ ଆଦାୟ ହୋଇଛି ୨ କୋଟି ୮୩ ଲକ୍ଷ ଟଙ୍କା : ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ
  • ||
  • ଭୁବନେଶ୍ବର : ଡିସେମ୍ବର ୯ରେ ବିଧାନସଭା ଘେରାଉ କରିବ ବିଜେପି ଯୁବମୋର୍ଚ୍ଚା : ଇରାଶିଷ୍ ଆଚାର୍ଯ୍ୟ
  • ||
  • ଭୁବନେଶ୍ବର : ଡ୍ରଗ୍ସ ମାଫିଆ ଶେଖ୍ ଆଜବାହାର ବାଲେଶ୍ଵର କୋର୍ଟରେ ହାଜର, ରାଜ୍ୟ ବାହାରେ ସମ୍ପତ୍ତି ଥିବା ନେଇ ମିଳିଛି ପ୍ରମାଣ
  • ||
  • ଅନୁଗୋଳ : ଆଖୁ ଖାଇବାକୁ ଆସି କୂଅରେ ଖସିପଡିଲା ଭାଲୁ, ବନ ବିଭାଗ କଲା ଉଦ୍ଧାର
  • ||
  • ଭୁବନେଶ୍ବର : କ୍ରାଇମବ୍ରାଞ୍ଚ ଏସଟିଏଫ୍‌ ଟାର୍ଗେଟ୍‌ରେ ବନ୍ୟପ୍ରାଣୀ ମାଫିଆ, ପ୍ରସ୍ତୁତ ହେଲା ମୋଷ୍ଟ ୱାଣ୍ଟେଡ ତାଲିକା
  • ||
  • ଚେନ୍ନାଇ : ତାମିଲନାଡୁ କୁନ୍ନୁରରେ ସିଡିଏସ୍ ବିପିନ ରାଓ୍ବତଙ୍କ ହେଲିକପ୍ଟର କ୍ରାସ୍
  • ||
  • ଭୁବନେଶ୍ବର : କୃଷି ଋଣ ଛାଡ ସହ ଫସଲ କ୍ଷୟକ୍ଷତି ଲାଗି ସ୍ବତନ୍ତ୍ର ପ୍ୟାକେଜ ଦାବି କଲା କଂଗ୍ରେସ
  • ||
  • ଭାରତୀୟ ବାୟୁସେନାର ବଢିବ ଶକ୍ତି, ଚାନ୍ଦୀପୁର ଘାଟିରୁ ‘ବ୍ରହ୍ମୋସ’ର ସଫଳ ପରୀକ୍ଷଣ
  • ||

ହସ୍ପିଟାଲରେ ଅଗ୍ନିକାଣ୍ଡ: ଜଳିଗଲେ ୪ ଶିଶୁ, ୩୬ ନବଜାତ ଉଦ୍ଧାର

9/11/2021 at 8:15 AM

ଭୋପାଳ ୦୯/୧୧: ସୋମବାର ରାତିରେ ମଧ୍ୟପ୍ରଦେଶର ଭୋପାଳ ସହରରେ ଏକ ଅଭାବନୀୟ ଘଟଣା ଘଟିଛି । ହମିଦିଆ ହସ୍ପିଟାଲ ପରିସରରେ ଥିବା କମଳା ନେହେରୁ ହସ୍ପିଟାଲର ଶିଶୁ ଚିକିତ୍ସାଳୟରେ ଘଟିଥିବା ଅଗ୍ନିକାଣ୍ଡରେ ଅତି କମରେ ଚାରି ଜଣ ଶିଶୁଙ୍କର ମୃତ୍ୟୁ ହୋଇଛି । ତେବେ ଏଠାରେ ଥିବା ୪୦ ଜଣ ଶିଶୁଙ୍କ ମଧ୍ୟରୁ ୩୬ ଜଣଙ୍କୁ ଉଦ୍ଧାର କରାଯାଇଛି । ଏମାନଙ୍କୁ ଅନ୍ୟ ଓ୍ୱାର୍ଡକୁ ସ୍ଥାନାନ୍ତର କରାଯାଇଛି ।

ତେବେ କେଉଁ କାରଣରୁ ଅଗ୍ନିକାଣ୍ଡ ଘଟିଥିଲା ତାହା ଏଯାଏଁ ଜଣାପଡିନି । ସେପଟେ ଘଟଣା ସମ୍ପର୍କରେ ମୁଖ୍ୟମନ୍ତ୍ରୀ ଶିବରାଜ ସିଂହ ଚୌହ୍ୱାନ ଜାଣିବା ପରେ ଦୁଃଖପ୍ରକାଶ କରିବା ସହ ଯାଞ୍ଚ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି । ସେହିଭଳି ପୂର୍ବତନ ମନ୍ତ୍ରୀ କମଲ ନାଥ ଘଟଣା ନେଇ ଦୁଃଖପ୍ରକାଶ କରିଛନ୍ତି । ମୁଖ୍ୟମନ୍ତ୍ରୀ ଟ୍ୱିଟ କରି କହିଛନ୍ତି ଘଟଣାର ଉଚ୍ଚସ୍ତରୀୟ ତଦନ୍ତ ହେବ । ଏହାସହ ୩ ଶିଶୁଙ୍କ ମୃତ୍ୟୁ ହୋଇଥିବା ସେ ଟ୍ୱିଟରେ ସ୍ପଷ୍ଟ କରିଛନ୍ତି । ସୂଚନାଥାଉକି, ମଧ୍ୟରାତ୍ରିରେ ନିଆଁ ଲାଗିବାର ପ୍ରାୟ ତିନି ଘଣ୍ଟା ପରେ ଅଗ୍ନିଶମ ଆସିଥିଲା ।

   Related Posts