Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବରିଷ୍ଠ ସାମ୍ୱାଦିକ ବିନୋଦ ଦୁଆଙ୍କ ପରଲୋକ, କରୋନାରେ ହୋଇଥିଲେ ଆକ୍ରାନ୍ତ
  • ||
  • ଚାଲିପାରିଲାନି ବିଧାନସଭା, ସୋମାବାର ପର୍ଯ୍ୟନ୍ତ ମୁଲତବୀ ଘୋଷଣା କଲେ ବାଚସ୍ପତି
  • ||
  • ଭୁବନେଶ୍ବର : ଚଉଷଠୀ ଯୋଗିନୀ ମା’ ନାରାୟଣୀଙ୍କ ମନ୍ଦିରରୁ ଚୋରି, ମା’ଙ୍କ ମୂର୍ତ୍ତିରୁ ସୁନା ଅଳଙ୍କାର ତାଡି ନେଲେ ଦୁର୍ବୃତ୍ତ
  • ||
  • ଭୁବନେଶ୍ବର : ରାଜ୍ୟରେ ଚିହ୍ନଟ ହୋଇଛନ୍ତି ୬୯୭୦ଜଣ ଭିକାରୀ, ୪୧୨୮ ପୁରୁଷ ଓ ୨୮୪୨ ମହିଳା
  • ||
  • ଭୁବନେଶ୍ବର : ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ଓମିକ୍ରନ୍ ଚିହ୍ନଟ ହୋଇନାହିଁ : DMET
  • ||
  • ଭୁବନେଶ୍ବର : ଗୃହରେ ବିରୋଧୀଙ୍କ ପ୍ରତିବାଦ ପ୍ରସଙ୍ଗ, ବିଧାୟିକା ସ୍ନେହାଙ୍ଗୀନି ଛୁରିଆ କହିଲେ- ‘ଏହା ଗଣତନ୍ତ୍ର ପ୍ରତି ସୁସ୍ଥ ବାତାବରଣ ନୁହଁ’
  • ||
  • ଭୁବନେଶ୍ବର : ଦୁର୍ବଳ ହେବାରେ ଲାଗିଛି ବାତ୍ୟା : ରାଜସ୍ବ ମନ୍ତ୍ରୀ
  • ||
  • ଭୁବନେଶ୍ବର : ମମିତା ଝଡ ଧୀରେ ଧୀରେ ମହାବାତ୍ୟା ଆଡକୁ ମୁହାଁଇବ : ବିଷ୍ଣୁ ସେଠୀ
  • ||
  • ପୁରୀ : ପୁରୀ ବେଳାଭୂମିରେ ଲାଗିଲା ରେଡ୍ ଫ୍ଲାଗ୍, ଜନସାଧାରଣଙ୍କୁ ଯିବା ଲାଗି ବାରଣ
  • ||
  • ପଦାର୍ଥ ବିଜ୍ଞାନୀ ପଦ୍ମଭୂଷଣ ତ୍ରିଲୋଚନ ପ୍ରଧାନଙ୍କ ପରଲୋକ
  • ||

ଆଜି ମହା ଶିବରାତ୍ରୀ : ଚଳଚଞ୍ଚଳ ଶୈବପୀଠ, କୋଭିଡ୍ କଟକଣାରେ ଭକ୍ତଙ୍କ ସମାଗମ ପାଇଁ ଅନୁମତି

11/03/2021 at 7:42 AM

ଭୁବନେଶ୍ୱର ୧୧।୦୩: ଆଜି ମହା ଶିବରାତ୍ରୀ। ଚଳଚଞ୍ଚଳ ଶୈବପୀଠ । ତେବେ କୋଭିଡ କଟକଣା ଭିତରେ ରାଜ୍ୟରେ ଶିବ ମନ୍ଦିରରେ ଜାଗର ପାଳନ ପାଇଁ ରାଜ୍ୟ ସରକାର ଏସ.ଓ.ପି ଜାରି କରିଛନ୍ତି। ଚଳିତବର୍ଷ ଶ୍ରୀଲିଙ୍ଗରାଜ ମନ୍ଦିରରେ ସୁରୁଖୁରୁରେ ଜାଗର ଯାତ୍ରା ହେବା ସହ ନିର୍ଦ୍ଧାରିତ ସମୟରେ ମହାଦୀପ ଉଠିବ ବୋଲି ଜିଲ୍ଲାପାଳ କହିଛନ୍ତି ।

କୋଭିଡ କଟକଣା ମଧ୍ୟରେ ମନ୍ଦିର ଭିତରେ ଦୀପ ଜାଳିବେ ଭକ୍ତ । ସେହିପରି ରାଜ୍ୟର ଅନ୍ୟ ପ୍ରମୁଖ ଶୈବ ପୀଠ ପୁରୀର ଲୋକନାଥ ମନ୍ଦିର, ଢେଙ୍କାନାଳର କପିଳାସ ପୀଠ, ଭଦ୍ରକର ଆଖଣ୍ଡଳମଣି ମନ୍ଦିର , କଟକର ଧବଳେଶ୍ବର ମନ୍ଦିରରେ କୋଭିଡ କଟକଣା ମଧ୍ୟରେ ଜାଗର ପାଳନ କରାଯିବ। । ଶ୍ରୀଲୋକନାଥଙ୍କ ମହାଦୀପ ଭୋର ୪ଟାରେ ଉଠିବ । ଏଥିସହିତ ଭିତରକାଠ ନିକଟରେ ଦର୍ଶନର ବ୍ୟବସ୍ଥା ହୋଇଛି। କପିଳାସ ପୀଠରେ ଢେଙ୍କାନାଳ ଜିଲ୍ଲା ତଥା ରାଜ୍ୟ ବାହାର ଭକ୍ତଙ୍କୁ ପ୍ରବେଶ ବାରଣ କରାଯାଇଛି । ସେହିପରି ପ୍ରମୁଖ ମନ୍ଦିରଗୁଡ଼ିକରେ ସୁରକ୍ଷା ବ୍ୟବସ୍ଥା ମଧ୍ୟ ବଢ଼ାଯାଇଛି।

   Related Posts