Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୩ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୪୪୩ କୋଭିଡ୍ ପଜିଟିଭ୍
  • ||
  • ବୋହୂକୁ ପଥରରେ ଛେଚି ଦେଲା ଶାଶୂ, ପାରିବାରିକ କଳହରୁ ଜଘନ୍ୟ ହତ୍ୟାକାଣ୍ଡ…
  • ||
  • ପ୍ରବଳ ବର୍ଷା ପରେ ଭୂସ୍ଖଳନ: ୧୮ ମୃତ ଓ ଅନେକ ନିଖୋଜ, ମୁଖ୍ୟମନ୍ତ୍ରୀ ଲୋଡିଲେ ସେନା ସହାୟତା
  • ||
  • ଆଜିଠୁ ଓଜେଇଇ କାଉନସେଲିଂ, ପଞ୍ଜୀକରଣ ଓ ଚଏସ ଲକିଂ କରିପାରିବେ ଛାତ୍ରଛାତ୍ରୀ
  • ||
  • ଆଫଗାନିସ୍ତାନ ପ୍ରସଙ୍ଗରେ ନଭେମ୍ୱରରେ ବସିବ ବୈଠକ : ପାକିସ୍ତାନକୁ ନିମନ୍ତ୍ରଣ କଲା ଭାରତ
  • ||
  • ପଞ୍ଚାୟତ ନିର୍ବାଚନ ପାଇଁ ୩ ଦଳ ପ୍ରସ୍ତୁତ, ସଂରକ୍ଷଣ ତାଲିକା ପ୍ରକାଶ ପରେ ଗଦାଗଦା ଅଭିଯୋଗ
  • ||
  • ମନୀଷ ଅନୁରାଗ ମୃତ୍ୟୁ ମାମଲା : ରବିବାର ୩ ଅଭିଯୁକ୍ତଙ୍କ ରିମାଣ୍ଡ ଆବେଦନର ଶୁଣାଣି
  • ||

ମହାରାଷ୍ଟ୍ର ସରକାରଙ୍କ ଘୋଷଣା : ୧୮ ବର୍ଷରୁ ଉର୍ଦ୍ଧ୍ବ ସମସ୍ତଙ୍କୁ ମିଳିବ ମାଗଣା ଭ୍ୟାକ୍ସି‌ନ୍‌

28/04/2021 at 5:07 PM

ମୁମ୍ବାଇ ୨୮/୦୪ : ମହାରାଷ୍ଟ୍ରରେ ୧୮ ବର୍ଷରୁ ୪୪ ବର୍ଷ ବୟସ୍କ ସମସ୍ତଙ୍କୁ ମାଗଣାରେ ମିଳିବ କରୋନା ଭ୍ୟାକସିନ୍‌ । ଏ ନେଇ ଘୋଷଣା କରିଛନ୍ତି ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେ । ବୁଧବାର ବସିଥିବା କ୍ୟାବିନେଟ୍ ବୈଠକରେ ୧୮-୪୪ ବର୍ଷ ବୟସ୍କ ସମସ୍ତଙ୍କୁ ମାଗଣା ଭ୍ୟାକସିନ ଦିଆଯିବା ନେଇ ନିଷ୍ପତ୍ତି ନିଆଯାଇଛି ।

ଏହା ପୂର୍ବରୁ ଓଡିଶା ସମେତ ୧୯ଟି ରାଜ୍ୟ ୧୮ରୁ ୪୪ ବର୍ଷ ବୟସ୍କ ସମସ୍ତଙ୍କୁ ମାଗଣା ଭ୍ୟାକସିନ ଦିଆଯିବ ବୋଲି ଘୋଷଣା କକରିସାରିଛନ୍ତି । ଏହି କ୍ରମରେ ଏବେ ସାମିଲ ହୋଇଛି ମହାରାଷ୍ଟ୍ର । ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଏ ନେଇ ମିଳିବା ସହିତ ଟ୍ବିଟ୍‌ କରି ସ୍ପଷ୍ଟ କରିଛନ୍ତି ନିଜେ ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେ । କରୋନା ପ୍ରଭାବିତ ରାଜ୍ୟମାନଙ୍କ ମଧ୍ୟରେ ମହାରାଷ୍ଟ୍ର ସର୍ବାଗ୍ରେ ରହିଛି । ମହାରାଷ୍ଟ୍ର ବେକାବୁ ହୋଇପଡିଛି ସଂକ୍ରମଣ । ପ୍ରତିଦନ ଚିହ୍ନଟ ହେଉଥିବା ସଂକ୍ରମିତଙ୍କ ସଂଖ୍ୟା ଏବଂ ମୃତ୍ୟୁସଂଖ୍ୟା ମଧ୍ୟ ବୃଦ୍ଧିପାଇବାରେ ଲାଗିଛି ।

ସୂଚନାଯୋଗ୍ୟ, ମେ ୧ ତାରିଖରୁ ଦେଶରେ ୧୮ ବର୍ଷରୁ ୪୪ ବର୍ଷ ବୟସ୍କଙ୍କୁ ଟିକାକରଣ କରାଯିବ । ଏ ନେଇ ଆଜି ଅର୍ଥାତ ଏପ୍ରିଲ ୨୮ ତାରିଖରୁ ପଞ୍ଜୀକରଣ ଆରମ୍ଭ ହୋଇଛି । କୋ-ଓ୍ବିନ ଆପ୍‌ କିମ୍ବା ଆରୋଗ୍ୟ ସେତୁ ଆପ୍‌ ଜରିଆରେ ଟିକା ନେବା ପାଇଁ ପଞ୍ଜିକରଣ କରିପାରିବେ ।

   Related Posts