Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ସାଲେପୁର : ଆମ୍ବୁଲାନ୍ସକୁ ପିଟିଲା କାର୍, ଡ୍ରାଇଭର ଆହତ
  • ||
  • କଟକ : ସି-ସୋର ଘାଟରୁ ଅଜଣା ମୃତଦେହ ଉଦ୍ଧାର, ଭାସି ଆସିଥିବା ସନ୍ଦେହ
  • ||
  • ଚଣ୍ଡିଗଡ : ପଦ୍ମ ବିଭୂଷଣ ଫେରାଇଲେ ପଞ୍ଜାବର ପୂର୍ବତନ ମୁଖ୍ୟମନ୍ତ୍ରୀ ପ୍ରକାଶ ସିଂହ ବାଦଲ
  • ||
  • ନୂଆଦିଲ୍ଲୀ : ଅନଲାଇନ୍‌ରେ ହେବନାହିଁ CBSE ବୋର୍ଡ ପରୀକ୍ଷା, ପୂର୍ବଭଳି ପରୀକ୍ଷା ଦେବେ ଛାତ୍ରଛାତ୍ରୀ
  • ||
  • ଝାରସୁଗୁଡା : ବାପା ନା’ ରାକ୍ଷସ, ନିଶାଶକ୍ତ ଅବସ୍ଥାରେ ୧୧ ବର୍ଷର ଝିଅ ସହ କଲା ଦୁଷ୍କର୍ମ !
  • ||
  • କନ୍ଧମାଳ : ହଜିଗଲା ମା’ର ମମତା, ୪ ବର୍ଷ ଝିଅର ଗାଲ କାଟିଦେଲା ସାବତ ମା’ !
  • ||
  • ବଡବିଲ : ହାତୀ ଆକ୍ରମଣରେ ଚାଲିଗଲା ଜଣଙ୍କ ଜୀବନ, ଆତଙ୍କ ଖେଳାଇଛନ୍ତି ୧୧ଟିକିଆ ହାତୀ ପଲ
  • ||
  • ଓ୍ବାଶିଂଟନ୍ : ‘ପିଜ୍ଜା ହଟ୍’ର ଶୁଭାରମ୍ଭ କରିଥିବା ଫ୍ରାଙ୍କ୍ କାର୍ନିଙ୍କ ପରଲୋକ
  • ||
  • ବଲାଙ୍ଗୀର : ଭିଜିଲାନ୍ସ ପଞ୍ଝାରେ ରେଞ୍ଜର, ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଏକକାଳୀନ ୩ଟି ସ୍ଥାନରେ ଚଢାଉ
  • ||
  • ଭୁବନେଶ୍ବର : ଅଫଲାଇନ୍‌ରେ ହେବ ମାଟ୍ରିକ୍ ଏବଂ ଯୁକ୍ତ ୨ ପରୀକ୍ଷା : ଗଣଶିକ୍ଷା ମନ୍ତ୍ରୀ
  • ||

ମହାରାଷ୍ଟ୍ର ଉପ ମୁଖ୍ୟମନ୍ତ୍ରୀ ଅଜିତ୍ ପୱାର୍ କରୋନା ପଜିଟିଭ୍, ବ୍ରିଚ୍ କ୍ୟାଣ୍ଡି ହସ୍ପିଟାଲରେ ଭର୍ତ୍ତି

26/10/2020 at 12:12 PM

ମୁମ୍ବାଇ ୨୬/୧୦ : ମହାରାଷ୍ଟ୍ର ଉପ ମୁଖ୍ୟମନ୍ତ୍ରୀ ଅଜିତ ପୱାର କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଅଜିତ ପୱାରଙ୍କୁ ମୁମ୍ବାଇ ବ୍ରିଚ କ୍ୟାଣ୍ଡି ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ତାଙ୍କୁ କୌଣସି ସମସ୍ୟା ନାହିଁ ବୋଲି ଟ୍ୱିଟ କରି କହିଛନ୍ତି। ଟ୍ୱିଟରରେ ମରାଠୀରେ ଜାରି କରିଥିବା ବୟାନରେ ପୱାର କହିଛନ୍ତି ଯେ, ‘ମୋର କରୋନା ଟେଷ୍ଟ ରିପୋର୍ଟ ପଜିଟିଭ ଆସିଛି। ମୋ ସ୍ୱାସ୍ଥ୍ୟବସ୍ଥା ଭଲ ଅଛି। ଡାକ୍ତରଙ୍କ ପରାମର୍ଶରେ ବ୍ରିଚ କ୍ୟାଣ୍ଡି ହସ୍ପିଟାଲରେ ଭର୍ତ୍ତି ହୋଇଛି। ରାଜ୍ୟବାସୀ, ରାଷ୍ଟ୍ରବାଦୀ କଂଗ୍ରେସ ପାର୍ଟି, ପଦାଧିକାରୀ, କାର୍ଯ୍ୟକର୍ତ୍ତା ସମେତ ରାଜ୍ୟର ସମସ୍ତ ରାଜନୈତିକ ଦଳର ନେତାଙ୍କୁ କହିବାକୁ ଚାହୁଁଛି ଯେ ଚିନ୍ତାର କୌଣସି କାରଣ ନାହିଁ।’

ସୂଚନାଯୋଗ୍ୟ ଯେ ମହାରାଷ୍ଟ୍ରରେ କରୋନା ପ୍ରକୋପ ସବୁଠାରୁ ଅଧିକ ରହିଛି। ରାଜ୍ୟବାସୀଙ୍କ ସମେତ ଅନେକ ନେତା ମଧ୍ୟ କରୋନା ସଂକ୍ରମଣର ଶିକାର ହୋଇଛନ୍ତି। ଶନିବାର ଦିନ ମହାରାଷ୍ଟ୍ରର ପୂର୍ବତନ ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡଣବିସ କରୋନା ପଜିଟିଭ ଚିହ୍ନଟ ହୋଇଥିଲେ।

   Related Posts