Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଟି-୨୦ ବିଶ୍ବକପର ଧମାକାଦାର ଆରମ୍ଭ : PNGକୁ ୧୦ ଓ୍ବିକେଟରେ ହରାଇଲା ଓମାନ, କମାଲକଲେ ଭାରତୀୟ ବଂଶୋଦ୍ଭବ ଜତୀନ୍ଦର ସିଂହ
  • ||
  • ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ସହଯୋଗୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ, ଜବତ ହେଲା ୨୦ ଲକ୍ଷ
  • ||
  • ଜାମ୍ମୁ କାଶ୍ମୀରରେ ଆତଙ୍କବାଦୀଙ୍କ ଉତପାତ୍‌ ଜାରି, ୨ ଅଣ-କାଶ୍ମୀରୀଙ୍କୁ ନିର୍ମମ ହତ୍ୟା
  • ||
  • ବିସିସିଆଇ ନୂତନ କୋଚ୍ ଏବଂ ସପୋର୍ଟିଂ ଷ୍ଟାଫ ପାଇଁ ମଗାଇଲା ଆବେଦନ, ଏମିତି ରହିଛି ସର୍ତ୍ତ
  • ||
  • ରାଜ୍ୟରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ହେବ ବଜ୍ରପାତ, ୧୭ ଜିଲ୍ଲାକୁ ସତର୍କ ସୂଚନା
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୩ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୪୪୩ କୋଭିଡ୍ ପଜିଟିଭ୍
  • ||
  • ବୋହୂକୁ ପଥରରେ ଛେଚି ଦେଲା ଶାଶୂ, ପାରିବାରିକ କଳହରୁ ଜଘନ୍ୟ ହତ୍ୟାକାଣ୍ଡ…
  • ||
  • ପ୍ରବଳ ବର୍ଷା ପରେ ଭୂସ୍ଖଳନ: ୧୮ ମୃତ ଓ ଅନେକ ନିଖୋଜ, ମୁଖ୍ୟମନ୍ତ୍ରୀ ଲୋଡିଲେ ସେନା ସହାୟତା
  • ||
  • ଆଜିଠୁ ଓଜେଇଇ କାଉନସେଲିଂ, ପଞ୍ଜୀକରଣ ଓ ଚଏସ ଲକିଂ କରିପାରିବେ ଛାତ୍ରଛାତ୍ରୀ
  • ||

ମହାରାଷ୍ଟ୍ରରେ ଲଗାତାର ପଞ୍ଚମ ଦିନରେ ୫୦ ହଜାରରୁ କମ୍‌ କରୋନା ସଂକ୍ରମିତ ଚିହ୍ନଟ, ଚିନ୍ତା ବଢ଼ାଇଲା ମୃତ୍ୟୁ ସଂଖ୍ୟା

13/05/2021 at 10:41 PM

ମୁମ୍ବାଇ ୧୩/୫: ମହାରାଷ୍ଟ୍ରରେ କରୋନା ଦ୍ବିତୀୟ ଲହର କୋପ ଧିରେଧରେ ଅପସରି ଯାଉଥିବା ମନେ ହେଉଛି। ଗତ ୫ ଦିନରେ ରାଜ୍ୟରେ ୫୦ ହଜାରରୁ କମ୍‌ ସଂକ୍ରମିତ ଚିହ୍ନଟ ହେଉଛନ୍ତି। ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ମିଳିଥିବା ତଥ୍ୟ ଅନୁସାରେ,ରାଜ୍ୟରେ ଗତ ୨୪ ଘଣ୍ଟାରେ ୪୨୫୮୨ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। କିନ୍ତୁ ଚିନ୍ତାର ବିଷୟ ମୃତ୍ୟୁ ସଂଖ୍ୟାରେ ବ୍ରେକ୍‌ ଲାଗିପାରୁ ନାହିଁ। ଗତ ୨୪ ଘଣ୍ଟାରେ ୮୫୦ ଲୋକଙ୍କ ଜୀବନ ନେଇଛି କରୋନା।

ଏହା ସହ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୭୮,୮୫୭ରେ ପହଞ୍ଚିଛି। ଗୁରୁବାର ରାଜ୍ୟରେ ୫୪,୫୩୫ କରୋନା ଆକ୍ରାନ୍ତ ସୁସ୍ଥ ହୋଇ ଫେରିଛନ୍ତି। ବର୍ତ୍ତମାନ ମହାରାଷ୍ଟ୍ରରେ ୫,୩୩,୨୯୪ ସକ୍ରିୟ କରୋନା ମାମଲା ରହିଛି। କରୋନାର ଦ୍ବିତୀୟ ଲହରରେ ଦେଶରେ ହାହାକାର ପଡ଼ିଛି। ଯେଉଁଥିରେ ମହାରାଷ୍ଟ୍ର ଅଧିକ ପ୍ରଭାବିତ ରାଜ୍ୟ। ମହାରାଷ୍ଟ୍ରରେ ବୁଧବାର ୪୬୭୮୧ ନୂଆ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୮୧୬ ଜଣ ପ୍ରାଣ ହରାଇଥିଲେ।

ମଙ୍ଗଳବାର ରାଜ୍ୟରେ ୪୦୯୫୬ ଏବଂ ସୋମବାର ୩୭୨୩୬ ନୂଆ କରୋନା ସଂକ୍ରମିତ ଚିହ୍ନଟ ହୋଇଥିଲେ। ଅନ୍ୟପଟେ ମାୟାନଗରୀ ମୁମ୍ବାଇରେ ସଂକ୍ରମଣ କମୁଥିବା ଦେଖିବାକୁ ମିଳିଛି। ଗୁରୁବାର ସହରରେ ୧୯୪୬ ନୂଆ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୬୮ ଜଣ ପ୍ରାଣ ହରାଇଛନ୍ତି। ୨୪ ଘଣ୍ଟାରେ ୨୦୩୭ ଆକ୍ରାନ୍ତ ସୁସ୍ଥ ହୋଇ ଫେରିଛନ୍ତି। ମୁମ୍ବାଇରେ ବୁଧବାର ୨୧୦୪ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୬୬ ଜଣ ପ୍ରାଣ ହରାଇଥିଲେ।

   Related Posts