Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଡିସେମ୍ବର ୩୧ ଯାଏଁ ଅନ୍ତରାଷ୍ଟ୍ରୀୟ ବିମାନ ସେବା ବନ୍ଦ, କରୋନା ପ୍ରଭାବ
  • ||
  • କଟକ : ବସ୍‌ ଷ୍ଟାଣ୍ଡରେ ଠିଆ ହୋଇଥିବା ବସ୍‌ରେ ଲାଗିଗଲା ନିଆଁ, କେଇ ମିନିଟ୍‌ରେ ଜଳିଗଲା ସମ୍ପୂର୍ଣ୍ଣ ବସ୍
  • ||
  • କନ୍ଧମାଳ : ଜଗାକୁ ଏକା କରି ଚାଲିଗଲା କାଳିଆ, ମା’ ଆଖିରୁ ଶୁଖୁନି ଲୁହ : ମରଶରୀର ପହଞ୍ଚିବା ପରେ ଗାଁରେ ଶୋକାକୂଳ ପରିବେଶ
  • ||
  • କୋରାପୁର : କୋରାପୁର ବସ୍ ଷ୍ଟାଣ୍ଡରୁ ୩ଲକ୍ଷରୁ ଅଧିକ ଟଙ୍କାର ନକଲି ନୋଟ୍ ଜବତ, ଜଣେ ଗିରଫ
  • ||
  • କଟକ : ବାହା ବେଦୀରୁ ବ୍ୟାଙ୍କ୍ ମ୍ୟାନେଜରଙ୍କୁ ଉଠାଇନେଲା ପୋଲିସ, IIFL ଲୁଟ୍ ଘଟଣାରେ ରହିଛି ଲିଙ୍କ୍
  • ||
  • ସୋର : ପାଣିରୁ ଉଦ୍ଧାର ହେଲା ବୃଦ୍ଧଙ୍କ ମୃତଦେହ, ହତ୍ୟା ସନ୍ଦେହ
  • ||
  • ପୁରୀ : ପଞ୍ଚୁକର ଦ୍ବିତୀୟ ଦିନ, ବାଙ୍କଚୁଡା ବେଶରେ ବିଭୂଷିତ ମହାପ୍ରଭୁ
  • ||
  • ଚଣ୍ଡିଖୋଲ : ନିର୍ମାଣଧୀନ ପାଣି ଟାଙ୍କି ଉପରେ ଚଢି ଆତ୍ମହତ୍ୟା ଉଦ୍ୟମ କଲେ ଯୁବକ, ଉଦ୍ଧାର କଲେ ଅଗ୍ନିଶମ କର୍ମଚାରୀ
  • ||
  • କୋରାପୁଟ : କୋରାପୁଟ ଜିଲ୍ଲାରୁ ୮୫ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ଅଭିଯୁକ୍ତ ଫେରାର
  • ||
  • ଚାକିରୀଆଙ୍କ ପାଇଁ ବଡ ଖବର: ୮ଘଣ୍ଟା ବଦଳରେ ହୋଇପାରେ ୧୨ ଘଣ୍ଟା ସିଫ୍ଟ
  • ||

ମହାନଦୀ ଜଳ ବିବାଦ ମାମଲା : ଆପୋସ ବୁଝାମଣା ପାଇଁ ଟ୍ରିବ୍ୟୁନାଲଙ୍କ ନିର୍ଦ୍ଦେଶ

9/02/2019 at 4:08 PM

ନୂଆଦିଲ୍ଲୀ ୯|୨:  ଟ୍ରିବ୍ୟୁନାଲରେ ମହାନଦୀ ଜଳ ବିବାଦ ମାମଲାର ଶୁଣାଣି ହୋଇଛି । ଜଷ୍ଟିସ ଏ ଏମ ଖାନୱାଲିକରଙ୍କ ଅଧ୍ୟକ୍ଷତାରେ ଗଠିତ ୩ ଜଣିଆ ଖଣ୍ଡପୀଠ ମାମଲାର ଶୁଣାଣି ହୋଇଛି । ଉଭୟ ପକ୍ଷଙ୍କୁ ଆପୋସ ବୁଝାମଣା କରି ମାମଲାର ସମାଧାନ ପାଇଁ ଟ୍ରିବ୍ୟୁନାଲ ନିର୍ଦ୍ଦେଶ ଦେଇଛନ୍ତି । ଦୁଇ ସପ୍ତାହରେ ଉଭୟ ପକ୍ଷଙ୍କୁ ସମସ୍ତ ଦସ୍ତାବିଜ ଦାଖଲ ପାଇଁ ନିର୍ଦ୍ଦେଶ ଦେଇଛନ୍ତି ଟ୍ରିବ୍ୟୁନାଲ । ମାର୍ଚ୍ଚ ୯ରେ ମାମଲାର ପରବର୍ତ୍ତୀ ଶୁଣାଣି ।

ଓଡ଼ିଶା ସରକାରଙ୍କ ଦ୍ବାରା ଦାଖଲ କରାଯାଇଥିବା ମୂଳ ମାମଲା ତଥା ମଧ୍ୟବର୍ତ୍ତୀକାଳୀନ ଆବେଦନ ଉପରେ ଆଜି ଶୁଣାଣି ହୋଇଥିଲା । ଗତ ଶୁଣାଣିରେ ଓଡ଼ିଶାକୁ ଛତିଶଗଡ଼ ବ୍ୟାରେଜ୍ ନିର୍ମାଣ କରିବା ପୂର୍ବରୁ ମହାନଦୀରେ ପ୍ରବାହିତ ହେଉଥିବା ଜଳ ଓ ପରବର୍ତ୍ତୀ ଜଳପ୍ରବାହ ସମ୍ପର୍କରେ ସତ୍ୟପାଠ ଦାଖଲ କରିବା ପାଇଁ ଟ୍ରିବ୍ୟୁନାଲ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଥିଲା । ଏହି ନିର୍ଦ୍ଦେଶ ପରେ ରାଜ୍ୟ ସରକାରଙ୍କ ପକ୍ଷରୁ ସତ୍ୟପାଠ ଦାଖଲ କରାଯାଇଥିଲା ।

   Related Posts